ବାତ୍ୟା ପ୍ରଭାବରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା: ୭ ଜିଲାକୁ ରେଡ୍ ୱାର୍ନିଂ

ଭୁବନେଶ୍ୱର,୨୧ା୧୦: ବଙ୍ଗୋପସାଗରରେ ଆସୁଥିବା ସମ୍ଭାବ୍ୟ ବାତ୍ୟା ‘ଦାନା’ ଓଡ଼ିଶାରେ ସ୍ଥଳଭାଗ ଛୁଇଁବ। ପୁରୀରୁ ବାଲେଶ୍ୱର ମଧ୍ୟରେ ଏହା ସ୍ଥଳଭାଗ ଛୁଇଁବାକୁ ଥିବା ବେଳେ ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୧୧୦ରୁ ୧୨୦ କିଲୋମିଟର ରହିପାରେ। ଏନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ବାତ୍ୟା ପ୍ରଭାବରେ ଉପକୂଳ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷ ହେବାର ସମ୍ଭାବନା ରହିଛି।

ମଙ୍ଗଳବାର କୌଣସି ଜିଲାକୁ ସତର୍କ ସୂଚନ ନ ଥିଲା ବେଳେ ବୁଧବାରରୁ ଗୁରୁବାର ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ଏବଂ ପୁରୀ ଜିଲାରେ ବିଜୁଳି ଘଡଘଡି ସହିତ କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ।

ତେବେ ଗୁରୁବାରରୁ ଶୁକ୍ରବାର ମଧ୍ୟରେ ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ ଏବଂ ଜଗତସିଂହପୁରରେ କିଛି ସ୍ଥାନରେ ଅତ୍ୟଧିକ ମାତ୍ରାରେ ବର୍ଷା ତଥା ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଏସବୁ ଜିଲାକୁ ରେଡ୍ ୱାର୍ନିଂ ଜାରି କରାଯାଇଛି। ସେହିପରି କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ଖୋର୍ଦ୍ଧା, ନୟାଗଡ଼, ପୁରୀ, ଗଂଜାମ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ନିଂ ଜାରି କରାଯାଇଛି। ଏଥିସହିତ ସୁନ୍ଦରଗଡ଼, ଝାରସୁଗୁଡା, ଦେଓଗଡ଼, ସମ୍ବଲପୁର, ସୁବର୍ଣ୍ଣପୁର, ବୌଦ୍ଧ, ଗଜପତି, କନ୍ଧମାଳ ଜିଲାରେ ପ୍ରବଳ ବର୍ଷା ହୋଇପାରେ। ତେଣୁ ଏସବୁ ଜିଲାକୁ ୟେଲୋ ୱାର୍ନିଂ ଜାରି କରାଯାଇଛି।

ସେହିଭଳି ଶୁକ୍ରବାରରୁ ଶନିବାର ପାଇଁ କେନ୍ଦୁଝର, ମୟୁରଭଞ୍ଜ, ଭଦ୍ରକ ଏବଂ ବାଲେଶ୍ୱର ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଏସବୁ ଜିଲାକୁ ରେଡ୍ ୱାର୍ନିଂ ଜାରି କରାଯାଇଛି। ଏଥିସହିତ ସୁନ୍ଦରଗଡ଼, ଦେଓଗଡ଼, ଅନୁଗୁଳ, ଢେଙ୍କାନାଳ, ଯାଜପୁର, କଟକ, କେନ୍ଦ୍ରାପଡା ଏବଂ ଜଗତସିଂହପୁର ଜିଲାରେ ପ୍ରବଳ ବର୍ଷା ପାଇଁ ଅରେଞ୍ଜ ୱାର୍ନିଂ ଜାରି କରାଯାଇଛି। ଗଂଜାମ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ବୌଦ୍ଧ, ସୁବର୍ଣ୍ଣପୁର, ସମ୍ବଲପୁର, ବରଗଡ଼ ଏବଂ ଝାରସୁଗୁଡା ଜିଲାକୁ ୟେଲୋ ୱାର୍ନିଂ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

ସୁନା ପାଇଁ ବୃଦ୍ଧାଙ୍କୁ ପୋଡ଼ି ମାରିଦେଲେ! ଦୁଇ ଗୋଡ଼କୁ ଛାଡ଼ି ସବୁ ପାଉଁଶ, ପୋଲିସ ପହଞ୍ଚି…

ଅମ୍ବାଦୋଳା,୨୦।୧୨(ରବୀନ୍ଦ୍ର ପଣ୍ଡା):ରାୟଗଡା ଜିଲା ମୁନିଗୁଡା ବ୍ଲକ ଅମ୍ବାଦଳା ଥାନା ଅନ୍ତର୍ଗତ କୁମୁଡ଼ାବାଲି ଗାଁରେ ଜଣେ ବୃଦ୍ଧାଙ୍କ ଦଗ୍ଧ ମୃତଦେହ ଉଦ୍ଧାର ହୋଇଛି I  ମୃତ ବୃଦ୍ଧା...

ପ୍ରଦୂଷଣ ପ୍ରମାଣପତ୍ର ନ ଥିଲେ ଓଡ଼ିଶାରେ ପେଟ୍ରୋଲ ମନା

ଭୁବନେଶ୍ୱର,୨୦।୧୨: ପରିବହନ କ୍ଷେତ୍ରରେ ପରିବେଶ ସୁରକ୍ଷାକୁ ଦୃଷ୍ଟିରେ ରଖି ରାଜ୍ୟ ପରିବହନ ପ୍ରାଧିକରଣ (STA) ପକ୍ଷରୁ ଶନିବାର ଏକ ବଡ଼ ପଦକ୍ଷେପ ନିଆଯାଇଛି। ପ୍ରଦୂଷଣ ପ୍ରମାଣପତ୍ର...

ରାଜ୍ୟ ପାଇଁ ଗୌରବ ଆଣିଲେ ରଞ୍ଜନା: ଥାଇଲାଣ୍ଡରୁ ରୌପ୍ୟ ପଦକ ପାଇ…

ପୁରୁଷୋତ୍ତମପୁର,୨୦।୧୨ (ସବିତା ମିଶ୍ର): ଥାଇଲାଣ୍ଡରେ ଚାଲିଥିବା ଅନ୍ତର୍ଜାତୀୟ ପାରା ଆଥ୍ଲେଟିକ ପ୍ରତିଯୋଗିତାରେ ଗଞ୍ଜାମ ଜଲା ପୁରୁଷୋତ୍ତମପୁର ବ୍ଳକ କୁଶପୁର ଗ୍ରାମର ରଞ୍ଜନା ନାୟକ ଦୁଇଗୋଟି ରୌପ୍ୟ...

ମିନି ଟ୍ରାକ୍ଟର ଚଲାଇଲେ ବିଧାୟକ: କହିଲେ କୃଷକ ଦେଶର ମେରୁଦଣ୍ଡ 

ଭଞ୍ଜନଗର,୨୦।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡିଆରେ ତିନିଦିନ ଧରି ଚାଲିଥିବା ଉପଖଣ୍ଡ ସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଶନିବାର ଉଦ୍‌ଯାପିତ ହୋଇଯାଇଛି। ଏଥିରେ...

ମିନି ଟ୍ରାକ୍ଟର ଚଲାଇଲେ ବିଧାୟକ: କହିଲେ କୃଷକ ଦେଶର ମେରୁଦଣ୍ଡ 

ଭଞ୍ଜନଗର,୨୦।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡିଆରେ ତିନିଦିନ ଧରି ଚାଲିଥିବା ଉପଖଣ୍ଡ ସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଶନିବାର ଉଦ୍‌ଯାପିତ ହୋଇଯାଇଛି। ଏଥିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri