ଡରିଗଲା ପାକିସ୍ତାନ, ଭାରତକୁ କଲା ଏମିତି ଅନୁରୋଧ

ଇସଲାମାବାଦ୍‌,୧୮।୩: ପାକିସ୍ତାନ ସରକାର ଭାରତ ସହ ସମ୍ପର୍କକୁ ନେଇ ନ୍ୟାଶନାଲ୍‌ ଆସେମ୍ଭଲିରେ ଏକ ଲିଖିତ ଉତ୍ତର ଦେଇଛନ୍ତି। ଭାରତ ସହ ବନ୍ଧୁତ୍ୱପୂର୍ଣ୍ଣ ସମ୍ପର୍କ ପାଇଁ ପାକିସ୍ତାନର ପ୍ରତିବଦ୍ଧତାକୁ ଦୋହରାଇ ବୈଦେଶିକ ମନ୍ତ୍ରୀ ତଥା ଉପପ୍ରଧାନମନ୍ତ୍ରୀ ଇଶାକ ଦାର କହିଛନ୍ତି, ଭାରତ-ପାକିସ୍ତାନ ସମ୍ପର୍କକୁ ସୁଦୃଢ କରୁଥିବା ସରକାର ପ୍ରତ୍ୟେକ ପଦକ୍ଷେପ ନେବାକୁ ଚାହୁଁଛନ୍ତି। ପାକିସ୍ତାନ ଜମ୍ମୁ କଶ୍ମୀରର ସମସ୍ୟାର ଆଲୋଚନା ମାଧ୍ୟମରେ ସମାଧାନ କରିବାକୁ ଚାହୁଁଛି, ଯାହା ବାଧା ସୃଷ୍ଟି କରୁଛି। ପାକିସ୍ତାନର ନ୍ୟାଶନାଲ୍‌ ଆସେମ୍ଭଲିର ଅଧିବେଶନ ଚାଲିଛି, ଯେଉଁଥିରେ ଭାରତ ସହ ସମ୍ପର୍କକୁ ନେଇ ପାକିସ୍ତାନ ସରକାରଙ୍କୁ ପ୍ରଶ୍ନ କରାଯାଇଥିଲା।
ଇଶାକ ଆହୁରି ମଧ୍ୟ କହିଛନ୍ତି, ନିକଟରେ ଭାରତ ଏପରି କିଛି ପଦକ୍ଷେପ ନେଇଛି,ଯାହା ଦୁଇ ଦେଶ ମଧ୍ୟରେ ସମ୍ପର୍କକୁ କ୍ଷତି ପହଞ୍ଚାଇଛି। ଶାନ୍ତିପୂର୍ଣ୍ଣ କଥାବାର୍ତ୍ତା ପାଇଁ ଗଠନମୂଳକ ପଦକ୍ଷେପ ନେବାକୁ ସେ ଭାରତକୁ ଅନୁରୋଧ କରିଛନ୍ତି। ପିଓକେରେ ଘଟିଥିବା ଘଟଣା ପରେ ପାକିସ୍ତାନ ସରକାର ଭୟଭୀତ ହୋଇଯାଇଛି। ନିକଟରେ ପାକିସ୍ତାନର ପ୍ରଧାନମନ୍ତ୍ରୀ ପିଓକେ ପରିଦର୍ଶନ କରିଥିଲେ। ଏହା ବ୍ୟତୀତ ଇଶାକ ଦାର ଚାଇନା ଗସ୍ତ କରି କଶ୍ମୀର ପ୍ରସଙ୍ଗରେ ଚାଇନାଠାରୁ ସାହାଯ୍ୟ ମାଗିଛନ୍ତି। ଇଶାକ ଦାର ମଧ୍ୟ ଭାରତ ସହ ଉତ୍ତମ ସମ୍ପର୍କକୁ ସମର୍ଥନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସେମିଫାଇନାଲରେ ପହଞ୍ଚିଲେ ଲକ୍ଷ୍ୟ ସେନ୍‌

ବର୍ମିଂହାମ୍‌,୭ା୩:ଭାରତର ଲକ୍ଷ୍ୟ ସେନ୍‌ ଅଲ୍‌ ଇଂଲଣ୍ଡ ଓପନ ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ୍‌ ପୁରୁଷ ସିଙ୍ଗଲ୍ସ ସେମିଫାଇନାଲରେ ପ୍ରବେଶ କରିଛନ୍ତି। ୨୦୨୨ ସଂସ୍କରଣରେ ରନର-ଅପ୍‌ ବିଶ୍ୱର ୧୨ତମ ମାନ୍ୟତାପ୍ରାପ୍ତ ଏହି…

ପରୀକ୍ଷା ସରିବା ପରେ ତିନି ସାଙ୍ଗ ଯାଇଥିଲେ ଜଳଭଣ୍ଡର, ଫେରିଲା…

କୋରାପୁଟ,୭।୩(ଅମିତାଭ ବେହେରା ): କୋଲାବ ଜଳଭଣ୍ଡରରେ ବୁଡ଼ି ୩ ଛାତ୍ରଙ୍କ ମୃତ୍ୟୁ। ପରୀକ୍ଷା ସରିବା ପରେ ୩ ସାଙ୍ଗ ଗାଧେଇବା ପାଇଁ ଜଳଭଣ୍ଡର ଯାଇଥିଲେ। ତିନି ଛାତ୍ର…

ପୋଖରୀରେ ବୁଡ଼ି ଚାଲିଗଲା ୨ ନାବାଳିକାଙ୍କ ଜୀବନ

ଉଦଳା,୭।୩: ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ନଥିପୁର ଗାଁରେ ଶନିବାର ଏକ ଅଘଟଣ ଘଟିଛି। ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ଦୁଇ ନାବାଳିକାଙ୍କୁ ହରାଇ…

ପଟ୍ଟାଙ୍ଗିରେ ପହଞ୍ଚିଲା ଲୋକ ଅଧିକାର ଯାତ୍ରା : ବଞ୍ଚିବା ପାଇଁ ଲଢେଇ କର

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ଭରି ରହିଥିବା ବକ୍ସାଇଟ ଖଣି, ପାହାଡ଼ ତଥା ପ୍ରାକୃତିକ ସମ୍ପଦର ସୁରକ୍ଷା ପାଇଁ ବାହାରିଥିବା ଲୋକ ଅଧିକାର ଯାତ୍ରା ଶନିବାର କୋରାପୁଟ…

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri