SCB ନିଆଁ: ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍‌ ଗଠନ କଲେ ମୁଖ୍ୟମନ୍ତ୍ରୀ, ଆଜି ସନ୍ଧ୍ୟା ସୁଦ୍ଧା…

ଭୁବନେଶ୍ୱର,୧୬ା୩(ସୁନିତ୍‌ ମିଶ୍ର): କଟକ ଏସ୍‌ସିବି ମେଡିକାଲ କଲେଜ ଓ ହସ୍ପିଟାଲରେ ଘଟିଯାଇଥିବା ଦୁର୍ଭାଗ୍ୟଜନକ ଅଗ୍ନିକାଣ୍ଡ ଏବଂ ଏଥିପାଇଁ ରୋଗୀମାନଙ୍କ ମୃତ୍ୟୁ ଯୋଗୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍‌ ଗଠନ କରିଛନ୍ତି। କେଉଁ କାରଣରୁ ଏଭଳି ଦୁର୍ଭାଗ୍ୟଜନକ ଅଗ୍ନିକାଣ୍ଡ ଘଟିଲା ଏହି ଟିମ୍‌ ତାହାର ଅନୁସନ୍ଧାନ କରିବ।

ଉନ୍ନୟନ କମିଶନର ଦେଓରଞ୍ଜନ କୁମାର ସିଂହଙ୍କୁ ଏହି କମିଟିର ଅଧ୍ୟକ୍ଷ ଭାବେ ନିଯୁକ୍ତି କରାଯାଇଛି। ଏହାର ସଦସ୍ୟମାନେ ହେଲେ ଅଗ୍ନିଶମ ବିଭାଗର ଆଇ.ଜି ଡଃ ଉମାଶଙ୍କର ଦାଶ, ଚିଫ ଇଲେକ୍ଟ୍ରିକାଲ ଇନସ୍ପେକ୍ଟର ତଥା ଇଆଇସି ବରଦା ପ୍ରସନ୍ନ ଦାଶ, ସହରାଞ୍ଚଳ ଜନସ୍ବାସ୍ଥ୍ୟ ବିଭାଗର ଇଆଇସି ବିରଞ୍ଚି ନାରାୟଣ ପ୍ରଧାନ, ଚିଫ ଇଞ୍ଜିନିୟର ବିଲ୍ଡିଂ ପ୍ରିୟବ୍ରତ ସାମନ୍ତରାୟ ଏବଂ ମେଡିକାଲ ଏଜୁକେଶନ ଓ ଟ୍ରେନିଂ ନିର୍ଦ୍ଦେଶକ ପ୍ରଫେସର (ଡକ୍ଟର) ସନ୍ତୋଷ କୁମାର ମିଶ୍ର।
ଏହି କମିଟି ଏସ୍‌ସିବି ମେଡିକାଲ କଲେଜ ଓ ହସ୍ପିଟାଲ ପରିଦର୍ଶନ କରି ଆଜି ସା ସୁଦ୍ଧା ମୁଖ୍ୟ ଶାସନ ସଚିବଙ୍କୁ ରିପୋର୍ଟ ପ୍ରଦାନ କରିବେ।

Dharitri – Odisha’s No.1 Odia Daily

Share