ହାଇକୋର୍ଟରେ ଏସ୍‌ସିବି ମେଡିକାଲ ଅଗ୍ନି ନିରାପତ୍ତା ମାମଲା: ହାଜର ହେଲେ ଅଗ୍ନିଶମ ଡିଜି

କଟକ,୧୩ା୩(କାର୍ତ୍ତିକ ସାହୁ): ଏସ୍‌ସିବି ମେଡିକାଲରେ ଅଗ୍ନି ନିରାପତ୍ତା ବ୍ୟବସ୍ଥା ସଂକ୍ରାନ୍ତ ମାମଲାରେ ଅଗ୍ନିଶମ ଡିଜି ଡ. ସୁଧାଂଶୁ ଷଡ଼ଙ୍ଗୀ ବୁଧବାର ହାଇକୋର୍ଟରେ ହାଜର ହୋଇଛନ୍ତି। ସେହିପରି ଏସ୍‌ସିବି ଅଧୀକ୍ଷକ ଡ. ସୁଧାଂଶୁ ଶେଖର ମିଶ୍ର ଓ ପୂର୍ତ୍ତ ବିଭାଗ ଅଧୀକ୍ଷଣ ଯନ୍ତ୍ରୀ ପ୍ରଭାସ କୁମାର ମାଝି ମଧ୍ୟ ବ୍ୟକ୍ତିଗତ ଭାବେ ହାଇକୋର୍ଟରେ ହାଜର ହୋଇଛନ୍ତି। ହାଇକୋର୍ଟଙ୍କ ନିର୍ଦ୍ଦେଶ ମୁତାବକ ଅଗ୍ନିଶମ ଡିଜି ଡ. ଷଡ଼ଙ୍ଗୀ ଏସ୍‌ସିବି ମେଡିକାଲର ଅଗ୍ନି ନିରାପତ୍ତା ବ୍ୟବସ୍ଥା ସମ୍ପର୍କିତ ରିପୋର୍ଟ ହାଇକୋର୍ଟରେ ଦାଖଲ କରିଛନ୍ତି। ଉକ୍ତ ରିପୋର୍ଟ ଅନୁଯାୟୀ, ଏସ୍‌ସିବି ମେଡିକାଲର ମୋଟ୍‌ ୮୭ଟି କୋଠା ମଧ୍ୟରୁ ୬୨ଟି କୋଠାର ଅଗ୍ନି ନିରାପତ୍ତା ବ୍ୟବସ୍ଥା ପାଇଁ ପ୍ରଶାସନିକ ଅନୁମୋଦନ ପରେ ଟେଣ୍ଡର ପ୍ରକ୍ରିୟା ଆରମ୍ଭ ହୋଇଛି। ଅନ୍ୟ ୧୪ଟି ପ୍ରକଳ୍ପ ପାଇଁ ସରକାରୀ ଅନୁମୋଦନ ନିମନ୍ତେ ପଠାଯାଇଛି। ଆଗାମୀ ୩ ମାସ ମଧ୍ୟରେ ମେଡିକାଲରେ ଅଗ୍ନି ନିର୍ବାପକ ଓ ଆଲାର୍ମ ବ୍ୟବସ୍ଥା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। ଅପରପକ୍ଷରେ ଅଗ୍ନି ନିରାପତ୍ତା ନିମିତ୍ତ ଅତିରିକ୍ତ ନିର୍ମାଣ କାର୍ଯ୍ୟ ୬ ମାସ ମଧ୍ୟରେ ଶେଷ କରିବାକୁ ଅଗ୍ନିଶମ ଡିଜି ହାଇକୋର୍ଟଙ୍କଠାରୁ ସମୟ ନେଇଛନ୍ତି। ମୁଖ୍ୟ ବିଚାରପତି ଚକ୍ରଧାରୀ ଶରଣ ସିଂହ ଓ ବିଚାରପତି ଏମ.ଏସ. ରମଣଙ୍କୁ ନେଇ ଗଠିତ ଖଣ୍ଡପୀଠ ସବିଶେଷ ତଥ୍ୟ ପ୍ରଦାନ କରିଥିବାରୁ ଅଗ୍ନିଶମ ଡିଜିଙ୍କୁ ପ୍ରଶଂସା କରିଥିଲେ। ପରବର୍ତ୍ତୀ ଶୁଣାଣି ସମୟରେ କାର୍ଯ୍ୟର ଅଗ୍ରଗତି ନେଇ ସତ୍ୟପାଠ ଦାଖଲ କରିବାକୁ ହାଇକୋର୍ଟ ଅଗ୍ନିଶମ ଡିଜିଙ୍କୁ ନିର୍ଦ୍ଦେଶ ଦେଇଛନ୍ତ। ୮ସପ୍ତାହ ପରେ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ଧାର୍ଯ୍ୟ ହୋଇଛି।

ସୂଚନାଯୋଗ୍ୟ, ବୃହତ୍‌ ଚିକିତ୍ସା ପ୍ରତିଷ୍ଠାନ ଏସ୍‌ସିବି ମେଡିକାଲରେ ଅଗ୍ନି ନିରାପତ୍ତା ବ୍ୟବସ୍ଥା ନ ଥିବା ନେଇ ମୈତ୍ରୀ ସଂସଦ ପକ୍ଷରୁ ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା ରୁଜୁ ହୋଇଥିଲା। ନିରାପତ୍ତା ବ୍ୟବସ୍ଥା କାର୍ଯ୍ୟକାରିତାରେ ବିଳମ୍ବ ହେଉଥିବାରୁ ଅଦାଲତ ବିରକ୍ତି ପ୍ରକାଶ କରିଥିଲେ। ପୁନଃ ସତ୍ୟପାଠ ଦାଖଲ କରିବା ସହ ଅଗ୍ନିଶମ ଡିଜି ଓ ବିଭାଗୀୟ ଅଧିକାରୀଙ୍କୁ ବ୍ୟକ୍ତିଗତ ହାଜର ହେବା ଲାଗି ପୂର୍ବ ଶୁଣାଣିରେ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ। ମୈତ୍ରୀ ସଂସଦ ପକ୍ଷରୁ ଆଗତ ମାମଲାକୁ ଆଇନଜୀବୀ ଅଜୟ କୁମାର ମହାନ୍ତି ପରିଚାଳନା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାରେ ହଇଚଇ! ଇରାନ ଉପରେ ଆକ୍ରମଣ ଯୋଜନା ଲିକ; ଏମାନଙ୍କୁ ଦାୟୀ କଲେ ଟ୍ରମ୍ପ…

ଓ୍ବାଶିଂଟନ,୪।୮: ଘଟଣାକ୍ରମ ପରେ, ଆମେରିକା ପୁଣି ଥରେ ଇରାନ ଉପରେ ଆକ୍ରମଣ ଯୋଜନା ବନ୍ଦ କରିଛି। ଟ୍ରମ୍ପ ଏହି ନିଷ୍ପତ୍ତି ପାଇଁ କାତାର ଏବଂ ୟୁଏଇର ମଧ୍ୟସ୍ଥତା…

ଗମ୍ଭୀର-କୋହଲି ବିବାଦ ଉପରେ ପୂର୍ବତନ ଅମ୍ପାୟାରଙ୍କ ବଡ଼ ବୟାନ, ‘ଏହା ଜରୁରୀ, ନଚେତ୍…’

ନୂଆଦିଲ୍ଲୀ,୪।୮: ପୂର୍ବତନ ଅନ୍ତର୍ଜାତୀୟ ଅମ୍ପାୟାର ଅନିଲ ଚୌଧୁରୀ ବିରାଟ କୋହଲିଙ୍କୁ ନେଇ ବଡ଼ ବୟାନ ଦେଇଛନ୍ତି । ସେ କହିଛନ୍ତି ଯେ କ୍ରିକେଟ୍‌ର ଆକର୍ଷଣ ଓ ରୋମାଞ୍ଚ…

‘ବିମାନ ବନ୍ଦରରୁ ସିଧା ଫାଶୀ ଖୁଣ୍ଟ…’, ହାସିନାଙ୍କ ବାଂଲାଦେଶ ପ୍ରତ୍ୟାବର୍ତ୍ତନକୁ ନେଇ ମିଳିଲାନି ଧମକ

ଢାକା,୪।୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ଅଗଷ୍ଟ 2024 ରୁ ଭାରତରେ ରହୁଛନ୍ତି; କ୍ଷମତାରୁ ବହିଷ୍କୃତ ହେବା ପରଠାରୁ ସେ ସେଠାରେ ରହିଛନ୍ତି। ସେ କହିଛନ୍ତି…

ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, କାହାକୁ କେଉଁ ଦାୟିତ୍ବ ଜାଣନ୍ତୁ

ଭୁବନେଶ୍ୱର,୪।୮(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ବରିଷ୍ଠ ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍‌) ଅଧିକାରୀସ୍ତରରେ ସୋମବାର ଅଦଳବଦଳ କରାଯାଇଛି। ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି…

ପ୍ରକୃତିର କୋପ; ବନ୍ୟାରେ ଭାସିଗଲା ୫୪ ବର୍ଷ ପୁରୁଣା ସେତୁ, ୯୦ ଜଣଙ୍କ ମୃତ୍ୟୁ ସହ ୧୦୯ ରାସ୍ତା ବନ୍ଦ

ଶିମଲା,୪।୮: ହିମାଚଳ ପ୍ରଦେଶରେ ଚଳିତ ବର୍ଷା ଋତୁରେ ବର୍ଷା ସମ୍ବନ୍ଧୀୟ ବିଭିନ୍ନ ଘଟଣାରେ ଏପର୍ଯ୍ୟନ୍ତ ୯୦ ଜଣ ପ୍ରାଣ ହରାଇଛନ୍ତି। ଶନିବାର କିନ୍ନୌରରେ ଜାତୀୟ ରାଜପଥ ୫…

ମାଛ ଯାଆଁଳ ନେବାକୁ କହି ଡକାୟତି, ଘରେ ପଶି ଲୁଟିନେଲେ ସୁନା ଗହଣା ସହ ଟଙ୍କା

ଭଦ୍ରକ,୪।୮(ସନାତନ ରାଉତ): ଭଦ୍ରକ ଗ୍ରାମଞ୍ଚଳ ଥାନା ଅନ୍ତର୍ଗତ ଜଗଦଳପୁର ପଞ୍ଚଯାତର ଜୁଡ଼ାଗଡିଆ ଗ୍ରାମରେ ଏକ ବଡ଼ ଧରଣର ଡ଼କାୟତି ହୋଇଛି । ଗ୍ରାମର ନିରଞ୍ଜନ ଶତପଥୀଙ୍କ ଘରକୁ…

ଇମୋଶନାଲ ହେଲେ ହିଟମ୍ୟାନ, କହିଲେ ‘ତୁମେ ଜଣେ ଲିଜେଣ୍ଡ’

ନୂଆଦିଲ୍ଲୀ,୪।୮: ପୂର୍ବତନ ଭାରତୀୟ ଅଧିନାୟକ ରୋହିତ ଶର୍ମାଙ୍କ ଟି. ଦିଲୀପଙ୍କୁ ବିଦାୟ ବାର୍ତ୍ତା ଭାଇରାଲ ହୋଇଛି। ଶୁଭଦୀପ ଘୋଷଙ୍କୁ ଏବେ ଦିଲୀପଙ୍କ ସ୍ଥାନରେ ଭାରତର ଫିଲ୍ଡିଂ ପ୍ରଶିକ୍ଷକ…

PM ମୋଦିଙ୍କୁ ଅଭିଜିତଙ୍କ ଚ୍ୟାଲେଞ୍ଜ! ଆପଣ ଡିଗ୍ରୀ ଦେଖାନ୍ତୁ, ମୁଁ ଦେଖାଇବି…

ଛତ୍ରପତି ସମ୍ଭାଜୀନଗର,୪।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯଦି ତାଙ୍କ ଶିକ୍ଷାଗତ ଡିଗ୍ରୀକୁ ସର୍ବସାଧାରଣରେ ଦେଖାନ୍ତି ତେବେ ଆମେରିକାରେ ପଢ଼ିବା ପାଇଁ କକ୍‌ରୋଚ ଜନତା ପାର୍ଟି (ସିଜେପି) ନେତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri