କଟକରେ ଡରାଇଲାଣି ଜଣ୍ଡିସ୍‌

କଟକ,୧୧ା୪(ଶିଳ୍ପା ପ୍ରିୟଦର୍ଶିନୀ)କଟକ ସଦର ଥାନା ଅଧୀନ ରାଜେନ୍ଦ୍ର ନଗରରେ ଲୋକମାନେ ଜଣ୍ଡିସ୍‌ରେ ଆକ୍ରାନ୍ତ ହୋଇଛନ୍ତି। ୫୦ରୁ ଊର୍ଦ୍ଧ୍ୱ ଲୋକ ଜଣ୍ଡିସ୍‌ରେ ଆକ୍ରାନ୍ତ ହୋଇଥିବାବେଳେ ସିଏମ୍‌ସି ପକ୍ଷରୁ ଏହାକୁ ଲୁଚାଇବାକୁ ଚେଷ୍ଟା କରାଯାଇ ଭୁଲ୍‌ ତଥ୍ୟ ଦିଆଯାଉଛି। ସଂକ୍ରମିତଙ୍କ ପାଇଁ କୌଣସି ବ୍ୟବସ୍ଥା କରାଯାଇ ନାହିଁ। ଏପରି କି ଘର ଘର ବୁଲି ଲୋକଙ୍କଠାରୁ ନମୁନା ସଂଗ୍ରହ ଓ ସଚେତନ କରିବା ବଦଳରେ ଏକ ମନ୍ଦିର ପରିସରରେ ସ୍ବାସ୍ଥ୍ୟ ପରୀକ୍ଷା କରାଯାଉଛି। ଏହାକୁ କଂଗ୍ରେସ ପକ୍ଷରୁ ବିରୋଧ କରାଯାଇଛି। ଯଦି ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ନ ନିଆଯାଏ ତେବେ ସିଏମ୍‌ସି ଅଫିସ୍‌ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯିବ ବୋଲି କଂଗ୍ରେସ ପକ୍ଷରୁ ଚେତାବନୀ ଦିଆଯାଇଛି।
ପ୍ରକାଶ ଯେ, ରାଜେନ୍ଦ୍ର ନଗରରେ ଲୋକମାନେ ଜଣ୍ଡିସ୍‌ରେ ଆକ୍ରାନ୍ତ ହୋଇଥିବା ନେଇ ଗତ ସପ୍ତାହରେ ଜଣାପଡ଼ିଥିଲା। ଜଣ୍ଡିସ୍‌ ବ୍ୟାପିବା ଖବର ଜଣାପଡିବା ପରେ ସ୍ବାସ୍ଥ୍ୟ ବିଭାଗର ଏକ ଟିମ୍‌ ସେଠାରେ ପହଞ୍ଚି ପାଣି ନମୁନା ସଂଗ୍ରହ କରିଥିଲା। ପରେ ତାହାକୁ ପରୀକ୍ଷା ପାଇଁ ପଠାଇଥିଲା। ଏପରି କି ୨ଦିନ ତଳେ ୪୭ ଜଣଙ୍କ ନମୁନା ସଂଗ୍ରହ କରାଯାଇଥିବାବେଳେ ସେଥିମଧ୍ୟରୁ ୧୧ଜଣ ଜଣ୍ଡିସ୍‌ ସଂକ୍ରମିତ ଚିହ୍ନଟ ହୋଇଥିବା ସିଏମ୍‌ସି ପକ୍ଷରୁ କୁହାଯାଇଥିଲା। ହେଲେ ସିଏମ୍‌ସିର ଏହି ତଥ୍ୟକୁ କଂଗ୍ରେସ ସହଜରେ ଗ୍ରହଣ କରିପାରି ନାହିଁ। ସିଏମ୍‌ସି କର୍ପୋରେଟର ସନ୍ତୋଷ ଭୋଳଙ୍କ ନେତୃତ୍ୱରେ କଂଗ୍ରେସର ଏକ ପ୍ରତିନିଧି ଦଳ ବୁଧବାର ରାଜେନ୍ଦ୍ର ନଗରରେ ପହଞ୍ଚତ୍ ସ୍ଥିତି ଅନୁଧ୍ୟାନ କରିଛନ୍ତି। ଏଥିସହ ଜଣ୍ଡିସ୍‌ ରୋଗ ବ୍ୟାପିବାର କାରଣ ସମ୍ପର୍କରେ ସ୍ଥାନୀୟ ଲୋକଙ୍କ ସହିତ ଆଲୋଚନା କରିଛନ୍ତି। ଜଣ୍ଡିସ୍‌ ନିୟନ୍ତ୍ରଣ ପାଇଁ ଜିଲା ସ୍ବାସ୍ଥ୍ୟ ସମିତି ପକ୍ଷରୁ ଉକ୍ତ ଅଞ୍ଚଳର ଏକ ମନ୍ଦିର ପରିସରରେ ଅସ୍ଥାୟୀ ସ୍ବାସ୍ଥ୍ୟ ଶିବିର ଖୋଲାଯାଇଛି।
କଟକରେ ଡରାଇଲାଣି …
ତେବେ ମନ୍ଦିର ପରିସରରେ ଶିବିର ଖୋଲାଯିବାକୁ ନେଇ ପ୍ରତିନିଧି ଦଳ ଅସନ୍ତୋଷ ପ୍ରକାଶ କରିଛି। ଏନେଇକ କର୍ପୋରେଟର ଭୋଳ କହିଛନ୍ତି, ସମସ୍ତ ସ୍ଥିତି ଅନୁଧ୍ୟାନ କରିଛୁ। ୫୦ରୁ ଅଧିକ ଲୋକ ସଂକ୍ରମିତ ହୋଇଥିବାବେଳେ ସେମାନଙ୍କ ସମ୍ପର୍କରେ ଭୁଲ୍‌ ତଥ୍ୟ ଦିଆଯାଉଛି। ସରକାର ଡ୍ରିଙ୍କ୍‌ ଫ୍ରମ୍‌ ଟ୍ୟାପ୍‌ ବ୍ୟବସ୍ଥା କରାଇ ପ୍ରଶଂସା ସାଉଁଟୁଛନ୍ତି, ହେଲେ ଏହାକୁ ନେଇ ଏଠାରେ ଅବ୍ୟବସ୍ଥା ଦେଖିବାକୁ ମିଳିଛି। ତୁରନ୍ତ ଉକ୍ତ ଅଞ୍ଚଳବାସୀଙ୍କ ସ୍ବାସ୍ଥ୍ୟ ପାଇଁ ସିଏମ୍‌ସି କମିଶନର ବିଜୟ କୁମାର ଦାସ ପଦକ୍ଷେପ ନିଅନ୍ତୁ। ନହେଲେ ଆଗାମୀ ଦିନରେ ସିଏମ୍‌ସି ଅଫିସ୍‌ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯିବ ବୋଲି ଭୋଳ କହିଛନ୍ତି। ଏ ନେଇ ସିଏମ୍‌ସି କମିଶନର ଦାସଙ୍କୁ ଯୋଗାଯୋଗ କରାଯାଇଥିଲେ ମଧ୍ୟ ପ୍ରତିକ୍ରିୟା ମିଳିପାରିନାହିଁ। ଅନ୍ୟମାନଙ୍କ ମଧ୍ୟରେ କର୍ପୋରେଟର ଶୁବାଶିଷ ପଟ୍ଟନାୟକ, ଜେ. କାମେଶ୍ୱର ରାଓ, ପୂର୍ବତନ କର୍ପୋରେଟର କେଦାର ପୃଷ୍ଟି, ପିସିସି ସାଧାରଣ ସମ୍ପାଦକ ପ୍ରିୟଜିତ୍‌ ରାଏ, ପିସିସି ମୁଖପାତ୍ର ଜିନେଶ ଦାସ, ସୁକାନ୍ତ ସାହାଣୀ, ରଶ୍ମିରଞ୍ଜନ ମହାପାତ୍ର, ପ୍ରତାପ ପରିଡ଼ା, ଅଭୟ ଗୋଚ୍ଛାୟତ, ଦିଲୀପ ନାୟକ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଢିପାରେ ୨୦ ଟିଏମସି ବିଦ୍ରୋହୀଙ୍କ ସମସ୍ୟା! ବଡ଼ ନିଷ୍ପତ୍ତି ନେଲେ ଦିଦି

କୋଲକାତା,୧୪।୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ନେତୃତ୍ୱରେ ତୃଣମୂଳ କଂଗ୍ରେସ (ଟିଏମସି) ୨୦ ଜଣ ବିଦ୍ରୋହୀ ଲୋକ ସଭା ସାଂସଦଙ୍କ ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେଇଛି।…

ରାଇକିଆରେ ସ୍ବାଧୀନତା ଦିବସ ପାଳନ ନେଇ ଶେଷ ପର୍ଯ୍ୟାୟରେ ପ୍ରସ୍ତୁତି, ଦେଶ ଭକ୍ତିର ନାରା ଦେଇ…

ରାଇକିଆ,୧୪ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକ୍‌ରେ ସ୍ବାଧୀନତା ଦିବସ ପାଳନକୁ ନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଶୁକ୍ରବାର ରାଇକିଆ ପଞ୍ଚାୟତ ସମିତି, ବ୍ଲକ ଭାଜପା…

ଦିଲ୍ଲୀ ଏମ୍ସରେ ଭର୍ତ୍ତି ହେଲେ ଜେପି ନଡ୍ଡା, ସ୍ୱାସ୍ଥ୍ୟାବସ୍ଥା ନେଇ ଡାକ୍ତର କହିଲେ…..

ନୂଆଦିଲ୍ଲୀ,୧୪।୮: ହସ୍ପିଟାଲରେ ଭର୍ତ୍ତି ହେଲେ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଜେପି ନଡ୍ଡା । ସ୍ୱାସ୍ଥ୍ୟାବସ୍ଥା ଖରାପ ହେବା ପରେ ତାଙ୍କୁ ଦିଲ୍ଲୀସ୍ଥିତ ଏମ୍ସରେ…

ଅଗଷ୍ଟ ୧୫ରୁୁ ୪ ରାଶିଙ୍କ ଫିଟିବ ଭାଗ୍ୟ! ବୁଧ କରିବେ ବମ୍ପର ଲାଭ…

ବୁଧ ଗ୍ରହ ନିଜ ନକ୍ଷତ୍ର ‘ଅଶ୍ଲେଷା’ରେ ପ୍ରବେଶ କରିବେ। ନିଜ ନକ୍ଷତ୍ରରେ ପ୍ରବେଶ କରୁଥିବାରୁ ଏହା ଅନେକ ଗୁଣା ଲାଭଦାୟକ ପ୍ରମାଣିତ ହେବ। ଏହାର ସକାରାତ୍ମକ ପ୍ରଭାବ…

ଜିଲା ମୁଖ୍ୟ ଚିକିତ୍ସାଳୟ ଖାଦ୍ୟରେ ଝିଟିପିଟି

ସମ୍ବଲପୁର,୧୪ା୮(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ମୁଖ୍ୟ ଚିକିତ୍ସାଳୟ (ଡିଏଚ୍‌ଏଚ୍‌)ର ମେଡିସିନ୍‌(ଭେଷଜ) ୱାର୍ଡରେ ରୋଗୀଙ୍କ ଜଳଖିଆ ତରକାରୀରୁ ମୃତ ଝିଟିପିଟି ବାହାରିବା ଘଟଣାରେ ଏଠାରେ ଗଭୀର ଆଲୋଡନ୍‌ ସୃଷ୍ଟି…

ଅଗଷ୍ଟ ୧୫ରେ କ’ଣ ଖୋଲା କ’ଣ ବନ୍ଦ? ଘରୁ ବାହାରିବା ପୂର୍ୱରୁ ଜାଣି ନିଅନ୍ତୁ ବଡ଼ ଅପଡେଟ୍‌…

ନୂଆଦିଲ୍ଲୀ,୧୪।୮: ଅଗଷ୍ଟ ୧୫ ଅର୍ଥାତ୍ ସ୍ୱାଧୀନତା ଦିବସରେ ସମଗ୍ର ଭାରତ ସ୍ୱାଧୀନତା ଉତ୍ସବ ପାଳନ କରିବ। ଏହାକୁ ଦୃଷ୍ଟିରେ ରଖି ଲୋକଙ୍କ ନିରାପତ୍ତା ପାଇଁ ନିୟମରେ କେତେକ…

ପାଣିରେ ବୁଡ଼ିରହିଛି ଚାଷଜମି, ଉଜୁଡ଼ିଲା ଖରିଫ ଫସଲ

ଡେରାବିଶ,୧୪ା୮(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲ୍ଳକର ଚାଷୀମାନେ ଜୁନ୍‌ ଦ୍ୱିତୀୟ ସପ୍ତାହରୁ ଖରିଫ୍‌ ଚାଷ ପାଇଁ ବିହନ ବୁଣା ପ୍ରକ୍ରିୟା ଆରମ୍ଭ କରିଥିଲେ। ଜୁଲାଇ…

BCIକୁ CJIଙ୍କ ପରାମର୍ଶ: ‘ହସ୍ତକ୍ଷେପ କରିବାର କୌଣସି ଆବଶ୍ୟକତା ନାହିଁ; ମୁଁ ଛାତ୍ର ଥିବାବେଳେ ମଧ୍ୟ ସକ୍ରିୟ ଥିଲି’

ନୂଆଦିଲ୍ଲୀ,୧୪।୮: ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତି ସୂର୍ଯ୍ୟକାନ୍ତ କହିଛନ୍ତି ଯେ ଯଦି NALSAR ଛାତ୍ରମାନେ ତାଙ୍କ ବିରୋଧରେ ପ୍ରତିବାଦ କରୁଛନ୍ତି, ତେବେ ବାର କାଉନସିଲ ଅଫ ଇଣ୍ଡିଆ (BCI)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri