ଗୋରୁଙ୍କଠାରେ ବ୍ୟାପୁଛି ଚର୍ମବିଣ୍ଡି ରୋଗ

ଯାଆଁଳା ,୨୦ା୧(ଡି.ଏନ୍‌.ଏ.): ଜଟଣୀ ବ୍ଲକ ଅନ୍ତର୍ଗତ ଯାଆଁଳା ପଞ୍ଚାୟତରେ ଗୋରୁଙ୍କ ଠାରେ ଚର୍ମବିଣ୍ଡି ରୋଗ ବ୍ୟାପିବାରେ ଲାଗିଛି। ଏହାର ପ୍ରତିକାର ପାଇଁ ସ୍ଥାନୀୟ ପ୍ରାଣୀ ଚିକିତ୍ସା କେନ୍ଦ୍ର ପକ୍ଷରୁ କୌଣସି ପଦକ୍ଷେପ ନିଆଯାଉ ନାହିଁ। ଫଳରେ ସାଧାରଣରେ ଅସନ୍ତୋଷ ବଢ଼ିବାରେ ଲାଗିଛି। ସ୍ଥାନୀୟ ଲୋକଙ୍କ ଅଭିଯୋଗ ଅନୁସାରେ, ପ୍ରାୟ ଏକ ମାସ ହେବ ଯାଆଁଳା ପଞ୍ଚାୟତର ମୁଣ୍ଡମୁହାଣ, ଓଗାଳପଡ଼ା, ରାଧାଚରଣପୁର ଆଦି ଗ୍ରାମରେ ଗୋରୁ ଏହି ରୋଗରେ ଆକ୍ରାନ୍ତ ହେଉଛନ୍ତି। ସେମାନଙ୍କ ଶରୀରର ବିଭିନ୍ନ ସ୍ଥାନରେ ଫୋଟକା ଭଳି ହେବା ପରେ ଘା’ରେ ପରିଣତ ହୋଇ ପୂରା ଶରୀରକୁ ବ୍ୟାପୁଛି। ଘା’ଟି ବଡ ଆକାର ଧାରଣ କରି ଏକ ଗର୍ତ୍ତ ସୃଷ୍ଟି କରୁଛି। ପ୍ରାୟ ମାସକରେ ଗୋରୁଟି ମୃତ୍ୟୁ ମୁଖରେ ପଡୁଛି। ବିଶେଷକରି ବାଛୁରୀମାନେ ସଂକ୍ରମିତ ହେଉଛନ୍ତି। ସ୍ଥାନୀୟ ପ୍ରାଣୀ ଚିକତ୍ସା କେନ୍ଦ୍ର ପକ୍ଷରୁ ଏନେଇ କୌଣସି ପଦକ୍ଷେପ ନିଆଯାଉ ନାହିଁ। ଫଳରେ ବାହାରୁ ଆଣ୍ଟିବାୟୋଟିକ କିଣି ଗୋରୁଙ୍କୁ ଦେଉଛନ୍ତି ବୋଲି କେତେଜଣ ବାସିନ୍ଦା କହିଛନ୍ତି। ଦୁଇରୁ ତିନି ସପ୍ତାହ ମଧ୍ୟରେ ପ୍ରାୟ ୩୦ରୁ ଊର୍ଦ୍ଧ୍ୱ ଗୋରୁଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଏଥିପ୍ରତି ପ୍ରଶାସନ ଦୃଷ୍ଟି ଦେବା ସହ ପଦକ୍ଷେପ ନେବାକୁ ଦାବି ହେଉଛି। ଅନ୍ୟପକ୍ଷରେ ଏନେଇ ଯାଆଁଳା ପ୍ରାଣୀ ଚିକିତ୍ସା କେନ୍ଦ୍ରର ଡା. ରୋଜାଲିନ ଖଟୁଆ କୁହନ୍ତି, କର୍ମଚାରୀଙ୍କ ଅଭାବ ଯୋଗୁ ଗୋ’ ସେବାରେ ବ୍ୟତିକ୍ରମ ଦେଖାଦେଇଛି। ଖୁବ୍‌ଶୀଘ୍ର ଉକ୍ତ ଗ୍ରାମଗୁଡ଼ିକରେ ଗୋରୁଙ୍କୁ ଟିକା ଦିଆଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛିଡୁନି ଭାଜପା ପ୍ରାର୍ଥୀଙ୍କ ନାମ, ମହିଳା କାର୍ଡ ଖେଳିବା ଚର୍ଚ୍ଚା

କଟକ,୨୭ା୪(ଶିଳ୍ପା ପ୍ରିୟଦର୍ଶିନୀ): ନିର୍ବାଚନକୁ ମାତ୍ର କମ୍‌ ସମୟ ଥିବାବେଳେ ଆସନ୍ତା ସୋମବାରଠାରୁ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବ। ହେଲେ ଏପର୍ଯନ୍ତ ବାରବାଟୀ-କଟକ ଭାଜପାର...

ଟୁକୁନୀଙ୍କ ପାଇଁ ପଦ୍ମପୁର ଜିଲା ଘୋଷଣା ଅଟକିଥିବା ଚର୍ଚ୍ଚା

ବଲାଙ୍ଗୀର, ୨୭ା୪(ବୀରେନ୍ଦ୍ର କୁମାର ଝାଙ୍କର): ଟିଟିଲାଗଡ଼ ସହରରେ ବରିଷ୍ଠ ନାଗରିକ ସମୂହଙ୍କ ପକ୍ଷରୁ ଆୟୋଜିତ ଏକ ନିର୍ବାଚନୀ ସଭାରେ ମନ୍ତ୍ରୀ ତଥା ଟିଟିଲାଗଡ଼ ବିଧାୟିକା ପ୍ରାର୍ଥୀ...

ସମ୍ବଲପୁରୀ ଲୁଙ୍ଗି ଉପାଖ୍ୟାନ

ସମ୍ବଲପୁର,୨୭।୪ (ଭବାନୀ ଶଙ୍କର ଭୋଇ): ସମ୍ବଲପୁରରେ ମୁଖ୍ୟମନ୍ତ୍ରୀଙ୍କ ଲୁଙ୍ଗିପିନ୍ଧାକୁ ନେଇ ବିଜେଡି ଏବଂ ଭାଜପା ମଧ୍ୟରେ ଜୋରଦାର ବାକ୍‌ଯୁଦ୍ଧ ଆରମ୍ଭ ହୋଇଯାଇଛି। ଶୁକ୍ରବାର ଏନେଇ ଉଭୟ...

ରବି-ତାରା ମୁହାଁମୁହିଁ

ଜୟପୁର, ୨୭ା୪(ପବନ ପାଣିଗ୍ରାହୀ): ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେଡି ନେତା ରବିନାରାୟଣ ନନ୍ଦ ଶୁକ୍ରବାର ଜୟପୁର ସାଜୁସାହିସ୍ଥିତ ବିଜେଡି କାର୍ଯ୍ୟାଳୟରେ ଖବରଦାତା ସମ୍ମିଳନୀ କରି...

‘କ୍ରୀତଦାସ ନୁହେଁ, ସ୍ବାଭିମାନରେ ବିଶ୍ୱାସକରେ’

ଅନୁଗୋଳ, ୨୭ା୪(ଅମିତ କୁମାର ସାମଲ): ଦୀର୍ଘ ୨୫ ବର୍ଷର ଅପାରଗ ଓ ସ୍ଥାଣୁ ସରକାରରେ ଅନେକେ କ୍ରୀତଦାସ ହେବାକୁ ପସନ୍ଦ କରୁଛନ୍ତି। କିନ୍ତୁ ସେ କ୍ରୀତଦାସରେ...

ମୁକାବିଲା ମୁଡ୍‌ରେ ସୂର୍ଯ୍ୟବଂଶୀ-ସଞ୍ଜୟ

ଧାମନଗର,୨୭୪(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଲୋକ ସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଧାମନଗର ବିଧାନସଭା କ୍ଷେତ୍ରରେ ଭାଜପା, ବିଜେଡି ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ସରିଛି। ଭାଜପା...

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଚାଲିଗଲା ୩ ଜୀବନ

ଅନୁଗୋଳ,୨୭ା୪ (ଅମିତ କୁମାର ସାମଲ): ଅନୁଗୋଳ ସଦର ଥାନା ଅଧୀନ ପଞ୍ଚମହଳା ନିକଟରେ ଶନିବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ...

ସୀମାରେ ଯାଞ୍ଚ: ପିକ୍‌ଅପ୍‌ ଭ୍ୟାନରୁ ୩.୬୯ଲକ୍ଷ ଜବତ

ନୂଆପଡ଼ା,୨୭ା୪ (ମକାରୁ ବେମାଲ): ସାଧାରଣ ନିର୍ବାଚନକୁ ଅବାଧ ଓ ନିରପେକ୍ଷ କରିବା ଲକ୍ଷ୍ୟ ନେଇ ପୋଲିସ ପ୍ରଶାସନ, ଅବକାରୀ ଓ ବନ ବିଭାଗ ପକ୍ଷରୁ ଆନ୍ତଃ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri