ଏସ୍‌ସିବିରେ ଖୁବ୍‌ଶୀଘ୍ର ହେବ ଯକୃତ ପ୍ରତିରୋପଣ

କଟକ ଅଫିସ,୩୦ା୯: କଟକସ୍ଥିତ ଏସ୍‌ସିବି ମେଡିକାଲ କଲେଜରେ ଖୁବ୍‌ଶୀଘ୍ର ଯକୃତ ପ୍ରତିରୋପଣ ଆରମ୍ଭ ହେବ। ଏଥିପାଇଁ ରୋଗୀଙ୍କୁ ଦେୟ ଦେବାକୁ ପଡ଼ିବ ନାହିଁ। ସମ୍ପୂର୍ଣ୍ଣ ସରକାରୀ ଖର୍ଚ୍ଚରେ ରୋଗୀଙ୍କଠାରେ ଯକୃତ ପ୍ରତିରୋପଣ କରାଯିବ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସ ଘୋଷଣା କରିଛନ୍ତି। ଏସ୍‌ସିବି ମେଡିକାଲରେ ଯକୃତ ଚିକିତ୍ସା ପାଇଁ ଉଦ୍ଦିଷ୍ଟ ହେପାଟୋଲୋଜି ବିଭାଗର ନୂତନ ଓପିଡିକୁ ସ୍ବାସ୍ଥ୍ୟମନ୍ତ୍ରୀ ଦାସ ଗୁରୁବାର ଉଦ୍‌ଘାଟନ କରିଛନ୍ତି। ଏସ୍‌ସିବି ମେଡିକାଲରେ ଉନ୍ନତ ସ୍ବାସ୍ଥ୍ୟସେବା ଯୋଗାଣ ଉପରେ ମନ୍ତ୍ରୀ ଗୁରୁତ୍ୱାରୋପ କରିଥିଲେ। ଏଥିସହ ରୋଗୀଙ୍କଠାରେ କରାଯାଉଥିବା ବିଭିନ୍ନ ପରୀକ୍ଷାନିରୀକ୍ଷାକୁ ବିଳମ୍ବିତ ନ କରାଇବା ପାଇଁ ଉପସ୍ଥିତ ଅଧିକାରୀମାନଙ୍କୁ ସେ ନିର୍ଦ୍ଦେଶ ଦେଇଥିଲେ। ଓଡ଼ିଶା ସମେତ ଭାରତର ଲୋକମାନେ ଏସ୍‌ସିବି ମେଡିକାଲ ଉପରେ ନିର୍ଭରଶୀଳ। ଏଠାରେ କାର୍ଯ୍ୟରତ ବିଭିନ୍ନ ଆଉଟସୋର୍ସିଂ ସଂସ୍ଥାର ଲୋକମାନେ ରୋଗୀ ଓ ସେମାନଙ୍କ ସମ୍ପର୍କୀୟଙ୍କୁ ଦୁର୍ବ୍ୟବହାର କରୁଥିବାର ଅଭିଯୋଗ ଆସୁଛି। ତେଣୁ ସେହି ସଂସ୍ଥାରେ କାର୍ଯ୍ୟରତ କର୍ମଚାରୀଙ୍କ ଆଧାରକାର୍ଡ, ଭୋଟର କାର୍ଡ ଓ ବ୍ୟାଙ୍କ ପାସ୍‌ ବୁକ୍‌ ଆଦି ତନଖିବାକୁ ମନ୍ତ୍ରୀ କହିଥିଲେ। ଯକୃତ ପ୍ରତିରୋପଣ ପାଇଁ ପଞ୍ଜିକୃତ ହୋଇଥିବା ରୋଗୀ ରୁଦ୍ର ନାରାୟଣ ପାଣିଙ୍କ ସହ ଆଲୋଚନା କରି ଚିକିତ୍ସାର ସମସ୍ତ ଖର୍ଚ୍ଚ ସରକାର ବହନ କରିବେ ବୋଲି ମନ୍ତ୍ରୀ ଆଶ୍ୱାସନା ଦେଇଥିଲେ। ୨୪୦ ଜଣ ରୋଗୀ ଯକୃତ ପ୍ରତିରୋପଣ ପାଇଁ ପଞ୍ଜିକୃତ ହୋଇଛନ୍ତି। ୩ ଜଣ ରୋଗୀ ଯକୃତ ଦାନ କରିବେ ବୋଲି ହେପାଟୋଲୋଜି ବିଭାଗର ମୁଖ୍ୟ ପ୍ରଫେସର ଡା. ଉମେଶ ଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି।
ସେହିପରି ଏସ୍‌ସିବି ମେଡିକାଲର ପ୍ଲାଷ୍ଟିକ ସର୍ଜରୀ ବିଭାଗ ଅଧୀନ ବର୍ନ ସେଣ୍ଟରର ୯ ଶଯ୍ୟା ବିଶିଷ୍ଟ ଆଇସିୟୁକୁ ସ୍ବାସ୍ଥ୍ୟମନ୍ତ୍ରୀ ଦାସ ଉଦ୍‌ଘାଟନ କରିଥିଲେ। ବିଭାଗୀୟ ମୁଖ୍ୟ ପ୍ରଫେସର ଡା. ବିଭୂତି ଭୂଷଣ ନାୟକ ପୋଡ଼ିଯାଇଥିବା ରୋଗୀଙ୍କ ଚିକିତ୍ସା ନିମନ୍ତେ ଏଠାରେ ଥିବା ବ୍ୟବସ୍ଥା ସମ୍ପର୍କରେ ମନ୍ତ୍ରୀଙ୍କୁ ଅବଗତ କରାଇଥିଲେ। ଏଥିସହ ମେଡିସିନ ବିଭାଗରେ ପ୍ରଥମଥର ପାଇଁ ନିର୍ମିତ କ୍ୟାବିନ ବ୍ଲକ ମଧ୍ୟ ମନ୍ତ୍ରୀ ଉଦ୍‌ଘାଟନ କରିଥିଲେ। ଏହି ବ୍ଲକ୍‌ରେ ୧୫ଟି ଶୀତତାପ ନିୟନ୍ତ୍ରିତ କ୍ୟାବିନ ରହିଥିବା ବିଭାଗୀୟ ମୁଖ୍ୟ ପ୍ରଫେସର ଡା. ଜୟନ୍ତ କୁମାର ପଣ୍ଡା କହିଛନ୍ତି। ଏହି କାର୍ଯ୍ୟକ୍ରମରେ ବିଧାୟକ ସୌଭିକ୍‌ ବିଶ୍ୱାଳ, ଡିଏମ୍‌ଇଟି ପ୍ରଫେସର ଡା. ରମାରମଣ ମହାନ୍ତି, ଯୁଗ୍ମ ଡିଏମ୍‌ଇଟି ପ୍ରଫେସର ବ୍ରଜ ଦାସ, ମେଡିକାଲ କଲେଜର ଡିନ୍‌ ଓ ଅଧ୍ୟକ୍ଷ ପ୍ରଫେସର ଡା. ପ୍ରସେନଜିତ୍‌ ମହାନ୍ତି, ସୁପରିଣ୍ଟେଣ୍ଡେଣ୍ଟ ପ୍ରଫେସର ଡା. ଲୁସି ଦାସ, ପ୍ରଶାସନିକ ଅଧିକାରୀ ଡ. ଅବିନାଶ ରାଉତଙ୍କ ସମେତ ବିଭିନ୍ନ ବିଭାଗର ପ୍ରଫେସରମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri