ପାରଳାଖେମୁଣ୍ଡି ମୁଖ୍ୟ ଚିକିତ୍ସାଳୟରେ ଅଭାବନୀୟ ଘଟଣା: କେଭିନ୍ ଭିତରେ ଛାତରୁ ଖସିଲା ସିଲିଂ, ମହିଳା ରୋଗୀ

ପାରଳାଖେମୁଣ୍ଡି, ୩୦।୫ (ଗିରିଧାରୀ ପରିଛା): ଗଜପତି  ଜିଲା  ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରୁ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି। ମେଡିକାଲକୁ ଚିକିତ୍ସା ପାଇଁ ଆସିଥିବା ଜଣେ ମହିଳା ରୋଗୀ ରହୁଥିବା ସ୍ୱତନ୍ତ୍ର କେଭିନ୍‌ର ଛାତରୁ ହଠାତ୍ ସିଲିଂ ଭାଙ୍ଗି ତଳେ ପଡ଼ିଯାଇଛି। ତେବେ ଏହି ଦୁର୍ଘଟଣାରେ ମହିଳା ରୋଗୀଜଣକ ଅଳ୍ପକେ ବଡ଼ ବିପଦରୁ ବର୍ତ୍ତି ଯାଇଛନ୍ତି।

ମିଳିଥିବା ସୂଚନା ଅନୁଯାୟୀ, ପାରଳାଖେମୁଣ୍ଡି ସାମୁଟିଆ ସାହି ଅଞ୍ଚଳର ଭବଶ୍ରୀ ହଳଦର ନାମକ ଜଣେ ମହିଳା ଆଜି ସକାଳେ ନିଜର ଅପରେସନ (ଶଲ୍ୟ ଚିକିତ୍ସା) ପାଇଁ ମୁଖ୍ୟ ଚିକିତ୍ସାଳୟକୁ ଆସିଥିଲେ। ଚିକିତ୍ସାଳୟ ସ୍ୱତନ୍ତ୍ର କେଭିନ୍ – ୬୩,ମଧ୍ୟାହ୍ନ ପ୍ରାୟ ୧୨ଟାରେ ମହିଳାଙ୍କର ଡ୍ରେସିଙ୍ଗ୍ କାର୍ଯ୍ୟ ଶେଷ ହେବା ପରେ ତାଙ୍କୁ ମେଡିକାଲର ୬୩ ନମ୍ବର ସ୍ୱତନ୍ତ୍ର କେଭିନ୍‌ରେ ରଖାଯାଇଥିଲା। ସେ କେଭିନ୍ ଭିତରେ ଥିବା ସମୟରେ ହଠାତ୍ ଛାତର ସିଲିଂଟି ତାଙ୍କ ଉପରକୁ ଖସି ପଡ଼ିଥିଲା। ତେବେ ସୌଭାଗ୍ୟବଶତଃ ମହିଳା ରୋଗୀଙ୍କର କୌଣସି ପ୍ରାଣହାନି ବା ଗୁରୁତର ଆଘାତ ଲାଗିନାହିଁ ଏବଂ ସେ ସୁରକ୍ଷିତ ଅଛନ୍ତି।

ଜିଲ୍ଲାର ସବୁଠାରୁ ବଡ଼ ସରକାରୀ ଚିକିତ୍ସାଳୟର ସ୍ୱତନ୍ତ୍ର କେଭିନ୍ ଭିତରେ ଏଭଳି ଘଟଣା ଘଟିବା ମେଡିକାଲର ରକ୍ଷଣାବେକ୍ଷଣ ଓ ରୋଗୀ ସୁରକ୍ଷା ଉପରେ ଏକ ବଡ଼ ପ୍ରଶ୍ନବାଚୀ ସୃଷ୍ଟି କରିଛି। ଯେଉଁଠି ରୋଗୀ ଭଲ ହେବାକୁ ଆସୁଛନ୍ତି, ସେଠାରେ ଏଭଳି ବିପଜ୍ଜନକ ସ୍ଥିତିକୁ ନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ଏହି ସମ୍ବେଦନଶୀଳ ଘଟଣା ପରେ ମେଡିକାଲ କର୍ତ୍ତୃପକ୍ଷ ତୁରନ୍ତ ଏହାର ଯାଞ୍ଚ କରି ସମସ୍ତ କେଭିନ୍ ଓ ୱାର୍ଡର ସ୍ଥିତି ସୁଧାରିବା ପାଇଁ ଦାବି ହେଉଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭ୍ୟାନ୍‌ରେ ଆସି ପୋଷା କୁକୁରକୁ ଲୁହାଛଡ଼ରେ ଆକ୍ରମଣ କରି ଚୋରି ଘଟଣାର ପର୍ଦ୍ଦାଫାଶ: ସିସିଟିଭି ଫୁଟେଜ୍‌ରୁ…

ଦିଗପହଣ୍ଡି,୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଗଡ଼ ଚୈତନ୍ୟପୁର ଶାସନ ସାହିସ୍ଥିତ ନୀଳମାଧବ ମିଶ୍ରଙ୍କ ଇଲେକ୍ଟ୍ରୋନିକ୍ସ ସାମଗ୍ରୀ ମରାମତି ଦୋକାନରୁ ହୋଇଥିବା ଚୋରି ଘଟଣାର ପର୍ଦ୍ଦାଫାଶ…

ସୁନା ଦେଇ ଟଙ୍କା ନେଲେ, ମୂଳଧନ ଫେରାଇ ମାଗିବାରୁ ମିଳିଲାନି ଅଳଙ୍କାର: ୭୧ ବର୍ଷୀୟ ବୃଦ୍ଧଙ୍କ ଅଭିଯୋଗ ପରେ…

ପାରଳାଖେମୁଣ୍ଡି,୨ା୯(ଗିରିଧାରୀ ପରିଛା): ସୁନା ଅଳଙ୍କାର ବନ୍ଧକ ରଖି ୫ ଲକ୍ଷ ଟଙ୍କା ଋଣ ନେବା ପରେ, ସୁଧ ଓ ମୂଳଧନ ଟଙ୍କା ଫେରସ୍ତ କରିବାରୁ ଅଳଙ୍କାର ଫେରାଇବାକୁ…

କୋର୍ଟଙ୍କ ଜାମିନବିହୀନ ୱାରେଣ୍ଟ ପରେ ଆକ୍ସନ: ଅଭିଯୁକ୍ତ ବଳିଆଙ୍କୁ…

ଦିଗପହଣ୍ଡି,୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍ ରାମଚନ୍ଦ୍ରପୁର ଗ୍ରାମର ଜଣେ ୱାରେଣ୍ଟି ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ପାଟପୁର ଥାନା ପୋଲିସ।…

ସାଇକେଲରେ ସାର ବସ୍ତା ଲଦି ରାସ୍ତା ପାର ହେଉଥିଲେ, ଧକ୍କା ଦେଲା କାର୍‌; ଚାଲିଗଲା ଚାଷୀଙ୍କ…

ଦିଗପହଣ୍ଡି,୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ରାୟଗଡ଼ା ୩୨୬ ନମ୍ବର ଜାତୀୟ ରାଜପଥର ମଳାଭଞ୍ଜା ବ୍ରିଜ୍ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। କାର୍ (ନଂ.…

ଜୀବନରେ ଥରେ ସରପଞ୍ଚ ପଦବୀ ପାଇଁ ଲଢ଼ିବି: ଜିଲା ସରପଞ୍ଚ ମହାସଂଘର ଚତୁର୍ଥ ବାର୍ଷିକ ସମ୍ମିଳନୀରେ ବିଧାୟକ…

ଦିଗପହଣ୍ଡି,୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସରପଞ୍ଚ ମହାସଂଘର ଚତୁର୍ଥ ଜିଲା ସମ୍ମିଳନୀ ବୁଧବାର ଦିଗପହଣ୍ଡି ସ୍ଥିତ ଷୋହଳ ଖଣ୍ଡ ଗୋପାଳ ସମାଜ ଗୃହ ପରିସରରେ ଆଡ଼ମ୍ବରର…

ଶୌଚ ହେବାକୁ ଯାଇଥିଲେ, ଆଉ ଫେରିଲେନି: ଗୋଡ଼ ଖସିଯିବାରୁ ପୋଖରୀ ଗଭୀର ପାଣିରେ ବୁଡ଼ି ଚାଲିଗଲା…

ଥୁଆମୂଳ ରାମପୁର,୨ା୯ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ ମହୁଲପାଟଣା ଫାଣ୍ଡି ଅଧୀନସ୍ଥ ଉପରଚବରି ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଯାଇଛି। ଗାଁ…

ଲଗାତାର ୩ୟ ଥର ପାଇଁ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ଶିକ୍ଷକ ବିନୋଦ ବାତ୍ରା: ଲାଞ୍ଜିଗଡ଼ ହାଇସ୍କୁଲ ପାଇଁ ଗୌରବ…

ଲାଞ୍ଜିଗଡ଼,୨।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ୍ ଅନ୍ତର୍ଗତ ସରକାରୀ ଉଚ୍ଚ ବିଦ୍ୟାଳୟ, ଲାଞ୍ଜିଗଡ଼ର ସାମାଜିକ ବିଜ୍ଞାନ ଶିକ୍ଷକ ଶ୍ରୀ ବିନୋଦ ବାତ୍ରା ପୁଣି ଥରେ…

ଘରେ ସ୍ତ୍ରୀକୁ ପିଟିପିଟି ହତ୍ୟା, ଘଟଣାସ୍ଥଳରୁ ସ୍ବାମୀ ଫେରାର

ନୂଆଗାଁ,୨ା୯ (ଧନେଶ୍ୱର ସାହୁ): ନୟାଗଡ ଜିଲା ନୂଆଗାଁ ଥାନା ନୂଆଗାଁ ସଦର ପଂଚାୟତ କାଚପଲି ଗ୍ରାମରେ ଅଭାବନୀୟ ଘଟଣା ଘଟିଯାଇଛି । ସ୍ତ୍ରୀଙ୍କୁ ହତ୍ୟା କରିଛନ୍ତି ସ୍ବାମୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri