୨୩ ଜିଲାରେ ନିଅଣ୍ଟିଆ ବର୍ଷା

ଭୁବନେଶ୍ୱର,୧୯।୮(ବ୍ୟୁରୋ): ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଓଡ଼ିଶା ଅତିକ୍ରମ କରିଛି। ଯେତିକି ବର୍ଷା ହେବା କଥା ହେଲା ନାହିଁ। ଦକ୍ଷିଣ ଓଡ଼ିଶାର କେତେକ ଜିଲାରେ କିଛି ମାତ୍ରାରେ ବର୍ଷା ହୋଇଥିଲେ ମଧ୍ୟ ରାଜ୍ୟର ଅଧିକାଂଶ ଭାଗରେ ନିଅଣ୍ଟିଆ ପରିସ୍ଥିତି ରହିଛି। ପାଣିପାଗ ବିଭାଗରୁ ମିଳିଥିବା ସୂଚନା ଅନୁଯାୟୀ ରାଜ୍ୟରେ ଜୁନ୍‌ ପହିଲାରୁ ଅଗଷ୍ଟ ୧୮ ତାରିଖ ମଧ୍ୟରେ ସ୍ବାଭାବିକଠାରୁ ୨୮ ପ୍ରତିଶତ କମ୍‌ ବର୍ଷା ହୋଇଛି। ବର୍ତ୍ତମାନ ସୁଦ୍ଧା ୨୩ ଜିଲାରେ ବର୍ଷା ନିଅଣ୍ଟିଆ ରହିଛି। ସେହି ସବୁ ଜିଲା ରେଡ୍‌ ଜୋନରେ ରହିଛି। କେବଳ କଟକ, ଜଗତ୍‌ସିଂହପୁର, ଖୋର୍ଦ୍ଧା, କୋରାପୁଟ, ମାଲକାନଗିରି, ନୂଆପଡ଼ା ଏବଂ ପୁରୀ ଜିଲାରେ ବର୍ଷା ସ୍ବାଭାବିକ ରହିଛି। ବୁଧବାର ଝାଡ଼ଖଣ୍ଡ ଓ ଏହାର ଆଖପାଖ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଭଦ୍ରକ, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ସମ୍ବଲପୁର, ବରଗଡ଼ ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନର ଚେତାବନୀ ମଧ୍ୟରେ ନେତାନ୍ୟାହୁଙ୍କ ବଡ଼ ଘୋଷଣା, ଆକ୍ସନରେ ଇସ୍ରାଏଲ

ତେହରାନ,୯।୪: ଇରାନ ସହିତ ଚାଲିଥିବା ଉତ୍ତେଜନା ଏବଂ ଯୁଦ୍ଧବିରତି ପାଇଁ ପ୍ରୟାସ ମଧ୍ୟରେ, ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ସ୍ପଷ୍ଟ କରିଛନ୍ତି ଯେ ହିଜବୋଲା ବିରୁଦ୍ଧରେ ସାମରିକ…

ଅଗ୍ନିବୀର ନିଯୁକ୍ତି: ଲିଖିତ ପରୀକ୍ଷା ପାଇଁ ଭାରତୀୟ ସେନା ଜାରି କଲା ସାମ୍ପଲ ପେପର, ମାଗଣାରେ ଏମିତି କରନ୍ତୁ ଡାଉନଲୋଡ୍‌

ନୂଆଦିଲ୍ଲୀ,୯।୪: ଭାରତୀୟ ସେନାରେ ଅଗ୍ନିବୀର ହେବା ପାଇଁ ପ୍ରସ୍ତୁତ ହେଉଥିବା ଯୁବକମାନଙ୍କ ପାଇଁ ଏକ ବଡ଼ ଖବର। ସେନା ପକ୍ଷରୁ ଲିଖିତ ପରୀକ୍ଷା ପାଇଁ ‘ଫ୍ରି ସାମ୍ପଲ ପେପର…

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ହର୍ମୁଜକୁ ନେଇ ବଡ଼ ସର୍ତ୍ତ ରଖିଲାଣି ଇରାନ, ଗୋଟିଏ ଦିନରେ ମାତ୍ର ଏତିକି ଜାହାଜକୁ ମିଳିବ ଅନୁମତି

ତେହରାନ୍‌,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ମଧ୍ୟରେ, ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୁଷିଆର ସରକାରୀ ଖବର…

ଇରାନ-ଆମେରିକା ଯୁଦ୍ଧବିରତି ଭାରତ ପାଇଁ ପାଲଟିଲା ସଞ୍ଜିବନୀ, ସିଧାସଳଖ ମିଳିବ ଲାଭ

ନୂଆଦିଲ୍ଲୀ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ୧୪ ଦିନିଆ ଅସ୍ତ୍ରବିରତିରୁ ଭାରତକୁ ଗୁରୁତ୍ୱପୂର୍ଣ୍ଣ ଲାଭ ମିଳିବ। ପଶ୍ଚିମ ଏସିଆରେ ଉତ୍ତେଜନା ହ୍ରାସ ପାଇବା ସହିତ, ଭାରତର ଶକ୍ତି…

ଓଡ଼ିଆ ପକ୍ଷ: ପାଠକଙ୍କ ମନମୋହିଲା ମହାପୁରୁଷଙ୍କ ଜୀବନିକାହାଣୀ

ପୁରୁଷୋତ୍ତମପୁର,୯ା୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ନିର୍ବାହୀଅଧିକାରୀ ସଙ୍ଗିତା ସେଠୀଙ୍କ ତତ୍ତ୍ବାବଧନରେ ଆସ ବହିଟିଏ କିଣିବା କାର୍ଯ୍ଯକ୍ରମ ଅନୁଷ୍ଠିତ…

‘ଅସ୍ତ୍ରବିରତି ଭୁଲ’: ପାକିସ୍ତାନରେ ଆମେରିକା ସହିତ ଆଲୋଚନା ପୂର୍ବରୁ ଇରାନ ‘ୟୁରାନିୟମ ଏନରିଚମେଣ୍ଟ’ ଉପରେ ଟାଣିଲା ରେଡଲାଇନ!

ତେହରାନ,୯।୪: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧରେ ଯୁଦ୍ଧବିରତି ପରେ, ଇରାନର ପରମାଣୁ ସଂସ୍ଥା ମୁଖ୍ୟ ମହମ୍ମଦ ଇସଲାମି ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି।…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri