କଏଦ ହେଲା ବାଇକ୍‌ ଚୋରିର ଦୃଶ୍ୟ

କୋକସରା,୨୦।୩(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ଥାନା ଅଞ୍ଚଳରେ ବାଇକ୍‌ ଚୋରି ସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। କୋକସରା ସହର ୨୬ ନମ୍ବର ଜାତୀୟ ରାଜପଥ ଚିଲିଗୁଡା ନିକଟରେ ଥିବା ଏକ ହାର୍ଡୱେର ଦୋକାନ ସମ୍ମୁଖରୁ ଶୁକ୍ରବାର ସନ୍ଧ୍ୟାରେ ଏକ ବାଇକ୍‌ ଚୋରି ହୋଇଛି। ଏ ନେଇ ଦୋକାନ ମାଲିକ ରାଜୁ ଅଗ୍ରୱାଲ କୋକସରା ଥାନାରେ ଏକ ଅଭିଯୋଗ କରିଛନ୍ତି। ଅଭିଯୋଗକୁ ଭିତ୍ତି କରି ପୋଲିସ ସିସିଟିଭି ଯାଞ୍ଚ କରିଥିଲା। ଯାଞ୍ଚ ବେଳେ ବାଇକ୍‌ ଚୋରି ସମୟର ଦୃଶ୍ୟ ସିସିଟିଭିରେ କଏଦ ହୋଇଛି।

ସୂଚନା ଯୋଗ୍ୟ, ଗତ କିଛି ମାସ ହେଲା କୋକସରା ସହର ସାପ୍ତାହିକ ବଜାର ସମେତ ବିଭିନ୍ନ ସ୍ଥାନରୁ ବାଇକ୍‌ ଚୋରି ହେଉଥିବା ଥାନାରେ ଅଭିଯୋଗ ହୋଇଛି। ଏ ନେଇ ପୋଲିସ ପାଟ୍ରୋଲିଂକୁ କଡ଼ାକଡ଼ି କରିବାକୁ ସାଧାରଣରେ ଦାବି ହୋଇଛି। କୋକସରା ଥାନା ଅଧିକାରୀ ପ୍ରସନ୍ନ କୁମାର ବେହେରାଙ୍କୁ ପଚାରିବାରୁ ସିସିଟିଭି ଫୁଟେଜକୁ ନେଇ ପୋଲିସ ଘଟଣାର ତଦନ୍ତ ଜାରି ରହିଛି। ଖୁବ ଶିଘ୍ର ଅଭିଯୁକ୍ତଙ୍କୁ ଗିରଫ କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀଙ୍କୁ ଅଧ୍ୟାପକଙ୍କ ପ୍ରେମ ନିବେଦନ, ଅଡିଓ ଭାଇରାଲ୍‌ ପରେ ଚହଳ, ଥାନାରେ…

ଠାକୁରମୁଣ୍ଡା,୨୦ା୨(ତାରାକାନ୍ତ ପଟ୍ଟନାୟକ)- ଠାକୁରମୁଣ୍ଡା ଥାନା ଅଧୀନ ଏକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଜଣେ ନାବାଳିକା ଛାତ୍ରୀଙ୍କୁ ଜଣେ ଅଧ୍ୟାପକ ପ୍ରେମ ନିବେଦନ ସହ ଶାରୀରିକ ସମ୍ପର୍କ ପାଇଁ…

କାମ ସାରି ଫେରିବା ବେଳେ ଖଣ୍ଡା-କାତିରେ ଆକ୍ରମଣ କରି ହତ୍ୟା, ୮ଜଣଙ୍କୁ ଆଜୀବନ କାରାଦଣ୍ଡରେ…

ଛତ୍ରପୁର,୨୦ା୨(ଦିଲୀପ ସାମଲ)- ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଦୟାପଲ୍ଲୀ ଗ୍ରାମର ୨୦୧୨ର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଶୁକ୍ରବାର ପ୍ରକାଶ ପାଇଛି। ଛତ୍ରପୁର ଅତିରିକ୍ତ ଜିଲା…

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri