Posted inଜାତୀୟ

ରାମସେତୁକୁ ଜାତୀୟ ଐତିହ୍ୟ ଘୋଷଣାର ଶୁଣାଣି ଫେବୃୟାରୀରେ, ସୁବ୍ରମଣ୍ୟମ ସ୍ୱାମୀ ଦାଖଲ କରିଛନ୍ତି ପିଆଇଏଲ

ନୂଆଦିଲ୍ଲୀ,୧୨ ।୧: ସୁପ୍ରିମକୋର୍ଟ ଗୁରୁବାର କହିଛନ୍ତି, ଭାରତୀୟ ଜନତା ପାର୍ଟି(ଭାଜପା) ନେତା ସୁବ୍ରମଣ୍ୟମ ସ୍ୱାମୀ ରାମ ସେତୁକୁ ନେଇ ଦାଖଲ କରିଥିବା ପିଆଇଏଲର ଶୁଣାଣି ଫେବୃୟାରୀରେ କରାଯିବ । ସୁବ୍ରମଣ୍ୟମ ସ୍ୱାମୀ ରାମ ସେତୁକୁ ଜାତୀୟ ଐତିହ୍ୟ ଘୋଷଣା କରିବାକୁ ଦାବି କରିଛନ୍ତି । କୋର୍ଟ କହିଛନ୍ତି ଏହି ମାମଲାର ଶୁଣାଣି ଫେବୃୟାରୀ ଦ୍ୱିତୀୟ ସପ୍ତାହରେ କରାଯିବ ।

ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତି ଡିୱାଇ ଚନ୍ଦ୍ରଚୁଡ ଓ ଜଷ୍ଟିଶ ପିଏସ ନିରସିଂହାଙ୍କ ବେଞ୍ଚ କହିଛନ୍ତି, ଏହି ମାମଲାର ଶୁଣାଣି ତୁରନ୍ତ କରାଯାଇ ପାରିବ ନାହିଁ । କାରଣ ଏବେ ସମ୍ବିଧାନ ପୀଠରେ ଶୁଣାଣି ଜାରି ରହିଛି ।
ଭାରତୀୟ ଜନତା ପାର୍ଟି(ଭାଜପା) ନେତା ସ୍ୱାମୀ କହିଛନ୍ତି, ସଲିସିଟର ଜେନରାଲ ଏହି ପ୍ରସଙ୍ଗରେ ଉତ୍ତର ଦେବାକୁ ପ୍ରତିଶ୍ରୁତି ଦେଇଛନ୍ତି ଏବଂ କ୍ୟାବିନେଟ ସଚିବଙ୍କୁ ଏ ନେଇ ସମନ ଜାରି କରାଯିବା ଉଚିତ । ସେ କହିଛନ୍ତି, ଯେ ଡିସେମ୍ବର ୧୨ ସୁଦ୍ଧା ଏସଜି ତୁଷାର ମେହେଟ୍ଟା ଏକ କାଉଣ୍ଟର ଆଫିଡେଭିଟ୍ ଦାଖଲ କରିବାକୁ କହିଛନ୍ତି । ହେଲେ ଏହାର ଉତ୍ତର ଏବେ ପର୍ଯ୍ୟନ୍ତ ଦାଖଲ କରାଯାଇନାହିଁ । ଏହା ପୂର୍ବରୁ ସରକାରଙ୍କ ଉତ୍ତର ପ୍ରସ୍ତୁତ ବୋଲି କୁହାଯାଇଥିଲା ।
ସ୍ୱାମୀଙ୍କ ଏହି ଯୁକ୍ତି ଉପରେ ମେହେଟ୍ଟା କହିଛନ୍ତି ଯେ, ଏହି ଦାବି ଉପରେ ଆଲୋଚନା ଚାଲିଛି ଏବଂ ସରକାର ଏହାକୁ ବିଚାର କରୁଛନ୍ତି । ଫେବୃୟାରୀ ପ୍ରଥମ ସପ୍ତାହରେ ଏହାର ଶୁଣାଣି ପାଇଁ ସେ କୋର୍ଟଙ୍କୁ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଏହି କାର୍ଯ୍ୟ ପାଇଁ ଦେଶରେ ପ୍ରଥମ ହେଲା ଓଡ଼ିଶା: ମିଳିଲା ଉଲ୍ଲେଖନୀୟ ସଫଳତା

ଭୁବନେଶ୍ୱର, ୮ା୪(ବନ୍ଦନା ସେଠୀ):ସହରାଞ୍ଚଳ ବିକାଶ କ୍ଷେତ୍ରରେ ଓଡ଼ିଶା ଆଉ ଏକ ସଫଳତା ହାସଲ କରିଛି। ‘ଅଟଳ ମିଶନ ଫର୍‌ ରିଜୁଭେନେଶନ ଆଣ୍ଡ୍‌ ଅର୍ବାନ ଟ୍ରାନ୍ସଫର୍ମେଶନ’(ଅମୃତ) ୨.୦ର ସଫଳ…

କରାମାଡ଼ରେ ଦୋହଲିଲା ଚାଷୀଙ୍କ ମେରୁଦଣ୍ଡ: ୨୮୦୦ ହେକ୍ଟର ଫସଲ ପ୍ରଭାବିତ

ବରଗଡ଼,୮।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡ଼ବର୍ଷା ଓ କରାମାଡ଼ ଜିଲାର ଚାଷୀଙ୍କ ମାନସିକ ସ୍ଥିତିକୁ ଦୋହଲାଇ ଦେଇଛି। ଜିଲାର ଅନେକ ଚାଷୀଙ୍କ…

‘ଏହା ଯୁଦ୍ଧର ଶେଷ ନୁହେଁ, କିନ୍ତୁ…’ ଯୁଦ୍ଧବିରତି ଉପରେ ଇରାନର ବିସ୍ଫୋରକ ବୟାନ, ଟ୍ରମ୍ପ କାବା

ଓ୍ବାଶିଂଟନ୍‌,୮।୪: ଇରାନର ସର୍ବୋଚ୍ଚ ନେତା ମୋଜତାବା ଖାମେନେଇ ସମସ୍ତ ସାମରିକ ୟୁନିଟକୁ ଗୁଳି ବିରତି ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଥିବା ଜଣାପଡ଼ିଛି। “ଏହା ଯୁଦ୍ଧର ଶେଷ ନୁହେଁ,…

ଟ୍ରମ୍ପଙ୍କ ଗୋଟିଏ ଘୋଷଣାରେ ଖସିଲା ଅଶୋଧିତ ତେଲ ମୂଲ୍ୟ, ଜାଣନ୍ତୁ ନୂଆ ଦାମ୍‌

ଓ୍ବାଶିଂଟନ୍‌,୮।୪: ୮ ଏପ୍ରିଲରେ ଅଶୋଧିତ ତୈଳ ମୂଲ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ହ୍ରାସ ଘଟିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ଉପରେ ସମ୍ଭାବ୍ୟ ବୋମା ବିସ୍ଫୋରଣକୁ ଦୁଇ…

୪୨.୫% ଭାରତୀୟ ସ୍ବାସ୍ଥ୍ୟକୁ କରନ୍ତି ଅଣଦେଖା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୮ା୪(ପି.ଟି.):କାର୍ଯ୍ୟବ୍ୟସ୍ତତା କାରଣରୁ ୪୨.୫ ପ୍ରତିଶତ ଭାରତୀୟ ସେମାନଙ୍କ ସ୍ବାସ୍ଥ୍ୟ ପ୍ରତି ଅଣଦେଖା କରୁଥିବା ସ୍ବୀକାର କରିଛନ୍ତି। ୫୭.୮ ପ୍ରତିଶତ କହିଛନ୍ତି, ସେମାନଙ୍କ ସ୍ବାସ୍ଥ୍ୟ ପାଇଁ କ’ଣ ଭଲ…

୮୦ ଫୁଟ୍‌ ତଳକୁ ଖସିଲା ଟ୍ରକ୍‌: ଭିତରେ ଥିଲେ ଡ୍ରାଇଭର

ଜୟପୁର,୮।୪(ପବନ ପାଣିଗ୍ରାହୀ): ୮୦ ଫୁଟ୍‌ ତଳକୁ ଖସିଲା ଟ୍ରକ୍‌। ଫଳରେ ଡ୍ରାଇଭର ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ଉଦ୍ଧାର କରାଯାଇ ପୋଲିସ ଡାକ୍ତରଖାନାରେ ଭର୍ତ୍ତି କରିଛି। ଜୟପୁର…

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri