୨ ଘଣ୍ଟାରେ ଛିନ୍‌ଛତ୍ର

ରାସୋଳ, ୩୧।୫(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ରାସୋଳ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ଦେଖିବାକୁ ମିଳିଛି। ୨ଘଣ୍ଟା ଧରି ହୋଇଥିବା ଝଡ଼ବତାସରେ ଅଞ୍ଚଳର ଚିତ୍ର ବଦଳିଯାଇଥିବାବେଳେ ବ୍ୟାପକ କ୍ଷୟକ୍ଷତି ହୋଇଛି।
ଅଞ୍ଚଳରେ ସକାଳୁ ଅପରାହ୍ନ ଯାଏ ଅସହ୍ୟ ଗ୍ରୀଷ୍ମପ୍ରବାହ ସାଙ୍ଗକୁ ପ୍ରବଳ ଗୁଳୁଗୁଳି ଅନୁଭୂତ ହୋଇଥିଲା। ତେବେ ୪ଟା ବେଳକୁ ପାଣିପାଗ ବଦଳିବା ଆରମ୍ଭ କରିଥିଲା। ହଠାତ୍‌ ଚାରିଆଡୁ କଳାହାଣ୍ଡିଆ ମେଘ ଘୋଟିଆସିବା ସହ ପ୍ରବଳ ଝଡ଼ବର୍ଷା ହୋଇଥିଲା। ତୀବ୍ର ବେଗରେ ପ୍ରବାହିତ ପବନରେ ବଡ଼ ବଡ଼ ଗଛ ଧରାଶାୟୀ ହୋଇଯାଇଛି। ବିଭିନ୍ନ ସ୍ଥାନରେ ଇଲେକ୍ଟ୍ରି ପୋଲ ଭାଙ୍ଗିଯାଇଛି। ଅଞ୍ଚଳର ବହୁ ଟିଣଛପର, ଆଜବେଷ୍ଟସ୍‌ ଘର କ୍ଷତିଗ୍ରସ୍ତ ହୋଇଛି। ବିଶେଷ କରି ପୁରୁଣା କଟକ-ସମ୍ବଲପୁର ରାସ୍ତା ସାରା ଗଛ ଭାଙ୍ଗି ପଡ଼ିଥିବାରୁ ଯାନବାହନ ଚଳାଚଳ ବାଧାପ୍ରାପ୍ତ ହୋଇଥିଲା। ସେହିପରି ବହୁସ୍ଥାନରେ ତାର ଛିଣ୍ଡି ପଡ଼ିଥିବାରୁ ସମ୍ପୂର୍ଣ୍ଣ ଅଞ୍ଚଳରେ ବିଦ୍ୟୁତ୍‌ ସରବରାହ ବାଧାପ୍ରାପ୍ତ ହୋଇଛି। ରାସୋଳ ଫରେଷ୍ଟର ଶୁଭେନ୍ଦୁ ଭୂୟଁା, ଅଗ୍ନିଶମ ଅଧିକାରୀ ଧନୀରାମ ମୁଣ୍ଡାଙ୍କ ନେତୃତ୍ୱରେ ଦୁଇଟି ଟିମ୍‌ ଯୁଦ୍ଧକାଳୀନ ଭିତ୍ତିରେ ରାସ୍ତାରୁ ଗଛ କଟା ଜାରି ରଖିଛନ୍ତି। ସେହିପରି ବିଦ୍ୟୁତ୍‌ ବିଭାଗ ତରଫରୁ ସରବରାହ ସ୍ବାଭାବିକ କରିବାକୁ କାର୍ଯ୍ୟ ଆରମ୍ଭ ହୋଇଛି। ପ୍ରଶାସନ ପକ୍ଷରୁ କ୍ଷୟକ୍ଷତି ଆକଳନ କରି କ୍ଷତିଗ୍ରସ୍ତଙ୍କୁ ସହାୟତା ଯୋଗାଇଦେବାକୁ ସାଧାରଣରେ ଦାବି ହୋଇଛି। ଅନ୍ୟପଟେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡ଼ବର୍ଷାରେ ତାପମାତ୍ରା ତଳମୁହଁା ହୋଇଛି। ଅସହ୍ୟ ଗୁଳୁଗୁଳିରୁ ସାମାନ୍ୟ ଆଶ୍ୱସ୍ତି ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଜିଲାପାଳଙ୍କୁ ସ୍ମାରକପତ୍ର ପ୍ରଦାନ ନିଷ୍ପତ୍ତି ଚାଷୀ ସଙ୍ଗଠନ ନେଇ…

ଦିଗପହଣ୍ଡି,୧୬ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିର ଶ୍ରୀ ଦଧିବାମନ ମନ୍ଦିର ପ୍ରାଙ୍ଗଣରେ ଚାଷୀ ସଙ୍ଗଠନ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ବ୍ଲକ କମିଟି ପକ୍ଷରୁ ଆଲୋଚନା…

Video: ଇନଷ୍ଟାଗ୍ରାମରେ ଭିଡିଓ ଶେୟାର କରି ମୋଦି, କହିଲେ…

ନୂଆଦିଲ୍ଲୀ,୧୬।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ବାଧୀନତା ଦିବସ (ଅଗଷ୍ଟ ୧୫) ସକାଳର ଏକ ବିଶେଷ ମୁହୂର୍ତ୍ତ ସେୟାର କରିଛନ୍ତି। ତାଙ୍କ ଇନଷ୍ଟାଗ୍ରାମରେ ପୋଷ୍ଟ ହୋଇଥିବା ଏକ ଭିଡିଓରେ…

ଆମ୍ବୁଲାନ୍ସ ଭିତରେ ସନ୍ତାନ ପ୍ରସବ କଲେ ମହିଳା, ବନ୍ୟାଜଳରେ ଅଟକିବାରୁ…

ଦେବଗଡ଼,୧୬ା୮(ଶଶାଙ୍କ ଶେଖର ଝାଙ୍କର): ପୋଲ ଉପରେ ବନ୍ୟାଜଳ ପ୍ରବାହିତ ହେଉଥିବା ବେଳେ ଆମ୍ବୁଲାନ୍ସ ଯାଇ ନ ପାରିବାରୁ ଜଣେ ଗର୍ଭବତୀ ମହିଳାଙ୍କୁ ହଟହଟା ହେବାକୁ ପଡ଼ିଛି। ଦେବଗଡ଼…

ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ, ତୁରନ୍ତ ଡ୍ୟୁଟିରେ ଯୋଗ ଦେବାକୁ ନିର୍ଦ୍ଦେଶ ଜାରି କରି…

ଭଦ୍ରକ,୧୬ା୮(ସନାତନ ରାଉତ): ଭଦ୍ରକ ଜିଲାର ବିଭିନ୍ନ ବ୍ଲକରେ ଲଗାତର ବର୍ଷା ଓ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଜିଲାପାଳ ସୋମେଶ ଉପାଧ୍ୟାୟ ରବିବାର ଏକ ଜରୁରୀ ନିର୍ଦ୍ଦେଶ…

ଶାହରୁଖ ଖାନ, ଅଜୟ ଦେବଗନ, ଟାଇଗର ଶ୍ରଫଙ୍କ ବଢିଲା ସମସ୍ୟା; ‘କାରଣ ଦର୍ଶାଅ’ ନୋଟିସ ଜାରି କଲା FDA

ନୂଆଦିଲ୍ଲୀ,୧୬।୮: ତିନି ପ୍ରମୁଖ ବଲିଉଡ ତାରକା – ଶାହରୁଖ ଖାନ, ଅଜୟ ଦେବଗନ ଏବଂ ଟାଇଗର ଶ୍ରଫଙ୍କ ପାଇଁ ସମସ୍ୟା ବଢ଼ିବା ପରି ମନେ ହେଉଛି। ‘ବିମଲ…

ହନୁମାନ ପଇସାରୁ ବ୍ୟବସାୟୀଙ୍କୁ ଅପହରଣ: ଆଜି ଅଭିଯୁକ୍ତ-ବ୍ୟବ୍ୟସାୟୀଙ୍କୁ ମୁହାଁମୁହିଁ ଜେରା କରାଯାଇ…

ବଲାଙ୍ଗୀର,୧୬ା୮(ସୁନିଲ କୁମାର ମହାନ୍ତି): ହନୁମାନ ପଇସା’ରୁ ହୋଇଥିଲା ଅପହରଣ। ୨ କୋଟି ୭୦ ଲକ୍ଷ ଟଙ୍କାର କାରବାର ହେଉଥିଲା। ଉଭୟ ଅପହରଣକାରୀ ଓ ଅପହୃତଙ୍କ ନାଁରେ ମାମଲା…

ଖୁବଶୀଘ୍ର ଭାରତ ଗସ୍ତ କରିପାରନ୍ତି ବାଂଲାଦେଶୀ ପ୍ରଧାନମନ୍ତ୍ରୀ; ଦିଲ୍ଲୀ-ଢାକା ସମ୍ପର୍କ ପାଇଁ ଏହି ଗସ୍ତ କାହିଁକି ଗୁରୁତ୍ୱପୂର୍ଣ୍ଣ ଜାଣନ୍ତୁ

ଢାକା/ନୂଆଦିଲ୍ଲୀ,୧୬।୮: ବାଂଲାଦେଶର ପ୍ରଧାନମନ୍ତ୍ରୀ ତାରିକ ରହମାନ ଅଗଷ୍ଟ ୨୦ ରୁ ୨୫ ମଧ୍ୟରେ ଭାରତ ଗସ୍ତ କରିପାରନ୍ତି। ‘ଦି ଡେଲି ଷ୍ଟାର’ ସୂତ୍ର ଉଦ୍ଧୃତ କରି ଏହି…

ଅଧିକାରୀଙ୍କ ପାଇଁ ୱାଟରପ୍ରୁଫ୍ ଟେଣ୍ଟ: ଖୋଲା ଆକାଶ ତଳେ ଛାତ୍ରୀଛାତ୍ର

ଜମନକିରା, ୧୬।୮ (ରବୀନ୍ଦ୍ର ପ୍ରସାଦ ଦାନୀ): ଗୋଟିଏ ପଟେ ଜୀବନ-ମରଣ ସହ ସଂଗ୍ରାମ କରୁଥିବା ଅସହାୟ ରୋଗୀ, ଅନ୍ୟପଟେ କାଦୁଅ ପଚପଚ ଡାକ୍ତରଖାନା ପରିସରରେ ସ୍ୱାଧୀନତା ଦିବସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri