ହକିକୁ ଜାତୀୟ ଖେଳ ଘୋଷଣା ପ୍ରସଙ୍ଗରେ ଶୁଣାଣି କରିବାକୁ ମନା କଲେ ଏସ୍‌ସି…

ନୂଆଦିଲ୍ଲୀ,୭।୯: ହକିକୁ ଜାତୀୟ ଖେଳର ମାନ୍ୟତା ଦେବା ପ୍ରସଙ୍ଗରେ ସୁପ୍ରିମ୍‌କୋର୍ଟ(ଏସ୍‌ସି) ଶୁଣାଣି କରିବାକୁ ମନା କରିଛନ୍ତି। ବର୍ତ୍ତମାନ ସୁଦ୍ଧା ହକିକୁ ଅଧିକାରିକ ଭାବେ ଜାତୀୟ ଖେଳର ମାନ୍ୟତା ମିଳି ନାହିଁ। ଦେଶର ଲୋକଙ୍କ ମଧ୍ୟରେ ପ୍ରଚଳିତ ଧାରଣା ରହିଛି ଯେ, ହକି ଭାରତର ଜାତୀୟ ଖେଳ। ମାତ୍ର ସୂଚନା ଅଧିକାର ଆଇନ ଅନ୍ତର୍ଗତ କରାଯାଇଥିବା ଏକ ଆବେଦନର ଉତ୍ତରରେ ସରକାରଙ୍କ ପକ୍ଷରୁ କୁହାଯାଇଛି ଯେ, ହକିକୁ ସେଭଳି କୌଣସି ମାନ୍ୟତା ପ୍ରଦାନ କରାଯାଇ ନାହିଁ।

ଏନେଇ ଆବେଦନକାରୀ ଶୀର୍ଷ କୋର୍ଟରେ ଦାଖଲ କରିଥିବା ଆବେଦନରେ ଉଲ୍ଲେଖ କରିଛନ୍ତି, କେନ୍ଦ୍ର ସରକାରଙ୍କୁ ଏସମ୍ପର୍କିତ ଘୋଷଣା ପାଇଁ ସର୍ବୋଚ୍ଚ ଅଦାଲତ ନିର୍ଦ୍ଦେଶ ଦେବା ଆବଶ୍ୟକ। ଯାହାଦ୍ୱାରା ଜାତୀୟ ଖେଳର ମାନ୍ୟତା ପ୍ରାପ୍ତ ପରେ ହକି ନିଜର ୪୧ ବର୍ଷ ତଳର ଗୌରବକୁ ଫେରାଇ ଆଣିବାକୁ ସକ୍ଷମ ହୋଇ ପାରିବ। ଏହା ସହିତ ଜାତୀୟ ଖେଳ ଘୋଷଣା କରାଯିବା ପରେ ହକି ପାଇଁ ଖର୍ଚ୍ଚ ପରିମାଣ ବୃଦ୍ଧି ପାଇବା ଦ୍ୱାରା ଖେଳାଳିମାନେ ଉପକୃତ ହୋଇ ପାରିବେ।

ତେବେ ବିଚାରପତି ୟୁ.ୟୁ. ଲଳିତ, ଏସ୍‌. ରବୀନ୍ଦ୍ର ଭାଟ ଏବଂ ବେଲା ତ୍ରିବେଦୀଙ୍କ ନେତୃତ୍ୱରେ ଗଠିତ ୩ ଜଣିଆ ଖଣ୍ଡପୀଠ ଏହି ପ୍ରସଙ୍ଗରେ କହିଛନ୍ତି ଯେ, ଏଭଳି ନିର୍ଦ୍ଦେଶ ଦେବା କୋର୍ଟଙ୍କ କାମ ନୁହେଁ। ଏନେଇ ସରକାରଙ୍କ ନିକଟରେ ଦାବି ଉପସ୍ଥାପନ କରାଯିବା ଆବଶ୍ୟକ।

ଖଣ୍ଡପୀଠଙ୍କ ଏଭଳି ନିଷ୍ପତ୍ତି ପରେ ଆଇନଜୀବୀ ବିଶାଳ ତିଓ୍ବାରୀଙ୍କ ପକ୍ଷରୁ ଦାଖଲ କରାଯାଇଥିବା ଆବେଦନ ଫେରାଇ ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ନିଆଁ ସହ ଖେଳୁଛି ଭାଜପା, ପରିଣାମ ଭୟଙ୍କର ହେବ: ନିଆଁବାଣ ହେଲେ ମମତା

କୋଲକାତା,୨।୪: ପଶ୍ଚିମବଙ୍ଗର ମୁର୍ଶିଦାବାଦରେ ଏକ ରାଲିରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସାମ୍ପ୍ରତିକ ମାଲଦା ଘଟଣା ଉପରେ କେନ୍ଦ୍ର ସରକାର ଏବଂ ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ରାଜ୍ୟର ପରିସ୍ଥିତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri