Posted inଜାତୀୟ

୧୦ ହଜାର କୋଟି ସରକାରୀ ଟଙ୍କାର ହିସାବ ମିଳୁନି

ରାଞ୍ଚି,୧୮ା୫: ଝାଡ଼ଖଣ୍ଡରେ ସବୁବେଳେ ଯୋଜନା ନାମରେ ସରକାରୀ ପାଣ୍ଠି ଲୁଟ୍‌ ହେଉଥିବା ଖବର ଚର୍ଚ୍ଚାରେ ରହିଥାଏ। କିନ୍ତୁ ଏଥର ଯାହା ପ୍ରକାଶ ପାଇଛି ତାହା ଅଧିକ ଆଶ୍ଚର୍ଯ୍ୟଜନକ। ବିଭାଗ ପାଇଁ ସ୍ଥିର ହୋଇଥିବା ବଜେଟର ୧୦୦୦୦ କୋଟି ଟଙ୍କା କେଉଁଠାରେ ଖର୍ଚ୍ଚ ହୋଇଛି ସେ ସମ୍ପର୍କରେ କୌଣସି ହିସାବ ମିଳୁନାହିଁ। ବ୍ୟବହାର ପ୍ରମାଣପତ୍ର ଏଜିକୁ ପଠାଯିବା ପରେ ଏହି ତଥ୍ୟ ସାମ୍ନାକୁ ଆସିଛି। ଅର୍ଥମନ୍ତ୍ରୀ ରାମେଶ୍ୱର ଓରାଓଁ କହିଛନ୍ତି, ୨୦ ବର୍ଷ ପରେ ଏହାର ଅଡିଟ କରାଯାଇଥିଲା ଏବଂ ୧୦,୦୦୦ କୋଟି ଟଙ୍କାର ବ୍ୟବହାର ପ୍ରମାଣପତ୍ର ଗ୍ରହଣ କରାଯାଇନାହିଁ। ବର୍ତ୍ତମାନ ଅର୍ଥ ବିଭାଗ ଜୁନ୍‌ ମାସରେ ଏକ ସମୀକ୍ଷା ବୈଠକ ଡାକିଛି।

ବିଶେଷ କଥା ହେଉଛି ଏହି ଘୋଟାଲାଗୁଡ଼ିକ କୌଣସି ସରକାର କାର୍ଯ୍ୟକାଳ ସହିତ ଜଡ଼ିତ ନୁହେଁ। ୨୦ ବର୍ଷ ପରେ, ଏହା ଅଡିଟ୍‌ରେ ପ୍ରକାଶ ପାଇଛି, କିନ୍ତୁ କେଉଁ ବିଭାଗ ସହିତ ଏହି ବିଷୟ ସମ୍ବନ୍ଧୀୟ, ଅର୍ଥ ବିଭାଗ ଏହାକୁ ପ୍ରକାଶ କରିନାହିଁ। ଏହି ସ୍କାମଗୁଡ଼ିକ ଏକ ଡଜନରୁ ଅଧିକ ବିଭାଗର ବୋଲି ବିଶ୍ୱାସ କୁହାଯାଉଛି। ଅର୍ଥ ବିଭାଗର ଆଶଙ୍କା ରହିଛି, ଏହା ଏକ ବଡ଼ ଲୁଟ୍‌ ହୋଇପାରେ। ଯଦି ଏପରି ଘଟିଥାଏ ତେବେ ସମ୍ପୃକ୍ତ ଅଧିକାରୀଙ୍କ ବିରୋଧରେ ଏଫ୍‌ଆଇଆର ଦାଖଲ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

କୁଲଦୀପ ଯାଦବଙ୍କୁ ଦ୍ୱିତୀୟ ଟେଷ୍ଟରୁ କାହିଁକି ବାଦ ଦିଆଗଲା? ବିସିସିଆଇ ପ୍ରକୃତ କାରଣ ପ୍ରକାଶ କଲା

ନୂଆଦିଲ୍ଲୀ,୨୩।୮: କୁଲଦୀପ ଯାଦବ ବର୍ତ୍ତମାନ କଲମ୍ବୋରେ ଚାଲିଥିବା ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଖେଳୁନାହାଁନ୍ତି। ତାଙ୍କ ସ୍ଥାନରେ ଅଫ ସ୍ପିନର ସାରାଂଶ ଜୈନଙ୍କୁ ପ୍ଲେଇଂ ଏକାଦଶରେ ସାମିଲ…

ଭାରତରେ କିଏ ସ୍ଥିର କରେ ଚିନି ଦାମ୍‌? ସରକାର ନା କୃଷକ, ଜାଣନ୍ତୁ…

ନୂଆଦିଲ୍ଲୀ,୨୩ା୮: ଚା’ କପ୍‌ରୁ ଆରମ୍ଭ କରି ପର୍ବପର୍ବାଣିର ମିଠା ପର୍ଯ୍ୟନ୍ତ, ଚିନି ପ୍ରତ୍ୟେକ ଘରର ଦୈନନ୍ଦିନ ଆବଶ୍ୟକତାର ଏକ ପ୍ରମୁଖ ଅଂଶ। ଏହି ସମୟରେ ଦେଶରେ ଚିନି…

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ଜାପାନ: ୨୩ ଆହତ, ଟୋକିଓରେ ବିଦ୍ୟୁତ୍ କାଟ୍, ଟ୍ରେନ୍ ଚଳାଚଳ ବ୍ୟାହତ

ଟୋକିଓ,୨୩ା୮: ପୂର୍ବ ଜାପାନର ବିଭିନ୍ନ ଅଞ୍ଚଳ ସମେତ ରାଜଧାନୀ ଟୋକିଓରେ ରବିବାର ସକାଳେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ପ୍ରାରମ୍ଭିକ ତୀବ୍ରତା…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri