Posted inଜାତୀୟ

ଅଚଳ ନୋଟ୍‌ ଗ୍ରହଣ ଆବେଦନର ଶୁଣାଣି ପାଇଁ ମନାକଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୨ା୩: ବିମୁଦ୍ରୀକରଣ ଯୋଗୁ ଅଚଳ ହୋଇଯାଇଥିବା ୧,୦୦୦ ଓ ୫୦୦ ଟଙ୍କିଆ ନୋଟ୍‌ଗୁଡ଼ିକୁ ଗ୍ରହଣ କରିବା ଲାଗି ନିର୍ଦ୍ଦେଶ ଦେବାକୁ ନିବେଦନ କରି ଦାଏର କେତେକ ପିଟିଶନ୍‌ର ଶୁଣାଣି କରିବାକୁ ସୁପ୍ରିମକୋର୍ଟ ମନା କରିଦେଇଛନ୍ତି। ଆବେଦନକାରୀ ଏଥିପାଇଁ ସରକାରଙ୍କ ପାଖକୁ ଯାଇପାରିବେ ବୋଲି ଜଷ୍ଟିସ୍‌ ବି.ଆର୍‌. ଗଭାଇ, ବିକ୍ରମ ନାଥଙ୍କୁ ନେଇ ଗଠିତ ଖଣ୍ଡପୀଠ କହିଛନ୍ତି। କେନ୍ଦ୍ର ସରକାର ଆବେଦନକାରୀମାନଙ୍କୁ ବ୍ୟକ୍ତିଗତ ଆପତ୍ତିକୁ ୧୨ ସପ୍ତାହ ମଧ୍ୟରେ ବିଚାରକୁ ନେବାକୁ ସର୍ବୋଚ୍ଚ ଅଦାଲତ ନିର୍ଦ୍ଦେଶ ଦେଇଛନ୍ତି। ସାମ୍ବିଧାନିକ ପୀଠର ରାୟ ପରେ ଅନୁଚ୍ଛେଦ ୧୪୨ ଅନୁଯାୟୀ ଅଚଳ ନୋଟ୍‌ ଗ୍ରହଣ ପାଇଁ ବ୍ୟକ୍ତିଗତ ଆବେଦନରେ ହସ୍ତକ୍ଷେପ ଲାଗି ଖଣ୍ଡପୀଠକୁ ଅନୁମତି ନାହିଁ ବୋଲି ଅଦାଲତ କହିଥିଲେ। କେନ୍ଦ୍ର ସରକାରଙ୍କ କାର୍ଯ୍ୟାନୁଷ୍ଠାନରେ ଯଦି କୌଣସି ଆବେଦନକାରୀ ସନ୍ତୁଷ୍ଟ ନ ହୁଅନ୍ତି, ତେବେ ସେମାନେ ସମ୍ପୃକ୍ତ ରାଜ୍ୟ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇପାରିବେ ବୋଲି ଖଣ୍ଡପୀଠ ସ୍ପଷ୍ଟ କରିଦେଇଛନ୍ତି। ପୂର୍ବରୁ ସୁପ୍ରିମକୋର୍ଟର ୫ ଜଣିଆ ସାମ୍ବିଧାନିକ ପୀଠ ସଂଖ୍ୟାଗରିଷ୍ଠ ରାୟରେ ୨୦୧୬ର ବିମୁଦ୍ରୀକରଣ ନିଷ୍ପତ୍ତିକୁ କାଏମ ରଖିଛନ୍ତି। ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ) ସହ ପରାମର୍ଶ କରି କେନ୍ଦ୍ର ସରକାର ନୋଟ୍‌ବନ୍ଦୀ ନିଷ୍ପତ୍ତି ନେଇଥିବାରୁ ଏହାକୁ ତ୍ରୁଟିପୂର୍ଣ୍ଣ କୁହାଯାଇପାରିବ ନାହିଁ ବୋଲି ସାମ୍ବିଧାନିକ ପୀଠ ତାଙ୍କ ରାୟରେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?