କାନ୍ଦବୋବାଳିରେ ଫାଟିପଡ଼ୁଛି SCB ପରିସର: ରୋଗୀଙ୍କୁ ଖୋଜୁଛନ୍ତି ସମ୍ପର୍କୀୟ

କଟକ,୧୬।୩: SCB ମେଡିକାଲରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୧୦ ରୋଗୀଙ୍କ ମୃତ୍ୟୁ ହୋଇଥିବାବେଳେ ୫ ରୋଗୀଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ଟ୍ରମା କେୟାର ICUରେ ଏହି ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡ ସମୟରେ ଟ୍ରମା କେୟାର ଆଇସିୟୁରେ ୨୩ ରୋଗୀ ଥିଲେ ବୋଲି ଜଣାପଡ଼ିଛି। ଅଗ୍ନିକାଣ୍ଡ ପରେ ICUରେ ସାଂଘାତିକ ସ୍ଥିତି ଉପୁଜିଛି। SCB ଆଗରେ କାନ୍ଦବୋବାଳି ପଡ଼ିଛି। ରୋଗୀଙ୍କୁ ଖୋଜୁଛନ୍ତି ସେମାନଙ୍କ ସମ୍ପର୍କୀୟ। ଜଣେ ରୋଗୀଙ୍କ ସମ୍ପର୍କୀୟ କହିଛନ୍ତି, ମୋ ବାପା ଆଇସିୟୁରେ ଥିଲେ, ରାତିରେ ହସ୍ପିଟାଲରେ ନିଆଁ ଲାଗିଗଲା ପରେ ମୋ ବାପାଙ୍କୁ ମୁଁ ଆଉ ପାଉ ନାହିଁ। ମୋ ବାପା କେମିତି ଅଛନ୍ତି, କେହି କିଛି କହୁ ନାହାନ୍ତି। ଅନ୍ୟ ଜଣେ ରୋଗୀଙ୍କ ବୃଦ୍ଧ ବାପା ଭୋ ଭୋ ହୋଇ କାନ୍ଦି କହିଛନ୍ତି, ମୋ ପୁଅ ଆଇସିୟୁରେ ଥିଲା। ସେ ବଞ୍ଚିଛି କି ମରିଛି ମୁଁ ଜାଣିନାହିଁ। ମୁଁ ତାକୁ ସବୁଆଡେ ଖୋଜିଲିଣି, ହେଲେ ମୁଁ ତାକୁ ପାଉନାହିଁ। ସେହିପରି ଜଣେ ମହିଳା କହିଛନ୍ତି, ମା ଛୁଆ ଦେହରୁ ଛୁଞ୍ଚି କାଢ଼ିଦେଲେ..ମୋ ଛୁଆ ଉପରେ ଅଛି ତାକୁ କେହି ଆଣିନାହାନ୍ତି। ମୋ ଛୁଆ କୁଆଡ଼େ ଗଲା ବୋଲି ପ୍ରଶ୍ନ କରିଛନ୍ତି।
SCB ଅଗ୍ନିକାଣ୍ଡ ପରେ ଘଟଣାସ୍ଥଳରେ ପହଞ୍ଚିଥିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଅଗ୍ନିକାଣ୍ଡ ସ୍ଥଳ ବୁଲି ଦେଖିବା ସହ ସ୍ବାସ୍ଥ୍ୟ ସଚିବଙ୍କ ସହ ଆଲୋଚନା କରିଥିଲେ। ମେଡିକାଲ ବୁଲି ଦେଖିବା ପରେ ସହାୟତା ଘୋଷଣା କରିଥିଲେ ମୁଖ୍ୟମନ୍ତ୍ରୀ। ମୃତକଙ୍କ ପରିବାରକୁ ୨୫ ଲକ୍ଷ କ୍ଷତିପୂରଣ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏହାସହ ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ଦେଇଥିଲେ ମୁଖ୍ୟମନ୍ତ୍ରୀ। ତଦନ୍ତ ରିପୋର୍ଟ ଆସିବା ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ। ବିଦ୍ୟୁତ ସର୍ଟସର୍କିଟ କାରଣରୁ ଅଗ୍ନିକାଣ୍ଡ ଘଟିଥିବା ଆଶଙ୍କା କରାଯାଉଛି।

 

Dharitri – Odisha’s No.1 Odia Daily

 

 


Enter your email to get our daily news in your inbox.

All Right Reserved By Dharitri.Com

ମାତ୍ର ୧୬ ରନ୍‌ କରି ପ୍ଲେୟର ଅଫ ଦି ମ୍ୟାଚ୍‌ ପୁରସ୍କାର ଜିତିଲେ ଶ୍ରେୟସ ଆୟର: ଉଠିଲା ପ୍ରଶ୍ନ

ନୂଆଦିଲ୍ଲୀ,୨୩।୯: ଭାରତ ଓ ଜାପାନ ମଧ୍ୟରେ ଐତିହାସିକ ଟି-୨୦ ମ୍ୟାଚ ଶେଷରେ ଖେଳାଯାଇଛି। ଏହି ମୁକାବିଲାକୁ ନେଇ ଆରମ୍ଭରୁ ଉତ୍ସାହ ରହିଥିଲା। ହେଲେ ବର୍ଷା ଯୋଗୁ ମ୍ୟାଚ୍‌କୁ…

ଅସଫଳତାକୁ ସ୍ବୀକାର

ବିଶ୍ୱକପ୍‌ ଫୁଟ୍‌ବଲ-୨୦୨୬ରେ ଆର୍ଜେଣ୍ଟିନାକୁ ହରାଇ ସ୍ପେନ୍‌ ଚାମ୍ପିୟନ ହେବା ଦୁଇମାସ ବିତିଗଲାଣି। ଭାରତରେ ଗୋଟେ ଚର୍ଚ୍ଚା ଚାଲିଛି ଆମ ଦେଶ କେବେ ଫୁଟ୍‌ବଲ ବିଶ୍ୱ ମଞ୍ଚରେ ଖେଳିବାକୁ…

ଥମୁନି ହାତୀ ମୃତ୍ୟୁ, ୩ ବର୍ଷରେ ମଲେଣି ୨୫୬: ପ୍ରାଣୀ ବିଶେଷଜ୍ଞଙ୍କ ଉଦ୍‌ବେଗ

ଭୁବନେଶ୍ୱର,୨୩ା୯(ରବିନାରାୟଣ ଜେନା):ରାଜ୍ୟରେ ହାତୀ-ମଣିଷ ଲଢ଼େଇ ଥମୁନାହିଁ। କେତେବେଳେ ହାତୀ ଖାଦ୍ୟ ଅନ୍ବେଷଣରେ ଜନବସତି ଆଡ଼କୁ ମୁହଁାଇବା ଯୋଗୁ ଲୋକଙ୍କ ରୋଶର ଶିକାର ହେଉଛନ୍ତି ତ’ ଆଉ କେତେବେଳେ…

୫୫ରୁ ୬୫ କିମି ବେଗରେ ବହିବ ପବନ: ଆଲର୍ଟ ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୩ା୯:ବଙ୍ଗୋପସାଗରରେ ସକ୍ରିୟ ଥିବା ଗଭୀର ଅବପାତ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତିକରି ବୁଧବାର ରାତି କିମ୍ବା ଗୁରୁବାର ସକାଳ ସୁଦ୍ଧା ବିଶାଖାପାଟଣାମ୍‌ ଓ ଗୋପାଳପୁର ମଧ୍ୟରେ ଉତ୍ତର ଆନ୍ଧ୍ରପ୍ରଦେଶ-ଦକ୍ଷିଣ…

ବିଶାଖାପାଟଣାମ୍‌-ଗୋପାଳପୁର ମଧ୍ୟରେ ଅତିକ୍ରମ କରିବ ଗଭୀର ଅବପାତ: କାଲିଠୁ ରାଜ୍ୟରେ ପବନ ସହ ଭୀଷଣ ବର୍ଷା, ୪ ଜିଲାକୁ…

ଭୁବନେଶ୍ୱର, ୨୨ା୯(ବନ୍ଦନା ସେଠୀ) – କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ଥିବା ଅବପାତ ମଙ୍ଗଳବାର ଅପରାହ୍ନ ୫ଟା ୩୦ରେ ଗଭୀର ଅବପାତରେ ପରିଣତ ହୋଇଛି। ସନ୍ଧ୍ୟା ସୁଦ୍ଧା ଏହା…

ଗଭୀର ଅବପାତ: ଗଞ୍ଜାମରେ ପ୍ରଶାସନର ହାଇ-ଆଲର୍ଟ, ୨୧୬ ଜଣ ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର

ଛତ୍ରପୁର, ୨୨।୯(ଦିଲ୍ଲୀପ ସାମଲ): ସମ୍ଭାବ୍ୟ ଗଭୀର ଅବପାତ ଓ ପ୍ରବଳ ବର୍ଷା ଜନିତ ବିପର୍ଯ୍ୟୟର ମୁକାବିଲା ପାଇଁ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ ସତର୍କତାମୂଳକ ପଦକ୍ଷେପ…

‘ଧରିତ୍ରୀ’ରେ ଖବର ପ୍ରସାରଣର ବଡ଼ ପ୍ରଭାବ: ଥୁଆମୂଳ ରାମପୁରରେ ଅଟକିଲା ବେଆଇନ ଦାଦନ ବସ୍, ୧୭ ହଜାରରୁ ଊର୍ଦ୍ଧ୍ୱ ଟଙ୍କା ଫାଇନ୍

ଥୁଆମୂଳ ରାମପୁର, ୨୨।୯(ଦୁର୍ଗା କୀର୍ତ୍ତି): ‘ଧରିତ୍ରୀ’ରେ ବେଆଇନ ଦାଦନ ଶ୍ରମିକ ଚାଲାଣ ସମ୍ପର୍କିତ ବିଶେଷ ଖବର ପ୍ରକାଶ ପାଇବା ପରେ ପ୍ରଶାସନିକ କଳ ତତ୍ପର ହୋଇଉଠିଛି। ଜିଲା…

୨ କିଲୋମିଟର ଘୋଷାଡ଼ି ନେଲା ପିକଅପ୍: ଅତାବିରାରେ ମର୍ମନ୍ତୁଦ ଦୁର୍ଘଟଣା, ଚାଲିଗଲା ଜଳଖିଆ ବ୍ୟବସାୟୀଙ୍କ ଜୀବନ

ଅତାବିରା, ୨୨।୯(ଯୁଧିଷ୍ଠିର ମହାପାତ୍ର): ସମ୍ବଲପୁର-ବରଗଡ଼ ୫୩ ନମ୍ବର ଜାତୀୟ ରାଜପଥର ଅତାବିରାରେ ମଙ୍ଗଳବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି। ମୃତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?