ଏସ୍‌ସିବି ସେଣ୍ଟ୍ରାଲ ଆଇସିୟୁ ବନ୍ଦ

କଟକ ଅଫିସ,୨୭ା୮: ଏସ୍‌ସିବି ମେଡିକାଲ କଲେଜ ଓ ହସ୍ପିଟାଲ କାଜୁଆଲିଟିର ଚତୁର୍ଥ ମହଲାରେ ଥିବା ସେଣ୍ଟ୍ରାଲ ଆଇସିୟୁକୁ ବନ୍ଦ କରି ଦିଆଯାଇଛି। ବୁଧବାର ଏଠାରୁ ଗୋଟିଏ ଦିନରେ ୧୪ ଜଣ କର୍ମଚାରୀଙ୍କ କୋଭିଡ୍‌ ଟେଷ୍ଟ ରିପୋର୍ଟ ପଜିଟିଭ ବାହାରିଛି। ଏଯାବତ୍‌ ଏଠାରେ କାମ କରୁଥିବା ମୋଟ ୩୧ ଜଣ ତୃତୀୟ ଣ୍ରେଣୀ କର୍ମଚାରୀଙ୍କ ମଧ୍ୟରୁ ୨୦ ଜଣ କରୋନା ଆକ୍ରାନ୍ତ ହେଲେଣି। ଏଭଳି ପରିସ୍ଥିତିରେ ହସ୍ପିଟାଲ କର୍ତ୍ତୃପକ୍ଷ ବାଧ୍ୟହୋଇ ଏହି ବିଭାଗରେ ସପ୍ତାହକ ପାଇଁ ତାଲା ଝୁଲାଇଛନ୍ତି।
ବୁଧବାର ଏଠାରୁ ଚିହ୍ନଟ ହୋଇଥିବା ୧୪ ଜଣ ଆକ୍ରାନ୍ତଙ୍କ ମଧ୍ୟରେ ୧୧ ସେବିକା, ୨ ଫାର୍ମାସିଷ୍ଟ ଓ ଜଣେ ନିରାପତ୍ତାରକ୍ଷୀ ରହିଛନ୍ତି। ରିପୋର୍ଟ ଲେଖା ହେବା ବେଳକୁ ଆକ୍ରାନ୍ତମାନଙ୍କୁ ଆଇସୋଲେଶନ ୱାର୍ଡର ଏକ ରୁମ୍‌ରେ ରଖାଯାଇଥିଲା। ଏହାକୁ ନେଇ କର୍ମଚାରୀମାନେ ତୀବ୍ର ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ୩୧ ଜଣ ତୃତୀୟ ଶ୍ରେଣୀ କର୍ମଚାରୀଙ୍କ ବ୍ୟତୀତ ଏଠାରେ ଆଉ ୧୩ ଜଣ ଚତୁର୍ଥ ଶ୍ରେଣୀ କର୍ମଚାରୀ କାମ କରୁଛନ୍ତି। ବୁଧବାର ସେମାନଙ୍କ ମଧ୍ୟରୁ କେତେଜଣଙ୍କ କୋଭିଡ୍‌ ଟେଷ୍ଟ ହୋଇଛି। ୨ଦିନ ମଧ୍ୟରେ ଅନ୍ୟମାନଙ୍କ ଟେଷ୍ଟିଂ କରାଯିବ। ଗୋଟିଏ ସପ୍ତାହ ବନ୍ଦ ରହିବା ଭିତରେ ବିଭାଗୀୟ ପରିସର ସମ୍ପୂର୍ଣ୍ଣ ସାନିଟାଇଜ୍‌ ହେବ। ୩୦ ଶଯ୍ୟାବିଶିଷ୍ଟ ଏହି ଆଇସିୟୁର ସମସ୍ତ ରୋଗୀଙ୍କୁ ଯିଏ ଯେଉଁ ବିଭାଗର, ସେଠାକୁ ପଠାଇ ଦିଆଯାଇଛି। ସଙ୍କଟାପନ୍ନ ସ୍ଥିତିରେ ଥିବା ରୋଗୀଙ୍କୁ ଅନ୍ୟ ଆଇସିୟୁକୁ ସ୍ଥାନାନ୍ତର କରାଯାଇଛି ବୋଲି ଆନାସ୍ଥେସିଆ ବିଭାଗ ମୁଖ୍ୟ ଡା. ଦୈତାରୀ ରାଉତ କହିଛନ୍ତି। ଉଲ୍ଲେଖଯୋଗ୍ୟ, ଏହି ବିଲ୍ଡିଂର ଦ୍ୱିତୀୟ ମହଲା ଟ୍ରମା କେୟାର ପାଖରେ ଥିବା କ୍ୟାବିନରେ ଯୋଡ଼ାମୁଣ୍ଡ ଶିଶୁ ଜଗା କାଳିଆ ଚିକିତ୍ସିତ ହେଉଛନ୍ତି। ସେଠାରୁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ ମଧ୍ୟ ଏହି ଦୁଇ ଶିଶୁ ନିରାପଦ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri