ଭୁବନେଶ୍ୱର,୨୯।୧: ଇଣ୍ଡିଆନ ଇଲେକ୍ଟ୍ରୋନିକ୍ସ ଆଣ୍ଡ ସେମିକଣ୍ଡକ୍ଟର ଆସୋସିଏସନ (ଆଇଇଏସ୍ଏ)ର ବହୁ ପ୍ରତୀକ୍ଷିତ ପୁସ୍ତକ ‘ଇଣ୍ଡିଆ ସେମିକଣ୍ଡକ୍ଟର ମାର୍କେଟ ରିପୋର୍ଟ ୨୦୩୦’କୁ ଉକତ୍ର୍ଷ ଓଡ଼ିଶା କନ୍କ୍ଲେଭ-୨୦୨୫ର ଉଦ୍ଘାଟନୀ ଅବସରରେ ଉନ୍ମୋଚନ କରାଯାଇଛି। ଏପରିକି କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏବଂ ଓଡ଼ିଶାର ଇଲେକ୍ଟ୍ରୋନିକକ୍ସ୍ ଆଣ୍ଡ ଆଇଟି ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ ପ୍ରମୁଖ ଏହି ରିପୋର୍ଟକୁ ଆନୁଷ୍ଠାନିକ ଭାବେ ଉନ୍ମୋଚନ କରିଥିଲେ। ସେହିଭଳି ଏହି ରିପୋର୍ଟରେ ୨୦୨୩ରୁ ୨୦୩୦ ମଧ୍ୟରେ ଭାରତର ସେମିକଣ୍ଡକ୍ଟର ବଜାରର ଗଭୀର ବିଶ୍ଳେଷଣ କରାଯାଇଛି; ଯେଉଁଥିରେ ହ୍ୟାଣ୍ଡସେଟ୍, ଆଇଟି, ଟେଲିକମ୍, ଉପଭୋକ୍ତା ଇଲେକ୍ଟ୍ରୋନିକ୍ସ, ଅଟୋମୋଟିଭ୍, ଏରୋସ୍ପେସ୍ ଏବଂ ପ୍ରତିରକ୍ଷା ଭଳି ପ୍ରମୁଖ ଶିଳ୍ପକୁ ଅନ୍ତର୍ଭୁକ୍ତ କରାଯାଇଛି। ଏପରିକି ଏହା ପ୍ରୋସେସର, ମେମୋରି, କନେକ୍ଟିଭିଟି ଏବଂ ପାୱାର ସଲ୍ୟୁସନ୍ ଭଳି ଗୁରୁତ୍ୱପୂର୍ଣ୍ଣ ଉପାଦାନଗୁଡିକ ବିଷୟରେ କାର୍ଯ୍ୟକ୍ଷମ ବୁଝାମଣା ପ୍ରଦାନ କରିବା ସହିତ ସ୍ଥାନୀୟ ସୋର୍ସିଂ ବୃଦ୍ଧି ପାଇଁ ସୁପାରିସ ମଧ୍ୟ ପ୍ରଦାନ କରିଥାଏ। ଏ ସମ୍ପର୍କରେ ଆଇଇଏସ୍ଏର ସଭାପତି ଅଶୋକ ଚାନ୍ଦକ କହିଥିଲେ, ୨୦୩୦ ସୁଦ୍ଧା ଭାରତର ସେମିକଣ୍ଡକ୍ଟର (ଏସ୍ସି) ବଜାର ୧୦୩.୪ ବିଲିୟନ ଡଲାରକୁ ବଢ଼ିବ ବୋଲି ଆକଳନ କରାଯାଇଛି। ଏପରିକି ଏକ ଦୃଢ଼ ସେମିକଣ୍ଡକ୍ଟର ଡିଜାଇନ ଏବଂ ଉତ୍ପାଦନ ପଦକ୍ଷେପକୁ ପ୍ରୋତ୍ସାହିତ କରିବାରେ ସରକାରୀ ନୀତିର ଗୁରୁତ୍ୱପୂର୍ଣ୍ଣ ଭୂମିକା ଉପରେ ମଧ୍ୟ ସେ ବିସ୍ତୃତ ଭାବେ ଆଲୋକପାତ କରିଥିଲେ।
ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…
ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…
‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ…
ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…
୨୨ ବସ୍ତା ଚାଉଳ ସହ ଜିପ୍ ଜବତ, ଡ୍ରାଇଭର ଅଟକ
କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ ଜିପ୍ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…
ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…
ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…
୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ
ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…
ଅନ୍ୟ ଜାତିର ଝିଅକୁ ପ୍ରେମ ବିବାହ ପଡିଲା ମହଙ୍ଗା: ଲଣ୍ଡା ହେଲେ ବର, ଚୁଟି କାଟିଲେ କନ୍ୟା
କୋରାପୁଟ,୨୩।୩(ଅମିତାଭ ବେହେରା ):ଆଧୁନିକ ସଭ୍ୟ ସମାଜରେ ଏବଂ ଡିଜିଟାଲ ଯୁଗରେ ଏବେ ମଧ୍ୟ କୁଳପ୍ରଥା ବଞ୍ଚିଛି । ଏହାର ଏକ ଜ୍ୱଳନ୍ତ ନମୁନା କୋରାପୁଟ ବ୍ଲକ ମାଛରା…
ବୋଟ୍ରୁ କାଢ଼ୁଥିଲେ ମାଛ ହଠାତ୍ ଟଳିପଡ଼ିଲେ…
ବାଲେଶ୍ୱର,୨୩।୩(ବାଞ୍ଛାନିଧି ଦେ): ବିଷାକ୍ତ ଗ୍ୟାସ ଯୋଗୁ ଦୁଇ ଜଣ ବୋଟ କର୍ମଚାରୀଙ୍କ ମତ୍ୟୁ ଅଭିଯୋଗ ହୋଇଛି। ବାଲେଶ୍ୱର ଜିଲା ବଳରାମଗଡ଼ି ମେରାଇନ ଥାନା ନାଉପାଳଗଡ଼ିରେ ଏଭଳି ଘଟଣା…
ମା’ ବୁଢ଼ୀ ଠାକୁରାଣୀ ମନ୍ଦିର ପ୍ରତିଷ୍ଟା ଉତ୍ସବରେ ଯୋଗଦେଲେ ରାଜ୍ୟ ଶିଶୁ ସୁରକ୍ଷା ଅଧ୍ୟକ୍ଷା
ଗଞ୍ଜାମ,୨୩।୩(ବିଦ୍ୟାଧର ସାହୁ): ରାଜ୍ୟ ଶିଶୁ ସୁରକ୍ଷା ଅଧ୍ୟକ୍ଷା ବବିତା ପାତ୍ର ଗଞ୍ଜାମ ଜଲାର ଗ୍ରସ୍ତ କରି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବା ସହ ନିମନ୍ତ୍ରଣକ୍ରମେ ଗଞ୍ଜାମ ବ୍ଲକ ଅନ୍ତର୍ଗତ…
Archives

