ଏସ୍‌ସିବିକୁ ଗୌରବାନ୍ବିତ କରିଛନ୍ତି ପୁରାତନ ଛାତ୍ର

ଭୁବନେଶ୍ୱର,(ବ୍ୟୁରୋ)/କଟକ ଅଫିସ, ୬ା୧୨: ରାଜ୍ୟର ସର୍ବ ପୁରାତନ ଚିକିତ୍ସା ପ୍ରତିଷ୍ଠାନ ଶ୍ରୀରାମ ଚନ୍ଦ୍ର ଭଞ୍ଜ ମେଡିକାଲ କଲେଜର ବିଶ୍ୱସ୍ତରୀୟ ଓ୍ବେବ୍‌ସାଇଟ, ପୁରାତନ ଛାତ୍ରସଂଘ ଏବଂ ଏହାର ଓ୍ବେବ୍‌ସାଇଟକୁ ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋକାର୍ପିତ କରିଛନ୍ତି ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଏସ୍‌ସିବିକୁ ବିଶ୍ୱସ୍ତରୀୟ ଚକିତ୍ସା ପ୍ରତିଷ୍ଠାନରେ ପରିଣତ କରିବାକୁ ସରକାରଙ୍କ ୫-ଟି ଅଧୀନରେ କାର୍ଯ୍ୟ ଆରମ୍ଭ ହୋଇଛି। ଏହି ଅନୁଷ୍ଠାନର ମାନବ ସେବା ହିଁ ତାକୁ ଏକ ପବିତ୍ର ଅନୁଷ୍ଠାନର ପରିଚୟ ଦେଇଛି। ୭୬ ବର୍ଷ ଧରି ଏହି ଅନୁଷ୍ଠାନ ବହୁ ପ୍ରତିଷ୍ଠିତ ଚିକିତ୍ସକ ସୃଷ୍ଟି କରିପାରିଛି। ସେହି ପୁରାତନ ଛାତ୍ରମାନେ ଦେଶ ବିଦେଶରେ ଏହି ଅନୁଷ୍ଠାନର ଗୌରବ ବଢାଇଛନ୍ତି। ବିଶ୍ୱସ୍ତରୀୟ ଉଦ୍ୟମ ପୁରାତନ ଛାତ୍ରଙ୍କୁ ଏସ୍‌ସିବିରେ କାମ କରିବାକୁ ଉତ୍ସାହିତ କରିବ ବୋଲି ମୁଖ୍ୟମନ୍ତ୍ରୀ ଆଶା ବ୍ୟକ୍ତ କରିଛନ୍ତି। ଏସ୍‌ସିବିର ପରିବର୍ତ୍ତନରେ ପୁରାତନ ଛାତ୍ରମାନେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଝାରସୁଗୁଡାରେ ଯୋଗ ଦେଇ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ ଏସ୍‌ସିବି ମେଡିକାଲ କଲେଜର ଗୌରବମୟ ଇତିହାସ ଏବଂ ଉନ୍ନତ ଚିକିତ୍ସା ପ୍ରଣାଳୀ ଉପରେ ଆଲୋକପାତ କରିଥିଲେ। ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ର ସ୍ବାଗତ ଭାଷଣ ଦେଇଥିବା ବେଳେ ମେଡିକାଲ କଲେଜର ଅଧ୍ୟକ୍ଷ ଦତ୍ତେଶ୍ୱର ହୋତା ଧନ୍ୟବାଦ ଦେଇଥିଲେ।
୧୯୪୪ରେ ପ୍ରତିଷ୍ଠା ହୋଇଥିବା ଏସସିବି ମେଡିକାଲ କଲେଜ ୭୬ ବର୍ଷରେ ପହଞ୍ଚିଛି। ଉନ୍ନତ ସେବା ପାଇଁ ପୂର୍ବ ଭାରତରେ ଏହା ଲୋକପ୍ରିୟ ଚିକିତ୍ସା ପ୍ରତିଷ୍ଠାନ । ଦିନକୁ ଏଠାକୁ ପ୍ରାୟ ୨୦ ହଜାର ଲୋକ ଚିକିତ୍ସା ପାଇଁ ଆସୁଥିବା ବେଳେ ଗତ ୧୦ ବର୍ଷରେ ୧୭ ନିୟୁତ ରୋଗୀଙ୍କୁ ଚକିତ୍ସା ସୁବିଧା ଯୋଗାଇ ପାରିଛି।

ଏହି କାର୍ଯ୍ୟକ୍ରମରେ ବିଧାୟକ ସୌଭିକ ବିଶ୍ୱାଳ, ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ, ମୁଖ୍ୟମନ୍ତ୍ରୀଙ୍କ ମୁଖ୍ୟ ପରାମର୍ଶଦାତା ଆର. ବାଲକ୍ରିଷ୍ଣନ, ଉନ୍ନୟନ କମିଶନର ସୁରେଶ ଚନ୍ଦ୍ର ମହାପାତ୍ର ଯୋଗ ଦେଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ଏହି କାର୍ଯ୍ୟକ୍ରମକୁ ସଞ୍ଚାଳନ କରିଥିଲେ। ଏଥିସହିତ କଟକରେ କଟକ ଜିଲାପାଳ ଭବାନୀ ଶଙ୍କର ଚୟନୀ, କଟକ ମହାନଗର ନିଗମ କମିଶନର ଅନନ୍ୟା ଦାସ, ଅଧୀକ୍ଷକ ଲୁସି ଦାସ, ଏସ୍‌ସିବି ଭେଷଜ ବିଭାଗ ମୁଖ୍ୟ ପ୍ରଫେସର ଜୟନ୍ତ ପଣ୍ଡା, ଏସ୍‌ସିବି ମେଡିକାଲ କଲେଜର ସମସ୍ତ ବିଭାଗୀୟ ମୁଖ୍ୟ, ପିଜି ଛାତ୍ରୀଛାତ୍ର ଓ ହସ୍ପିଟାଲ କର୍ମଚାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ପରବର୍ତ୍ତୀ ରାଜନୀତିକୁ ନେଇ ମୁହଁ ଖୋଲିଲେ ଅରବିନ୍ଦ ମହାପାତ୍ର, ବିଧାନସଭାରେ ଯଦି…

ଭୁବନେଶ୍ବର,୧୬।୨: ବିଜେଡିରୁ ନିଲମ୍ବନ ପରଠାରୁ ଚର୍ଚ୍ଚାରେ ରହିଛନ୍ତି ଅରବିନ୍ଦ ମହାପାତ୍ର । ନିଲମ୍ବନ ଓ ପରବର୍ତ୍ତୀ ରାଜନୀତିକୁ ନେଇ ଆଜି ସେ ମୁହଁ ଖୋଲିଛନ୍ତି । ନବୀନ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର

ସମ୍ବଲପୁର,୧୬।୨(ପ୍ରମୋଦ ବହିଦାର): ସମ୍ବଲପୁରର ବିଧାୟିକା ତଥା ସମାଜସେବୀ ଓ ବିଶିଷ୍ଟ ଚିକିତ୍ସକ ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର । ସୋମବାର ସକାଳେ ତାଙ୍କୁ ଠିକ୍ ଭାବେ…

ପରିବା ଖାଇବାକୁ ଆସି କୂଅରେ ପଡ଼ିଗଲେ ବାରହା, ତାପରେ….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ଉଖୁଣ୍ଡା ସେକ୍ସନ ଅଧିନସ୍ଥ ଜ୍ୟୋତିପୁର ବାଉଟିଆପଦା ଗ୍ରାମରେ ଆଜି ଅଭାବନୀୟ ଘଟଣା ଘଟିଛି । ଉକ୍ତ ଗ୍ରାମରେ ଜଣେ…

ଲକ୍ଷାଧିକ ଟଙ୍କା ନେଇ ବାଇକରେ ଯାଉଥିଲେ ଧାନ ବ୍ୟବସାୟୀ, ଅଧାବାଟରେ ବନ୍ଧୁକ ଦେଖାଇ ଲୁଟେରା….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା କେନ୍ଦୁଝର – ପାଟଣା ରାସ୍ତାର ମଇଦାନକେଲ ନିକଟରେ ବଡ଼ ଧରଣର ଲୁଟ୍ । ସୋମବାର ସକାଳେ ପ୍ରାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri