SCB ମେଡିକାଲ ଅଗ୍ନିକାଣ୍ଡ ଘଟଣା: ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

କଟକ,୧୬।୩: SCB ମେଡିକାଲରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୧୦ ରୋଗୀଙ୍କ ମୃତ୍ୟୁ ହୋଇଥିବାବେଳେ ୫ ରୋଗୀଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ଟ୍ରମା କେୟାର ICUରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡ ସମୟରେ ଟ୍ରମା କେୟାର ଆଇସିୟୁରେ ୨୩ ରୋଗୀ ଥିଲେ ବୋଲି ଜଣାପଡ଼ିଛି। ଅଗ୍ନିକାଣ୍ଡ ପରେ ICUରେ ସାଂଘାତିକ ସ୍ଥିତି ଉପୁଜିଛି। ଗୁରୁତର ରୋଗୀଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। କେମିତି ନିଆଁ ଲାଗିଲା କାରଣ ଅସ୍ପଷ୍ଟ ରହିଛି। ନିଆଁ ଲିଭାରେ ଦମକଳ ବାହିନୀ ନିୟୋଜିତ ଅଛନ୍ତି। ବିଦ୍ୟୁତ ସର୍ଟସର୍କିଟ କାରଣରୁ ଅଗ୍ନିକାଣ୍ଡ ଘଟିଥିବା ଆଶଙ୍କା କରାଯାଉଛି।
SCB ଅଗ୍ନିକାଣ୍ଡ ପରେ ଘଟଣାସ୍ଥଳରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଅଗ୍ନିକାଣ୍ଡ ସ୍ଥଳ ବୁଲି ଦେଖିବା ସହ ସ୍ବାସ୍ଥ୍ୟ ସଚିବଙ୍କ ସହ ଆଲୋଚନା କରିଛନ୍ତି। ମେଡିକାଲ ବୁଲି ଦେଖିବା ପରେ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ମୃତକଙ୍କ ପରିବାରକୁ ୨୫ ଲକ୍ଷ କ୍ଷତିପୂରଣ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହାସହ ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ତଦନ୍ତ ରିପୋର୍ଟ ଆସିବା ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଶାନ୍ତି ଚୁକ୍ତି ପାଇଁ ଆମେରିକା-ଇରାନ ରାଜି, ଖୋଲିବ ହର୍ମୁଜ, ଅବରୋଧ ହଟାଇ…

ଓ୍ବାଶିଂଟନ,୧୫ା୬: ଐତିହାସିକ ଶାନ୍ତି ଚୁକ୍ତି ପାଇଁ ଆମେରିକା ଏବଂ ଇରାନ ସହମତି ପ୍ରକାଶ କରିଛନ୍ତି। ଶୁକ୍ରବାର ସ୍ବିଜରଲାଣ୍ଡ ଜେନେଭାରେ ଏହି ଐତିହାସିକ ଶାନ୍ତି ଚୁକ୍ତି ସ୍ବାକ୍ଷରିତ ହେବ।…

ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…

ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ…

ଗ୍ୟାରେଜ୍‌ରେ ପଶି ମାଲିକଙ୍କୁ ଗୁଳିକରି ହତ୍ୟା

ନୟାଗଡ଼,୧୪।୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଗଣିଆ ଥାନା ଅଧୀନ ପାଣ୍ଡରାସିଂହା ଛକରେ ରବିବାର ସନ୍ଧ୍ୟାରେ ଏକ ଗୁଳିକାଣ୍ଡ ଘଟିଛି। ଦୁର୍ବୃତ୍ତମାନେ ଗ୍ୟାରେଜ୍‌ରେ ପଶି ଅତର୍କିତ ଫାୟାରିଂ କରିଥିଲେ।…

ଇରାନ ସହିତ ଚୁକ୍ତି ପୂର୍ବରୁ ଇସ୍ରାଏଲର ବଡ଼ ଆକ୍ରମଣ, ରାଗିଯାଇ ଟ୍ରମ୍ପ କହିଲେ ଏହା ଉଚିତ…

ଓ୍ବାଶିଂଟନ,୧୪।୬: ରବିବାର ଦିନ ଇସ୍ରାଏଲ ଲେବାନନର ରାଜଧାନୀ ବେରୁଟ ଉପରେ ଆକ୍ରମଣ କରିଛି । ଏହି ଆକ୍ରମଣ ଏପରି ସମୟରେ ଘଟିଛି ଯେତେବେଳେ ଆମେରିକା ଏବଂ ଇରାନ…

ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆଡମିଟ୍‌ କାର୍ଡ ଜାରି, ଜୁନ୍‌ ୨୧ରେ…

ନୂଆଦିଲ୍ଲୀ,୧୪ା୬ : ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆସନ୍ତା ୨୧ରେ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏଥିପାଇଁ ପରୀକ୍ଷା ପରିଚାଳନାକାରୀ ସଂସ୍ଥା ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଆଡମିଟ୍‌ କାର୍ଡ…

ବରଗଡ଼ରେ ଆତଙ୍କ ମଚାଉଛନ୍ତି ଲୁଟେରା, ଦିବା ଆଲୋକରେ ଲୁଟପାଟ୍

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଲୁଟେରାମାନଙ୍କ ଦୌରାତ୍ମ୍ୟ ବଢ଼ି ଯାଇଛି । ଗତ ୩ଦିନତଳେ କଲାପାଣି ଛକ ନିକଟରେ ବିଚ୍‌ରାସ୍ତା ଉପରୁ ଜଣେ ମହିଳାଙ୍କ ସୁନାଚେନ୍‌ ଲୁଟ୍‌ ହୋଇଥିବାବେଳେ…

ବ୍ରହ୍ମପୁର ଆସୁଥିବା ବେଳେ ବାଟରେ ମର୍ମନ୍ତୁଦ ଦୁର୍ଘଟଣା, ଡିଭାଇଡର ପିଟି ହୋଇ ୨ ବାଇକ ଆରୋହୀ ମୃତ

ଗଞ୍ଜାମ,୧୪।୬(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ମର୍ମନ୍ତୁଦ ଦୁର୍ଘଟଣା ହୋଇଛି ।  ଅପରାହ୍ନରେ ଏକ ବାଇକ ଡିଭାଇଡର ପିଟି…

ପୂର୍ବ ଶତ୍ରୁତାରୁ ଅଟୋ ଚାଳକଙ୍କୁ ହତ୍ୟା ଉଦ୍ୟମ! ଗାଁ ମେଡ଼ିକାଲ ଛକରେ ଠିଆ ହୋଇଥିଲେ, କାରରେ ଆସି ହାଣି ଚାଲିଲେ…

ଦିଗପହଣ୍ଡି,୧୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମେଡ଼ିକାଲ ଛକରେ ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ରବିବାର ସନ୍ଧ୍ୟା ପ୍ରାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri