Posted inଜାତୀୟ

ସେରମ ଇନଷ୍ଟିଚ୍ୟୁଟରେ କୋଟିଏ ଟଙ୍କାରେ ଠକେଇ, ପୁନାଓ୍ବାଲାଙ୍କ ନାମରେ ଆସିଥିଲା ମେସେଜ…

ନୂଆଦିଲ୍ଲୀ, ୧୦।୯ : ଟିକା ନିର୍ମାତା ସେରମ ଇନଷ୍ଟିଚ୍ୟୁଟ ଅଫ ଇଣ୍ଡିଆରେ ଏକ କୋଟି ଟଙ୍କା ଠକେଇ ମାମଲା ସାମ୍ନାକୁ ଆସିଛି। ପୁଣେ ପୋଲିସ ଶନିବାର କହିଛି ଯେ ଠକମାନେ ସିଇଓ ଆଦର ପୁନାୱାଲାଙ୍କ ନାମରେ ମେସେଜ ପଠାଇ ଟଙ୍କା ସ୍ଥାନାନ୍ତର କରିବାକୁ ଦାବି କରିଛନ୍ତି। ବୁଧବାରରୁ ଗୁରୁବାର ମଧ୍ୟରେ ଏହି ଠକେଇ ଘଟିଛି ବୋଲି ବୁଣ୍ଡଗାର୍ଡେନ ପୋଲିସ ଷ୍ଟେଶନର ଜଣେ ଅଧିକାରୀ କହିଛନ୍ତି। ଏହି ମାମଲାରେ ଅଜ୍ଞାତ ଅଭିଯୁକ୍ତଙ୍କ ବିରୋଧରେ ଏଫଆଇଆର୍‌ ପଞ୍ଜିକୃତ ହୋଇଛି।

ଏଫଆଇଆର୍‌ ଅନୁଯାୟୀ, ସେରମ ଇନଷ୍ଟିଚ୍ୟୁଟ ଅଫ ଇଣ୍ଡିଆର ଅନ୍ୟତମ ନିର୍ଦ୍ଦେଶକ ସତୀଶ ଦେଶପାଣ୍ଡେଙ୍କୁ ହ୍ବାଟସ ଆପରେ ମେସେଜ କରାଯାଇଥିଲା। ବାର୍ତ୍ତାରେ ଅପରାଧି ନିଜକୁ ଆଦର ପୁନାୱାଲା ବୋଲି ସୂଚନା ପ୍ରଦାନ କରିଥିଲେ। ଅପରାଧି ଦେଶପାଣ୍ଡେଙ୍କୁ ତୁରନ୍ତ କିଛି ବ୍ୟାଙ୍କ ଆକାଉଣ୍ଟକୁ ଟଙ୍କା ସ୍ଥାନାନ୍ତର କରିବାକୁ କହିଥିଲେ।

ମେସେଜ ସିଇଓଙ୍କଠାରୁ ଆସିଛି ବୋଲି ଭାବି କମ୍ପାନୀ ଅଧିକାରୀମାନେ ୧,୦୧,୦୧, ୫୫୪ ଟଙ୍କା ଅନଲାଇନରେ ଟ୍ରାନ୍ସଫର କରିଥିଲେ, କିନ୍ତୁ ପରେ ଜଣାପଡିଥିଲା ଯେ ପୁନାୱାଲା କୌଣସି ହ୍ବାଟସ ଆପ ବାର୍ତ୍ତା ପଠାଇ ନାହାଁନ୍ତି। ଏହି ଘଟଣାରେ ତଦନ୍ତ ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ଧାନମଣ୍ଡିରେ ବ୍ୟାପକ ଅନିୟମିତତା: ରାସ୍ତାରେ ଧାନ ରଖି ପ୍ରତିବାଦ କଲେ ଚାଷୀ

ପରଜଙ୍ଗ,୩୦ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକସ୍ଥିତ ସାଆନ୍ଦା କୃଷି ସମବାୟ ସମିତି କାର୍ଯ୍ୟାଳୟ ଅଧିନରେ ହେଉଥିବା ଧାନମଣ୍ଡିରେ ବ୍ୟାପକ ଅନିୟମିତତା ଅଭିଯୋଗ ହୋଇଛି। ଯେଉଁ ଚାଷୀମାନେ…

ଲୋମ ଟାଙ୍କୁରି ଉଠିବ…. ଅବୈଧ ସମ୍ପର୍କ ପାଇଁ ପ୍ରେମିକାକୁ ମାରି ଖଣ୍ଡ ଖଣ୍ଡ କଲା ପ୍ରେମିକ, ଫ୍ରିଜରେ ପୁରାଇ….

ନୂଆଦିଲ୍ଲୀ,୩୦।୩: ବିଶାଖାପାଟଣାରେ ଏକ ଲୋମହର୍ଷଣକାରୀ ଘଟଣା ବର୍ତ୍ତମାନ ସାରା ଦେଶରେ ଚର୍ଚ୍ଚାର ବିଷୟ ପାଲଟିଛି । ଏଠାରେ ଜଣେ ବ୍ୟକ୍ତି ସାମାନ୍ୟ ଯୁକ୍ତିତର୍କ ପରେ ଜଣେ ମହିଳାଙ୍କୁ…

ସୁସ୍ଥ ରହିବେ ବୟସ୍କ ବ୍ୟକ୍ତି

ଦଶ ବର୍ଷ ପୂର୍ବେ ମନୁଷ୍ୟର ହାରାହାରି ଜୀବନକାଳ ପ୍ରାୟ ୬୩ ବର୍ଷ ଥିଲା। ଡାକ୍ତରୀ ବ୍ୟବସ୍ଥାର ସୁବ୍ୟବସ୍ଥା ଏବଂ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗୁଁ ଆମର ହାରାହାରି ବୟସ…

‘ଧରିତ୍ରୀ’ ବିରୋଧରେ ଅଭିଯୋଗ ଭିତ୍ତିହୀନ, ମାମଲା ଖାରଜ କଲେ କୋର୍ଟ

ପୁରୀ/ଗୋପ,୩୦ା୩( ଅଜିତ ମହାନ୍ତି/ ଭାରତୀ ଭୂଷଣ ଉପାଧ୍ୟାୟ): ଜାଲ ସାର୍ଟିଫିକେଟ ରାକେଟ ସମ୍ପର୍କିତ ଖବର ପ୍ରକାଶନ ବିରୋଧରେ ଧରିତ୍ରୀ ଏବଂ ଏହାର ଖବରଦାତାଙ୍କ ବିରୋଧରେ ହୋଇଥିବା ଏକ…

ଫୁଲ ତୋଳିବା ହେଲା କାଳ, କୂଅରେ ପଡ଼ି ଚାଲିଗଲା ବୃଦ୍ଧାଙ୍କ ଜୀବନ

ନନ୍ଦପୁର,୩୦।୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମା ବାହିରିପଡ଼ା ଜମି ଭିତରେ ଥିବା ଏକ ପରିତ୍ୟକ୍ତ କୂଅରେ ପଡ଼ି ଜଣେ ବୃଦ୍ଧା ମହିଳାଙ୍କ…

ଅପମାନିତ ହେଲା ପାକିସ୍ତାନ: PSLରେ ବଲ ଟ୍ୟାମ୍ପରିଂ? ଫଖର ଜମାନଙ୍କ କାର୍ଯ୍ୟ କ୍ୟାମେରାରେ କଏଦ

ଇସଲାମାବାଦ,୩୦।୩: ପାକିସ୍ତାନ ସୁପର ଲିଗ (PSL 2026) ଆରମ୍ଭ ହେବାର ମାତ୍ର କିଛି ଦିନ ହେଲାଣି, ତଥାପି ଏହା ମଧ୍ୟରେ ଏକ ବଡ଼ ବିବାଦ ଦେଖାଦେଇଛି। ମ୍ୟାଚରେ…

ହୋଟେଲ କିମ୍ବା ରେଷ୍ଟୁରାଣ୍ଟରେ ଆପଣଙ୍କ ବିଲରେ LPG ଦେୟ ଯୋଡୁଥିଲେ ତୁରନ୍ତ କରିପାରିବେ ଅଭିଯୋଗ, ଜାଣନ୍ତୁ ସମ୍ପୂର୍ଣ୍ଣ ପ୍ରକ୍ରିୟା

ନୂଆଦିଲ୍ଲୀ,୩୦।୩: ଗ୍ରାହକମାନଙ୍କୁ ଆଶ୍ୱସ୍ତି ପ୍ରଦାନ କରିବା ପାଇଁ, କେନ୍ଦ୍ରୀୟ ଗ୍ରାହକ ସୁରକ୍ଷା ପ୍ରାଧିକରଣ (CCPA) ହୋଟେଲ ଏବଂ ରେଷ୍ଟୁରାଣ୍ଟଗୁଡ଼ିକୁ ସ୍ପଷ୍ଟ ନିର୍ଦ୍ଦେଶନାମା ଜାରି କରିଛି, ସେମାନଙ୍କୁ ଗ୍ରାହକ…

ଲସ୍କର ଆତଙ୍କୀ ଶବିର ଲୋନ ଗିରଫ, ISIର ନିର୍ଦ୍ଦେଶରେ ରଚୁଥିଲା ଷଡଯନ୍ତ୍ର

ନୂଆଦିଲ୍ଲୀ,୩୦ା୩: ଜାତୀୟ ରାଜଧାନୀ ଦିଲ୍ଲୀରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଦିଲ୍ଲୀ ପୋଲିସର ସ୍ପେଶାଲ ସେଲ୍ ଦିଲ୍ଲୀ ସୀମାରୁ ଲସ୍କର ଆତଙ୍କବାଦୀ ଶବିର ଅହମ୍ମଦଙ୍କୁ ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri