ଭାରତ ବନ୍ଦକୁ ସମର୍ଥନ ଘୋଷଣା କଲେ ଏସ୍‌ସି, ଏସ୍‌ଟି ମିଳିତ ମଞ୍ଚ

ବରଗଡ଼,୧୯।୮(ପ୍ରେମାନନ୍ଦ ଖମାରୀ):ଏସ୍‌ସି, ଏସ୍‌ଟି ଆରକ୍ଷଣ ତାଲିକାରେ କ୍ରିମି ଲେୟର ଏବଂ ବର୍ଗୀକରଣକୁ ବିରୋଧ କରି ଆସନ୍ତା ୨୧ତାରିଖରେ ଭାରତ ବନ୍ଦ ଡାକରା ଦିଆଯାଇଛି। ବରଗଡ଼ ଜିଲା ଏସ୍‌ସି, ଏସ୍‌ଟି ମିଳିତ ମଞ୍ଚ ଏହି ଡାକରାକୁ ପୂର୍ଣ୍ଣ ସମର୍ଥନ ଜଣାଇଛି। ଏହି କ୍ରମରେ ସୋମବାର ବରଗଡ଼ର ଏକ ହୋଟେଲ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ମଞ୍ଚର ଜିଲା ଆବାହକ ମନୋଜ କୁମାର କଲେତ୍‌ ସୂଚନା ଦେଇ କହିଥିଲେ, ଉକ୍ତ ଦିନ ବରଗଡ଼ ଜିଲାର ସମସ୍ତ ୧୨ ବ୍ଲକରେ ବନ୍ଦ ପାଳନ କରାଯିବ। ଜିଲାର ପ୍ରତ୍ୟେକ ଶିକ୍ଷାନୁଷ୍ଠାନ, ସରକାରୀ, ବେସରକାରୀ କାର୍ଯ୍ୟାଳୟ, ବ୍ୟାଙ୍କ, ଦୋକାନ ବଜାର ସମେତ ସମସ୍ତ ବ୍ୟବସାୟିକ ଅନୁଷ୍ଠାନ ଏବଂ ଯାନବାହନ ଚଳାଚଳ ବନ୍ଦ ରହିବ। ତେବେ ବନ୍ଦ ପାଳନରୁ ଆପାଦକାଳୀନ ତଥା ଜରୁରୀକାଳୀନ ସ୍ବାସ୍ଥ୍ୟସେବାକୁ ବାଦ୍‌ ଦିଆଯାଇଛି। ବନ୍ଦ ପାଳନକୁ ସଫଳ କରିବା ପାଇଁ ମଞ୍ଚ ପକ୍ଷରୁ ଜିଲାବାସୀଙ୍କ ସହଯୋଗ କାମନା କରାଯାଉଛି ବୋଲି କଲେତ୍‌ କହିଥିଲେ। ଖବରଦାତା ସମ୍ମିଳନୀରେ ରବି ଦାସ ସମାଜର ରାଜ୍ୟ ସଭାପତି ସୀତାରାମ ମେହେର, ଆଦିବାସୀ ସଂଘ ଜିଲା ସଭାପତି କୁଞ୍ଜବିହାରୀ ଭୋଇ, ମଞ୍ଚର ଉପଦେଷ୍ଟା ବିକ୍ରମ ଛତର, ବାଲକିଶୋର ଛତର ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜସ୍ବ ବିଭାଗର ବଡ଼ ନିଷ୍ପତ୍ତି, ଏଣିକି ଓଡ଼ିଆ ନାମ ଅନୁସାରେ ଲେଖାଯିବ ଜିଲାର ଇଂରାଜୀ ନାମ

ଭୁବନେଶ୍ବର,୫।୨: ରାଜ୍ୟର ୭ଟି ଜିଲାର ଇଂରାଜୀ ନାଁ ସଂଶୋଧନ କରିବେ ରାଜ୍ୟ ସରକାର । ଏନେଇ ରାଜସ୍ବ ବିଭାଗ ପକ୍ଷରୁ ପ୍ରକାଶ ପାଇଲା ବିଧିବଦ୍ଧ ବିଜ୍ଞପ୍ତି ।…

୬.୬.୬.୬.୬.୬.୬…ମାତ୍ର ୨୦ ବଲ୍‌ରେ ଚମତ୍କାର କଲେ ଇଶାନ

ନୂଆଦିଲ୍ଲୀ,୫।୨: ଆଇସିସି ଟି-୨୦ ବିଶ୍ୱକପ ୨୦୨୬ ପାଇଁ ଟିମ ଇଣ୍ଡିଆ ପ୍ରସ୍ତୁତି ଆରମ୍ଭ କରିଦେଇଛି। ଗତ ୪ ଫେବୃଆରୀ ରାତିରେ ଟି-୨୦ ବିଶ୍ୱକପ ଅଭ୍ୟାସ ମ୍ୟାଚରେ ଟିମ…

ଆମେ ଭାରତ ବିପକ୍ଷରେ ବିଶ୍ବକପ୍ ଖେଳିବୁ ନାହିଁ..ବୟକଟ ନିଷ୍ପତ୍ତିକୁ ଦୋହରାଇଲେ ଶେହବାଜ ଶରିଫ

ନୂଆଦିଲ୍ଲୀ,୫।୨: ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ ବୁଧବାର ଦିନ ଭାରତ ବିପକ୍ଷରେ ଟି-୨୦ ବିଶ୍ୱକପ୍ ମ୍ୟାଚ୍ ବର୍ଜନ କରିବାର ଦେଶର ନିଷ୍ପତ୍ତିକୁ ଦୋହରାଇଛନ୍ତି । ସେ କହିଛନ୍ତି…

ମୁଣ୍ଡ ଟେକିଲା ବିତର୍କ: ଆମେରିକୀୟ କୃଷି ଉତ୍ପାଦ ଉପରେ ଭାରତ କଷିବନି ଟାରିଫ୍‌

ନ୍ୟୁୟର୍କ/ ଓ୍ବାଶିଂଟନ୍‌/ ନୂଆଦିଲ୍ଲୀ, ୫ା୨:ନୂଆଦିଲ୍ଲୀ ଏବଂ ଓ୍ବାଶିଂଟନ୍‌ ମଧ୍ୟରେ କିଛି ମାସର ବାଣିଜି୍ୟକ ଅନିଶ୍ଚିତତା ପରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଫେବୃଆରୀ ୨ରେ ଐତିହାସିକ ଟ୍ରେଡ୍‌…

ଆଜି WPL ଫାଇନାଲ୍, ପ୍ରଥମ ଟାଇଟଲ ଲକ୍ଷ୍ୟରେ ଦିଲ୍ଲୀ

ଭଦୋଦରା,୫।୨(ପି.ଟି.): ଚଳିତ ଓମେନ୍ସ ପ୍ରିମିୟର ଲିଗ୍‌ (ଡବ୍ଲ୍ୟୁପିଏଲ୍‌)ର ଚତୁର୍ଥ ସଂସ୍କରଣରେ ଗୁରୁବାର ଫାଇନାଲ ମ୍ୟାଚ୍‌ ଖେଳାଯିବ। ଏହି ଟାଇଟଲ ମୁକାବିଲାରେ ସ୍ମୃତି ମନ୍ଧାନାଙ୍କ ନେତୃତ୍ୱାଧୀନ ରୟାଲ ଚ୍ୟାଲେଞ୍ଜର୍ସ…

ଉଠିଲାଣି ୫୬ ଲକ୍ଷ, ପଡ଼ିରହିଛି ୭ ଲକ୍ଷ କୁଇଣ୍ଟାଲ

ଭବାନୀପାଟଣା,୫ା୨ (ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲାରେ ଚଳିତ ଖରିଫ ଧାନ କିଣା ଆରମ୍ଭରୁ ଅବ୍ୟବସ୍ଥା ଲାଗିରହିଛି। ଧାନ କିଣାକୁ ୨ ମାସରୁ ଊଦ୍ଧର୍‌ବ ସମୟ ବିତିଯାଇଥିଲେ ମଧ୍ୟ…

ଛାତିଥରା…ଦୁଇ ଗାଁରେ 162 ଜଣଙ୍କୁ ହତ୍ୟା

ନୂଆଦିଲ୍ଲୀ,୫।୨: ପଶ୍ଚିମ ନାଇଜେରିଆର ଦୁଇଟି ଗାଁରେ ଆକ୍ରମଣ କରି ସଶସ୍ତ୍ର ଆତଙ୍କବାଦୀମାନେ ଅତି କମରେ ୧୬୨ ଜଣଙ୍କୁ ନିର୍ମମ ଭାବରେ ହତ୍ୟା କରିଛନ୍ତି। ବୁଧବାର ଦିନ ଜଣେ…

ଘର ଭାଙ୍ଗି ଧାନ, ଚାଉଳ ଖାଇଲେ ହାତୀପଲ

ନୂଆପଡ଼ା,୫ା୨ (ମକାରୁ ବେମାଲ):ନୂଆପଡ଼ା ଜିଲା ସୁନାବେଡା ଅଭୟାରଣ୍ୟ ଭିତରେ ବସବାସ କରୁଥିବା ଏକ ଗଁାର ୧୦ରୁ ଊର୍ଦ୍ଧ୍ୱ ଘରକୁ ହାତୀ ଭାଙ୍ଗିଥିବା ଅଭିଯୋଗ ହୋଇଛି। ସୂଚନା ଅନୁଯାୟୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri