Posted inଜାତୀୟ

ଅଚଳ ନୋଟ୍‌ ଗ୍ରହଣ ଆବେଦନର ଶୁଣାଣି ପାଇଁ ମନାକଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୨ା୩: ବିମୁଦ୍ରୀକରଣ ଯୋଗୁ ଅଚଳ ହୋଇଯାଇଥିବା ୧,୦୦୦ ଓ ୫୦୦ ଟଙ୍କିଆ ନୋଟ୍‌ଗୁଡ଼ିକୁ ଗ୍ରହଣ କରିବା ଲାଗି ନିର୍ଦ୍ଦେଶ ଦେବାକୁ ନିବେଦନ କରି ଦାଏର କେତେକ ପିଟିଶନ୍‌ର ଶୁଣାଣି କରିବାକୁ ସୁପ୍ରିମକୋର୍ଟ ମନା କରିଦେଇଛନ୍ତି। ଆବେଦନକାରୀ ଏଥିପାଇଁ ସରକାରଙ୍କ ପାଖକୁ ଯାଇପାରିବେ ବୋଲି ଜଷ୍ଟିସ୍‌ ବି.ଆର୍‌. ଗଭାଇ, ବିକ୍ରମ ନାଥଙ୍କୁ ନେଇ ଗଠିତ ଖଣ୍ଡପୀଠ କହିଛନ୍ତି। କେନ୍ଦ୍ର ସରକାର ଆବେଦନକାରୀମାନଙ୍କୁ ବ୍ୟକ୍ତିଗତ ଆପତ୍ତିକୁ ୧୨ ସପ୍ତାହ ମଧ୍ୟରେ ବିଚାରକୁ ନେବାକୁ ସର୍ବୋଚ୍ଚ ଅଦାଲତ ନିର୍ଦ୍ଦେଶ ଦେଇଛନ୍ତି। ସାମ୍ବିଧାନିକ ପୀଠର ରାୟ ପରେ ଅନୁଚ୍ଛେଦ ୧୪୨ ଅନୁଯାୟୀ ଅଚଳ ନୋଟ୍‌ ଗ୍ରହଣ ପାଇଁ ବ୍ୟକ୍ତିଗତ ଆବେଦନରେ ହସ୍ତକ୍ଷେପ ଲାଗି ଖଣ୍ଡପୀଠକୁ ଅନୁମତି ନାହିଁ ବୋଲି ଅଦାଲତ କହିଥିଲେ। କେନ୍ଦ୍ର ସରକାରଙ୍କ କାର୍ଯ୍ୟାନୁଷ୍ଠାନରେ ଯଦି କୌଣସି ଆବେଦନକାରୀ ସନ୍ତୁଷ୍ଟ ନ ହୁଅନ୍ତି, ତେବେ ସେମାନେ ସମ୍ପୃକ୍ତ ରାଜ୍ୟ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇପାରିବେ ବୋଲି ଖଣ୍ଡପୀଠ ସ୍ପଷ୍ଟ କରିଦେଇଛନ୍ତି। ପୂର୍ବରୁ ସୁପ୍ରିମକୋର୍ଟର ୫ ଜଣିଆ ସାମ୍ବିଧାନିକ ପୀଠ ସଂଖ୍ୟାଗରିଷ୍ଠ ରାୟରେ ୨୦୧୬ର ବିମୁଦ୍ରୀକରଣ ନିଷ୍ପତ୍ତିକୁ କାଏମ ରଖିଛନ୍ତି। ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ) ସହ ପରାମର୍ଶ କରି କେନ୍ଦ୍ର ସରକାର ନୋଟ୍‌ବନ୍ଦୀ ନିଷ୍ପତ୍ତି ନେଇଥିବାରୁ ଏହାକୁ ତ୍ରୁଟିପୂର୍ଣ୍ଣ କୁହାଯାଇପାରିବ ନାହିଁ ବୋଲି ସାମ୍ବିଧାନିକ ପୀଠ ତାଙ୍କ ରାୟରେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri