Posted inଜାତୀୟ

ଅବୁ ସଲେମ ମାମଲା: କେନ୍ଦ୍ରର ଜବାବରେ ଅସନ୍ତୁଷ୍ଟ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୧ ।୪: ଗ୍ୟାଙ୍ଗଷ୍ଟର ଅବୁ ସଲେମଙ୍କ ଆବେଦନକୁ ନେଇ କେନ୍ଦ୍ର ଦେଇଥିବା ଉତ୍ତରରେ ସୁପ୍ରିମକୋର୍ଟ ଅସନ୍ତୋଷ ପ୍ରକାଶ କରିଛନ୍ତି । କୋର୍ଟ କହିଛନ୍ତି ମେ’ ୫ରେ ମାମଲାର ଶୁଣାଣି ବିସ୍ତାର ଭାବେ ହେବ । ସଲେମଙ୍କୁ ୨ଟି ମାମଲାରେ ମିଳିଥିବା ଆଜୀବନ କାରାଦଣ୍ଡକୁ ଚ୍ୟାଲେଞ୍ଜ କରିଛନ୍ତି । ସେ ଦାବି କରିଛନ୍ତି କି ପର୍ତ୍ତୁଗାଲରୁ ପ୍ରତ୍ୟର୍ପଣ ସମୟରେ ରହିଥିବା ସର୍ତ୍ତ ମୁତାବକ ତାଙ୍କୁ ୨୫ ବର୍ଷରୁ ଅଧିକ ସମୟ ଜେଲରେ ରଖାଯାଇ ପାରିବ ନାହିଁ । ତେଣୁ ୨୦୨୭ରେ ସେ ମୁକ୍ତ ହେବେ ।
ଏହାର ଜବାବ ଦେଇ କେନ୍ଦ୍ର କହିଥିଲା ସଲେମଙ୍କୁ ମୁକ୍ତ ହେବାର ବିଚାର ୨୦୨୭ ନୁହେଁ ୨୦୩୦ରେ ହେବ । କେନ୍ଦ୍ର ଗୃହ ସଚିବ ଅଜୟ ଭଲ୍ଲା ଦାଖଲ କରିଥିବା ଜବାବରେ କହିଛନ୍ତି ଏବେ ସଲେମଙ୍କ ମୁକ୍ତିକୁ ନେଇ ଆଲୋଚନା କରିବା ଆବଶ୍ୟତା ନାହିଁ । ସେ ଏ କଥା ଗିରଫ ହେବାର ୨୫ ବର୍ଷ ପରେ ଉଠାଇବା ଦରକାର ।

ଗୃହ ସଚିବ ଆହୁରି ମଧ୍ୟ କହିଛନ୍ତି ସୁପ୍ରିମ କୋର୍ଟ ସଲେଙ୍କ ଆବେଦନର କେବଳ ୨ଟି ମାମଲାର ତଥ୍ୟକୁ ଦେଖନ୍ତୁ । ଭାରତ ସରକାର ଓ ପର୍ତ୍ତୁଗାଲ ସରକାରଙ୍କ ମଧ୍ୟରେ ହୋଇଥିବା ବୁଝାମଣାର ପାଳନ ସରକାରଙ୍କ ଉପରେ ଛାଡି ଦିଅନ୍ତୁ । ଏହାକୁ ନେଇ ଜଷ୍ଟିଶ ସଞ୍ଜୟ କିଶନ କୌଲ ଓ ଏମ ଏମ ସୁନ୍ଦରେଶଙ୍କ ବେଞ୍ଚ ଏହାର ଜବାବରେ ଅସନ୍ତୋଷ ବ୍ୟକ୍ତ କରିଛନ୍ତି । ବିଚାରପତିମାନେ କହିଛନ୍ତି ଆବେଦନକାରୀଙ୍କ ପକ୍ଷରେ ଯାଉଥିବା ସମସ୍ତ କଥା କୋର୍ଟ ଉଠାଇବାର ଅଧିକାର ରହିଛି । ସରକାର ସ୍ଥିର କରିବେ ନାହିଁ ଯେ କୋର୍ଟ କେଉଁଟା ଶୁଣିବେ କେଉଁଟା ଶୁଣିବେ ନାହିଁ । କୋର୍ଟ ଏହା ବି ଅସ୍ୱୀକାର କରିଛନ୍ତି କି ପ୍ରତ୍ୟର୍ପଣ ସର୍ତ୍ତ ସଲେମଙ୍କୁ ତାଙ୍କ ଗିରଫର ୨୫ ବର୍ଷ ପରେ ଉଠାଇବା ଦରକାର ।


Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଦିନରେ ଶ୍ରୀଲଙ୍କାର ଲଢ଼ୁଆ ବ୍ୟାଟିଂ, ଭାରତର ନିୟନ୍ତ୍ରଣରେ ଦ୍ୱିତୀୟ ଟେଷ୍ଟ

କଲମ୍ବୋ,୨୫ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ ତୃତୀୟ ଦିନ ଶେଷ ସୁଦ୍ଧା ଭାରତ ନିୟନ୍ତ୍ରଣରେ ରହିଛି। ପ୍ରଥମ ଇନିଂସ୍‌ରେ ଭାରତ ୫୦୩/୯ ସ୍କୋର କରିଥିବା ବେଳେ…

ଦାରିଙ୍ଗବାଡ଼ି ମିଳିତ ମଞ୍ଚ ଗଠନ, କର୍ମକର୍ତ୍ତା ଚୟନ: ବ୍ରାହ୍ମଣୀଗାଁରେ ବ୍ଲକ୍ କାର୍ଯ୍ୟାଳୟ ସ୍ଥାପନ ଦାବି

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍ ପାଳକ ସଂଘର କମ୍ୟୁନିଟି ହଲ୍‌ରେ ମଙ୍ଗଳବାର ଦାରିଙ୍ଗବାଡ଼ି ମିଳିତ ମଞ୍ଚ ଗଠନ ଓ କର୍ମକର୍ତ୍ତା ଚୟନ…

ସିଡିପିଓଙ୍କ ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଦାବି ନେଇ ଅଙ୍ଗନୱାଡି ସଂଘର ଅନଶନ ଆରମ୍ଭ

ଗୁଣପୁର, ୨୫।୮ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁରରେ ବିଭିନ୍ନ ଦାବି ନେଇ ଅଙ୍ଗନୱାଡି କର୍ମୀ ଓ ସହାୟିକାମାନେ ମଙ୍ଗଳବାରଠାରୁ ଅନଶନ ଆରମ୍ଭ କରିଛନ୍ତି। ଅନଶନ ଆରମ୍ଭ…

୬୦ ବୟସରୁ ଅଧିକ ମହିଳାଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ମାଗଣାରେ କରିପାରିବେ ବସ୍‌ଯାତ୍ରା…

ନୂଆଦିଲ୍ଲୀ,୨୫।୮: ଉତ୍ତର ପ୍ରଦେଶର ଯୋଗୀ ସରକାର ମଙ୍ଗଳବାର ଦିନ ‘ଲୋକମାତା ଅହଲ୍ୟାବାଈ ମାତୃଶକ୍ତି ଯୋଜନା’ ସମେତ ୨୪ଟି ପ୍ରସ୍ତାବକୁ ମଞ୍ଜୁରୀ ଦେଇଛନ୍ତି। ସିଏମ୍ ଯୋଗୀ ୬୦ ବର୍ଷରୁ…

ଅଲ୍ ଓଡ଼ିଶା ବ୍ୟାଡମିଣ୍ଟନ୍ ପ୍ରତିଯୋଗିତା ଲେଭେଲ୍-୨ରେ ଗୁଣପୁର ଖେଳାଳିଙ୍କ ସଫଳତା

ଗୁଣପୁର, ୨୫।୮ (ସୁଜାତା ପାଢ଼ୀ): ଅଲ୍ ଓଡ଼ିଶା ବ୍ୟାଡମିଣ୍ଟନ୍ ପ୍ରତିଯୋଗିତା ଲେଭେଲ୍-୨ରେ ଗୁଣପୁର ଖେଳାଳିମାନେ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ଗୁଣପୁରର ଶୁଭମ୍ ଦାସଙ୍କ ଯୋଡ଼ି ଚମ୍ପିୟାନ…

ବିଦ୍ୟାର୍ଥୀଙ୍କୁ କ୍ୟାରିୟର ଚୟନ ନେଇ ମାର୍ଗଦର୍ଶନ: ଭଞ୍ଜନଗର କେଭିରେ ପ୍ରଥମଥର ପାଇଁ…

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଦଶମ ଓ ଏକାଦଶ ଶ୍ରେଣୀର ବିଜ୍ଞାନ ବିଭାଗର ଛାତ୍ରୀଛାତ୍ରଙ୍କୁ ନେଇ ପ୍ରଥମଥର ପାଇଁ…

ମନ୍ତ୍ରୀଙ୍କ ବଡ଼ ଚେତାବନୀ, ସାର କଳାବଜାରୀ କଲେ ହେବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୨୫।୮: ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ମଙ୍ଗଳବାର ଏକ ବଡ଼ ଚେତାବନୀ ଦେଇଛନ୍ତି। ସାର କଳାବଜାରୀ କଲେ ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି…

ମମତାଙ୍କ ସନ୍ନ୍ୟାସ ବୟାନକୁ ନେଇ ଭାଜପାର ତୀବ୍ର ଟାର୍ଗେଟ୍‌, କହିଲା- ‘ତାଙ୍କ ବୟସ ମଧ୍ୟ…’

କୋଲକାତା,୨୫।୮: ଟିଏମସି ପ୍ରମୁଖ ମମତା ବାନାର୍ଜୀଙ୍କ ପକ୍ଷରୁ ‘ରାଜନୀତିରୁ ସନ୍ନ୍ୟାସ’ ନେବା ସମ୍ପର୍କରେ ଦିଆଯାଇଥିବା ବୟାନ ଉପରେ ଭାଜପା ପକ୍ଷରୁ ପାଲଟା ଜବାବ ଦିଆଯାଇଛି। ପଶ୍ଚିମବଙ୍ଗର ସ୍ବାସ୍ଥ୍ୟମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri