୨ ଘଣ୍ଟାରେ ଛିନ୍‌ଛତ୍ର

ରାସୋଳ, ୩୧।୫(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ରାସୋଳ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ଦେଖିବାକୁ ମିଳିଛି। ୨ଘଣ୍ଟା ଧରି ହୋଇଥିବା ଝଡ଼ବତାସରେ ଅଞ୍ଚଳର ଚିତ୍ର ବଦଳିଯାଇଥିବାବେଳେ ବ୍ୟାପକ କ୍ଷୟକ୍ଷତି ହୋଇଛି।
ଅଞ୍ଚଳରେ ସକାଳୁ ଅପରାହ୍ନ ଯାଏ ଅସହ୍ୟ ଗ୍ରୀଷ୍ମପ୍ରବାହ ସାଙ୍ଗକୁ ପ୍ରବଳ ଗୁଳୁଗୁଳି ଅନୁଭୂତ ହୋଇଥିଲା। ତେବେ ୪ଟା ବେଳକୁ ପାଣିପାଗ ବଦଳିବା ଆରମ୍ଭ କରିଥିଲା। ହଠାତ୍‌ ଚାରିଆଡୁ କଳାହାଣ୍ଡିଆ ମେଘ ଘୋଟିଆସିବା ସହ ପ୍ରବଳ ଝଡ଼ବର୍ଷା ହୋଇଥିଲା। ତୀବ୍ର ବେଗରେ ପ୍ରବାହିତ ପବନରେ ବଡ଼ ବଡ଼ ଗଛ ଧରାଶାୟୀ ହୋଇଯାଇଛି। ବିଭିନ୍ନ ସ୍ଥାନରେ ଇଲେକ୍ଟ୍ରି ପୋଲ ଭାଙ୍ଗିଯାଇଛି। ଅଞ୍ଚଳର ବହୁ ଟିଣଛପର, ଆଜବେଷ୍ଟସ୍‌ ଘର କ୍ଷତିଗ୍ରସ୍ତ ହୋଇଛି। ବିଶେଷ କରି ପୁରୁଣା କଟକ-ସମ୍ବଲପୁର ରାସ୍ତା ସାରା ଗଛ ଭାଙ୍ଗି ପଡ଼ିଥିବାରୁ ଯାନବାହନ ଚଳାଚଳ ବାଧାପ୍ରାପ୍ତ ହୋଇଥିଲା। ସେହିପରି ବହୁସ୍ଥାନରେ ତାର ଛିଣ୍ଡି ପଡ଼ିଥିବାରୁ ସମ୍ପୂର୍ଣ୍ଣ ଅଞ୍ଚଳରେ ବିଦ୍ୟୁତ୍‌ ସରବରାହ ବାଧାପ୍ରାପ୍ତ ହୋଇଛି। ରାସୋଳ ଫରେଷ୍ଟର ଶୁଭେନ୍ଦୁ ଭୂୟଁା, ଅଗ୍ନିଶମ ଅଧିକାରୀ ଧନୀରାମ ମୁଣ୍ଡାଙ୍କ ନେତୃତ୍ୱରେ ଦୁଇଟି ଟିମ୍‌ ଯୁଦ୍ଧକାଳୀନ ଭିତ୍ତିରେ ରାସ୍ତାରୁ ଗଛ କଟା ଜାରି ରଖିଛନ୍ତି। ସେହିପରି ବିଦ୍ୟୁତ୍‌ ବିଭାଗ ତରଫରୁ ସରବରାହ ସ୍ବାଭାବିକ କରିବାକୁ କାର୍ଯ୍ୟ ଆରମ୍ଭ ହୋଇଛି। ପ୍ରଶାସନ ପକ୍ଷରୁ କ୍ଷୟକ୍ଷତି ଆକଳନ କରି କ୍ଷତିଗ୍ରସ୍ତଙ୍କୁ ସହାୟତା ଯୋଗାଇଦେବାକୁ ସାଧାରଣରେ ଦାବି ହୋଇଛି। ଅନ୍ୟପଟେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡ଼ବର୍ଷାରେ ତାପମାତ୍ରା ତଳମୁହଁା ହୋଇଛି। ଅସହ୍ୟ ଗୁଳୁଗୁଳିରୁ ସାମାନ୍ୟ ଆଶ୍ୱସ୍ତି ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ

ଭୁବନେଶ୍ୱର,୨୩।୪: ସାଧାରଣ ନିର୍ବାଚନକୁ ନେଇ ଘଡ଼ିକେ ଘୋଡ଼ା ଛୁଟୁଛି। ଦଳବଦଳ ଏବେ ସାଧାରଣରେ ପରିଣତ ହୋଇଛି। ମଙ୍ଗଳବାର ସମ୍ବଲପୁରର ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ ବିଜେଡିରୁ...

ବିଜେଡି ଛାଡ଼ିଲେ ସୀମାରାଣୀ: ଭାଜପାରେ ଯୋଗଦେବା ସମ୍ଭାବନା

ଢେଙ୍କାନାଳ,୨୩ା୪(ରତନ ନାୟାର):ହିନ୍ଦୋଳ ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ମହେଶ ସାହୁଙ୍କ ନାମ ଘୋଷଣା କରାଯିବା ପରେ ଟିକେଟ୍‌ ଆଶାୟୀ ଥିବା ୨ ଥରର ବିଧାୟିକା...

ବିଜେଡି ଛାଡିଲେ ଝାରସୁଗୁଡା ଜିଲା ସାଧାରଣ ସମ୍ପାଦକ

ଭୁବନେଶ୍ୱର,୨୪।୪: ଝାରସୁଗୁଡା ଜିଲାରେ ବିଜେଡିକୁ ଲାଗିଲା ଶକ୍ତ ଝଟକା। ଦଳର ଜିଲା ସାଧାରଣ ସମ୍ପାଦକ ବିଶ୍ୱନାଥ ନାୟକ ଦଳରୁ ଇସ୍ତଫା ଦେଇଛନ୍ତି । ସେ ଦଳ...

ନିର୍ମାଣର ବର୍ଷକ ମଧ୍ୟରେ ରାସ୍ତା ଦବିଲା

ଡେରାବିଶ,୨୩ା୪ (ବେବର୍ତ୍ତା ଅଜୟ ଦାସ):କେନ୍ଦ୍ରାପଡ଼ା ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଡେରାବିଶ ଅଞ୍ଚଳର ମୁଖ୍ୟ ରାସ୍ତା କୁହାଯାଉଥିବା ୫୩ ନଂ. ଜାତୀୟ ରାଜପଥର ପଞ୍ଚୁପାଣ୍ଡବ ଛକ...

ଉନ୍ନୟନମୂଳକ କାର୍ଯ୍ୟରେ ବ୍ୟାପକ ଦୁର୍ନୀତି ଅଭିଯୋଗ

ପଟ୍ଟାମୁଣ୍ଡାଇ,୨୩ା୪ (କଳ୍ପତରୁ ନାୟକ):ସରକାରୀ ଅନୁଦାନରେ କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପଞ୍ଚାୟତ ସମିତିରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟରେ ବ୍ୟାପକ ଦୁର୍ନୀତି ହୋଇଥିବା ନେଇ ଅଭିଯୋଗ ହୋଇଆସୁଛି। ମାତ୍ର...

ପୋଲ ନିର୍ମାଣରେ ୧୧ କେଭି ବିଦ୍ୟୁତ୍‌ ଖୁଣ୍ଟ ବାଧକ

କୁଜଙ୍ଗ,୨୩।୪(ମନୋଜ ପ୍ରଧାନ):କୁଜଙ୍ଗ ବ୍ଲକ ବାଲିଆ ପଞ୍ଚାୟତ ଅନ୍ତର୍ଗତ ବଡ଼ଙ୍ଗ ଗ୍ରାମକୁ ସଂଯୋଗ କରୁଥିବା ତତ୍କାଳୀନ ଲୁଣା ନଦୀ ଉପରେ ଥିବା ଏକ ଅଣଓସାରିଆ ପୋଲକୁ ଓସାରିଆ...

ପାରାଦୀପରେ ଜଳାଭାବ: ଫାଇଦା ଉଠାଉଛନ୍ତି ଚୋରା ବ୍ୟବସାୟୀ

ପାରାଦୀପ,୨୧।୪(ଶରତ ରାଉତ):ପାରାଦୀପ ବନ୍ଦର ସହରରେ ଏବେ ପାନୀୟ ଜଳ ସଙ୍କଟ ଲାଗି ରହିଛି। ତାଳଦଣ୍ଡା କେନାଲରେ ପାଣି ଯୋଗାଣ ବନ୍ଦ ଯୋଗୁ ଏପରି ହୋଇଛି। ଏହାର...

ରଘୁନନ୍ଦନଙ୍କୁ ଭେଟି ଆଶୀର୍ବାଦ ନେଲେ ସାରଦା

ଜଗତ୍‌ସିଂହପୁର, ୨୩ା୪ (ପ୍ରମୋଦ କୁମାର ନାୟକ):ଜଗତ୍‌ସିଂହପୁର ଜିଲାର ବାଲିକୁଦା-ଏରସମା ବିଧାନସଭା ଆସନ ନିମନ୍ତେ ଯୁବନେତା ସାରଦା ପ୍ରସନ୍ନ ଜେନାଙ୍କ ଉପରେ ବିଜେଡି ଆସ୍ଥା ପ୍ରକଟ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri