SCB ଅଗ୍ନିକାଣ୍ଡ: ମୃତକଙ୍କ ମିଳିଲା ପରିଚୟ

କଟକ,୧୬।୩: SCB ମେଡିକାଲରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୧୦ ରୋଗୀଙ୍କ ମୃତ୍ୟୁ ହୋଇଥିବାବେଳେ ୫ ରୋଗୀଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ଏହି ଅଗ୍ନିକାଣ୍ଡରେ ୧୦ ମୃତକଙ୍କ ମିଳିଲା ପରିଚୟ ମିଳିଛି। ୧୦ ମୃତକ ଜଣଙ୍କ ମଧ୍ୟରେ ରମେଶ ପରିଡ଼ା, ଦାଶରୁ ମୁଣ୍ଡା, ଏମ.ଡି ନ୍ୟୁମ, ଗୌରାଙ୍ଗ ବାରିକ, ଏସ କେ ଅବଦୁଲ ସତାର, ମଧୁସୂଦନ ଦଳାଇ, କୃଷ୍ଣଚନ୍ଦ୍ର ବିଶ୍ୱାଳ, ରବୀନ୍ଦ୍ର ଦାସ, ଚେରୁ ପରିଡ଼ା, ମେନକା ରାଉତଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି।
ଟ୍ରମା କେୟାର ICUରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡ ସମୟରେ ଟ୍ରମା କେୟାର ଆଇସିୟୁରେ ୨୩ ରୋଗୀ ଥିଲେ ବୋଲି ଜଣାପଡ଼ିଛି। ଅଗ୍ନିକାଣ୍ଡ ପରେ ICUରେ ସାଂଘାତିକ ସ୍ଥିତି ଉପୁଜିଛି। ଗୁରୁତର ରୋଗୀଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। କେମିତି ନିଆଁ ଲାଗିଲା କାରଣ ଅସ୍ପଷ୍ଟ ରହିଛି।
SCB ଅଗ୍ନିକାଣ୍ଡ ପରେ ଘଟଣାସ୍ଥଳରେ ପହଞ୍ଚିଥିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଅଗ୍ନିକାଣ୍ଡ ସ୍ଥଳ ବୁଲି ଦେଖିବା ସହ ସ୍ବାସ୍ଥ୍ୟ ସଚିବଙ୍କ ସହ ଆଲୋଚନା କରିଥିଲେ। ମେଡିକାଲ ବୁଲି ଦେଖିବା ପରେ ସହାୟତା ଘୋଷଣା କରିଥିଲେ ମୁଖ୍ୟମନ୍ତ୍ରୀ। ମୃତକଙ୍କ ପରିବାରକୁ ୨୫ ଲକ୍ଷ କ୍ଷତିପୂରଣ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏହାସହ ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ଦେଇଥିଲେ ମୁଖ୍ୟମନ୍ତ୍ରୀ। ତଦନ୍ତ ରିପୋର୍ଟ ଆସିବା ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ। ବିଦ୍ୟୁତ ସର୍ଟସର୍କିଟ କାରଣରୁ ଅଗ୍ନିକାଣ୍ଡ ଘଟିଥିବା ଆଶଙ୍କା କରାଯାଉଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟବସାୟୀଙ୍କ ସ୍କୁଟି ଡିକି ଭାଙ୍ଗି ୧୧୦ ଗ୍ରାମ୍‌ ସୁନା ଅଳଙ୍କାର ଲୁଟ୍‌

ରାୟଗଡ଼ା,୧୮ା୩(ଆଶିଷ ରଞ୍ଜନ ପଣ୍ଡା): କିଛି ଦିନର ନୀରବତା ପରେ ପୁଣି ରାୟଗଡ଼ା ସହରରେ ଆରମ୍ଭ ହୋଇଛି ଚୋରି ଓ ଲୁଟ୍‌। ପୋଲିସ୍‌କୁ ଏକପ୍ରକାର ଖୋଲା ଚ୍ୟାଲେଞ୍ଜ କରିଛନ୍ତି…

ଶେଷରେ ପୁଟିନଙ୍କ ସହ ଡିଲ୍‌ କରିବେ ଟ୍ରମ୍ପ! ଆଗକୁ ଯୁଦ୍ଧରେ ନୂଆ ମୋଡ…

ନୂଆଦିଲ୍ଲୀ,୧୮।୩: ମଧ୍ୟପ୍ରାଚ୍ୟରେ ହର୍ମୁଜକୁ ନେଇ ବୃଦ୍ଧି ପାଉଥିବା ଉତ୍ତେଜନା କେବଳ ତୈଳ ବଜାରକୁ ନୁହେଁ ବରଂ ବିଶ୍ୱ ରାଜନୀତିକୁ ମଧ୍ୟ ଦୋହଲାଇ ଦେଇଛି। ଏହି ସମୟରେ, ନାଟୋ…

କଂଗ୍ରେସକୁ ଶକ୍ତ ଝଟ୍‌କା: ଦଳ ଛାଡ଼ି ଭାଜପାରେ ଯୋଗଦେଲେ ବରିଷ୍ଠ ନେତା

ଗୁଆହାଟୀ,୧୮ା୩:ଆସାମ ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସକୁ ପୁଣି ଶକ୍ତ ଧକ୍କା ଲାଗିଛି। ଦଳୀୟ ନେତା ତଥା ନାଗାଓଁ ଏମ୍‌ପି ପ୍ରଦ୍ୟୁତ୍‌ ବର୍ଦୋଳୋଇ ଭାଜପାରେ ଯୋଗ ଦେଇଛନ୍ତି। ଆସାମ…

ଦିଲୀପଙ୍କ ବିଜୟକୁ ନେଇ ମୁହଁ ଖୋଲିଲେ ସୌମ୍ୟରଞ୍ଜନ: ବିଜେଡି-ଭାଜପା ଭିତିରି ସମ୍ପର୍କକୁ ନେଇ କହିଦେଲେ ଏମିତି

ଭୁବନେଶ୍ୱର,୧୮।୩ (ସୁନିତ୍‌ ମିଶ୍ର):ରାଜ୍ୟ ସଭା ନିର୍ବାଚନରେ ଯେଉଁମାନେ ଦଳ ବିରୋଧରେ ଯାଇ ଭୋଟ ଦେଲେ ଏବଂ ଯେଉଁମାନେ ସେହି ଭୋଟକୁ ପାଇବା ପାଇଁ ଉଦ୍ୟମ କଲେ ସେମାନେ…

ଅଫିସ ଭିତରେ ପଶି ଆର୍‌ଆଇଙ୍କୁ ଆଖିବୁଜା ମାଡ଼ ମାରିଲେ ଯୁବକ, ଘୋଷାଡ଼ି ଘୋଷାଡ଼ି…

ଚାନ୍ଦବାଲି,୧୮ା୩(ଅଶୋକ ପଣ୍ଡା): ସରକାରୀ ଅଫିସ୍‌ ଭିତରେ ପଶି ଅଫିସରଙ୍କୁ ଆଖିବୁଜା ମାଡ଼। ତାହା ପୁଣି ଦିନ ଦ୍ୱିପ୍ରହରରେ ସର୍ବ ସମ୍ମୁଖରେ। ଏମିତି କି ଅଫିସ ଗୃହରୁ ଘୋଷାଡ଼ି…

ଭୟଙ୍କର ହେଲା ବିଶ୍ୱଯୁଦ୍ଧ: ଇରାନର ନ୍ୟୁକ୍ଲିୟର ପ୍ଲାଣ୍ଟରେ ମିସାଇଲ ମାଡ଼! ବିଶ୍ୱରେ ଚହଳ

ତେହରାନ,୧୮।୩: ଇରାନର ପରମାଣୁ କେନ୍ଦ୍ରରେ ମିସାଇଲ ମାଡ଼। ବୁଶେହର ନିକଟରେ ଅବସ୍ଥିତ ଇରାନର ଏକମାତ୍ର ସକ୍ରିୟ ପରମାଣୁ ଶକ୍ତି କେନ୍ଦ୍ର ପାଖରେ ମିସାଇଲ ମାଡ଼ ହୋଇଛି। ଯାହା…

ବିମାନଯାତ୍ରୀଙ୍କ ପାଇଁ ବଡ଼ ଆଶ୍ୱସ୍ତି: ଏଣିକି ୬୦% ସିଟ୍‌ ମାଗଣାରେ ବାଛିପାରିବେ

ନୂଆଦିଲ୍ଲୀ,୧୮ା୩: ବିମାନଯାତ୍ରୀଙ୍କ ପାଇଁ ବଡ଼ ଆଶ୍ୱସ୍ତି। ବୁଧବାର ବିମାନଯାତ୍ରୀମାନଙ୍କୁ ଲାଭ ଦେବା ପାଇଁ ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ଏକ ବ୍ୟାପକ ତଥା ନୂଆ ନିୟମ ପ୍ରଚଳନ…

ରୁଷିଆ ପରେ ଭାରତକୁ ତେଲ ପଠାଇଲା ଏହି ମୁସିଲମ ଦେଶ, ଚମକି ପଡିଲେ ଟ୍ରମ୍ପ!

ନୂଆଦିଲ୍‌ଲୀ,୧୮।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ସହିତ ଚାଲିଥିବା ବିବାଦ ଯୋଗୁଁ ହର୍ମୁଜରେ ସଙ୍କଟ ଆହୁରି ଗଭୀର ହେଉଛି। ଏହି ପରିସ୍ଥିତି ମଧ୍ୟରେ, ଭାରତ ପାଇଁ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri