ଭିଜିଲାନ୍ସ ଜାଲରେ ଏସସିବି ମେଡିକାଲର ସହକାରୀ ପ୍ରଫେସର: ୨.୬୩ ଲକ୍ଷ ଟଙ୍କା ଜବତ

କଟକ,୨୯।୧: ଭିଜିଲାନ୍ସ ଜାଲରେ ପଡିଲେ ଏସସିବି ମେଡିକାଲର ଡାକ୍ତର ସନାତନ ବେହେରା। ଚିକିତ୍ସା ସରଞ୍ଜାମ ଯୋଗାଉଥିବା ବିଡରଙ୍କ ଠାରୁ ଲାଞ୍ଚ ନେଇ ଧରାପଡିଲେ। ଗୁରୁବାର ଅପରାହ୍ନରେ ତାଙ୍କ ନିକଟରୁ ୨,୬୩,୦୦୦ ଟଙ୍କା ସନ୍ଦେହଜନକ ନଗଦ ଅର୍ଥ ଜବତ କରାଯାଇଛି।

ହେପାଟୋଲୋଜି ବିଭାଗର ସହକାରୀ ପ୍ରଫେସର ଥିବା ବେହେରା ଚିକିତ୍ସା ସରଞ୍ଜାମ ଯୋଗାଉଥିବା ବିଡରଙ୍କ ଠାରୁ ବେଆଇନ ଭାବେ ଅର୍ଥ ଆଦାୟ କରୁଥିଲେ। ଏନେଇ ଭିଜିଲାନ୍ସ ପାଖରେ ବିଶ୍ୱସ୍ତ ସୂଚନା ରହିଥିଲା। ଗୁରୁବାର ଡାକ୍ତର ବେହେରା ନିଜ ସ୍କୁଟିରେ ସରକାରୀ ବାସଭବନକୁ ଯାଉଥିବା ବେଳେ ଭିଜିଲାନ୍ସ ଟିମ୍ ତାଙ୍କୁ ଅଟକାଇଥିଲା। ତଲାସି ବେଳେ ତାଙ୍କ ପାଖରୁ ନଗଦ ଟଙ୍କା ମିଳିଥିଲା, ଯାହାର କୌଣସି ସଠିକ୍ ହିସାବ ସେ ଦେଇପାରିନଥିଲେ।

ଏହାପରେ ଡାକ୍ତର ବେହେରାଙ୍କୁ ଅଟକ ରଖି ତାଙ୍କ ସହ ସଂପୃକ୍ତ ୩ଟି ସ୍ଥାନରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଆଶଙ୍କାରେ ଚଢ଼ାଉ ଜାରି ରହିଛି। ଏହି ଘଟଣାରେ କଟକ ଭିଜିଲାନ୍ସ ଥାନାରେ ଦୁର୍ନୀତି ନିବାରଣ ଆଇନ ଅଧୀନରେ ମାମଲା ରୁଜୁ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମକୁ ଭଲ ପାଉଥିଲେ, କିନ୍ତୁ ମୋଦିଙ୍କୁ ବିବାହ କଲେ: ସଂସଦରେ କାହାକୁ ଏମିତି କହିଲେ ଖାର୍ଗେ

ନୂଆଦିଲ୍ଲୀ,୧୮।୩: କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ଅବସରପ୍ରାପ୍ତ ରାଜ୍ୟ ସଭା ଏମ୍‌ପିମାନଙ୍କୁ ବିଦାୟ ଦେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ରାଜନୀତି ଏବଂ ସାର୍ବଜନୀନ ଜୀବନରେ…

ଖାର୍ଗେଙ୍କୁ ପ୍ରଶଂସା କଲେ ମୋଦି: ସଂସଦରେ ଖେଲିଗଲା…

ନୂଆଦିଲ୍ଲୀ,୧୮।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ରାଜ୍ୟ ସଭାରେ ବିଦାୟୀ ସଂସଦ ସଦସ୍ୟମାନଙ୍କୁ ସମ୍ବୋଧିତ କରିଥିଲେ। ତାଙ୍କ ଭାଷଣରେ ସେ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ, ପୂର୍ବତନ…

ପୁଣି SCB ମେଡିକାଲରେ ଅଘଟଣ: ଜଳିଲା ଇଲେକ୍ଟ୍ରି ବୋର୍ଡ

କଟକ,୧୮।୩: ପୁଣି SCB ମେଡିକାଲରେ ଅଘଟଣ। ଶର୍ଟସର୍କିଟରୁ ନନ ଟ୍ରମା କେୟାରରେ ଏକ ଇଲେକ୍ଟ୍ରି ବୋର୍ଡ ଜଳିଯାଇଛି। କିଛି ଅଘଟଣ ପୂର୍ବରୁ ଅଗ୍ନିଶମ କର୍ମଚାରୀ ଆୟତ୍ତ କରିଛନ୍ତି।…

ପ୍ରଥମ ପର୍ଯ୍ୟାୟ ଜନଗଣନା ପାଇଁ ପ୍ରଶିକ୍ଷଣ ଆରମ୍ଭ: ନୀତି ନିୟମ ଉପରେ ଗୁରୁତ୍ୱ ଦେଇ…

କର୍ଲାମୁଣ୍ଡା,୧୮ା୩(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦରସ୍ଥିତ ରତନ ଭୋଇ ପଞ୍ଚାୟତ ସମିତି ଉଚ୍ଚ ବିଦ୍ୟାଳୟଠାରେ କର୍ଲାମୁଣ୍ଡା ତହସିଲ ପକ୍ଷରୁ ପ୍ରଥମ ପର୍ଯ୍ୟାୟ ଜନଗଣନା…

ବେଆଇନ ଇଟାଭାଟି ଉଚ୍ଛେଦ କଲା ପ୍ରଶାସନ

ପରଜଙ୍ଗ,୧୮ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଡମୋଳ ଗ୍ରାମ ଝରାସାଇ ନିକଟରେ ହୋଇଥିବା ଏକ ବେଆଇନ ଇଟାଭାଟି ସହିତ ଗଢ଼ା ହୋଇଥିବା କିଛି ଇଟାକୁ ପ୍ରଶାସନ…

ନଳକୂପରୁ ବାହାରୁଛି ଗୋଳିଆ ପାଣି, କୂଅରୁ ପାଣି ଆଣିବା ପାଇଁ ଦୂରକୁ ଯିବାକୁ ପଡୁଛି

ଦାରିଙ୍ଗବାଡ଼ି,୧୮ା୩(ଅରୁଣ ସାହୁ): ଏବେ ଶୀତ ଯାଇ ଗ୍ରୀଷ୍ମ ଆସିଲା ଚାରିଆଡ଼େ ପିଇବା ପାଣି ଟିକେ ପାଇଁ ସଂଘର୍ଷ କରିବାକୁ ପଡୁଛି। ଯେଉଁଠି ପାଇପ୍‌ ଯୋଗେ ଜଳ ଯୋଗାଣ…

ଶେଷରେ ପୁଟିନଙ୍କ ସହ ଡିଲ୍‌ କରିବେ ଟ୍ରମ୍ପ! ଆଗକୁ ଯୁଦ୍ଧରେ ନୂଆ ମୋଡ…

ନୂଆଦିଲ୍ଲୀ,୧୮।୩: ମଧ୍ୟପ୍ରାଚ୍ୟରେ ହର୍ମୁଜକୁ ନେଇ ବୃଦ୍ଧି ପାଉଥିବା ଉତ୍ତେଜନା କେବଳ ତୈଳ ବଜାରକୁ ନୁହେଁ ବରଂ ବିଶ୍ୱ ରାଜନୀତିକୁ ମଧ୍ୟ ଦୋହଲାଇ ଦେଇଛି। ଏହି ସମୟରେ, ନାଟୋ…

ଦିଲୀପଙ୍କ ବିଜୟକୁ ନେଇ ମୁହଁ ଖୋଲିଲେ ସୌମ୍ୟରଞ୍ଜନ: ବିଜେଡି-ଭାଜପା ଭିତିରି ସମ୍ପର୍କକୁ ନେଇ କହିଦେଲେ ଏମିତି

ଭୁବନେଶ୍ୱର,୧୮।୩ (ସୁନିତ୍‌ ମିଶ୍ର):ରାଜ୍ୟ ସଭା ନିର୍ବାଚନରେ ଯେଉଁମାନେ ଦଳ ବିରୋଧରେ ଯାଇ ଭୋଟ ଦେଲେ ଏବଂ ଯେଉଁମାନେ ସେହି ଭୋଟକୁ ପାଇବା ପାଇଁ ଉଦ୍ୟମ କଲେ ସେମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri