ଯୁଦ୍ଧର ଛାତିଥରା ଦୃଶ୍ୟ,ଅନେକଙ୍କ ଜୀବନ ଗଲାଣି, ମାଟି ତଳେ ଦବି ରହିଛନ୍ତି ୧୧ ଶହରୁ ଅଧିକ…

ମସ୍କୋ/କ୍ୱିଭ୍‌,୨୦।୩ : ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଲାଗିଥିବା ଯୁଦ୍ଧକୁ ୨୫ ଦିନ ବିତିଛି। ଏପର୍ଯ୍ୟନ୍ତ ଦୁଇ ଦେଶ ମଧ୍ୟରେ କୌଣସି ଶାନ୍ତି ବୁଝାମଣା ହୋଇନାହିଁ। ଏହି ସମୟରେ, ପ୍ରକାଶିତ ଏକ ରିପୋର୍ଟ ଅନୁଯାୟୀ, ଫେବୃଆରୀ ୨୪ଠାରୁ ଯୁଦ୍ଧ ଆରମ୍ଭ ଦିନଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ ୟୁକ୍ରେନରେ ୬୪ ପିଲାଙ୍କ ସମେତ ଅତି କମରେ ୮୪୭ ଜଣ ସାଧାରଣ ନାଗରିକଙ୍କ ମୃତ୍ୟୁ ଘଟିଛି।

ମିଳିତ ଜାତିସଂଘ ମାନବ ଅଧିକାର କାର୍ଯ୍ୟାଳୟ ଅନୁଯାୟୀ, ଫେବୃଆରୀ ୨୪ ତାରିଖଠାରୁ ଇତିମଧ୍ୟରେ ୟୁକ୍ରେନର ୨,୨୪୬ ସାଧାରଣ ନାଗରିକ ହତାହତ ହୋଇଛନ୍ତି। ସେଥି ମଧ୍ୟରେ ୮୪୭ ଜଣଙ୍କ ଜୀବନ ଯାଇଥିବାବେଳେ ୧,୩୯୯ ଜଣ ଆହତ ହୋଇଛନ୍ତି। ଜାତିସଂଘ ଏଜେନ୍ସି ଅନୁସାରେ ମୃତାହତଙ୍କ ପ୍ରକୃତ ସଂଖ୍ୟା ଏହାଠାରୁ ବହୁତ ଅଧିକ। ଯୁଦ୍ଧର ଛାତିଥରା ଦୃଶ୍ୟ ଏବେ ମାନବ ସମାଜକୁ ବ୍ୟଥିତ କରିବାରେ ଲାଗିଛି।

ମାରିଆପୋଲର ଡ୍ରାମା ଥିଏଟରର ଧ୍ୱଂସାବଶେଷରୁ ବର୍ତ୍ତମାନ ସୁଦ୍ଧା ୧,୧୦୦ ରୁ ଅଧିକ ଲୋକଙ୍କୁ ଉଦ୍ଧାର କରାଯାଇ ପାରିନାହିଁ। ସେମାନେ ମାଟି ତଳେ ଦବି ରହିଛନ୍ତି। ଥିଏଟରର ତଳ ମହଲାରେ ୧,୩୦୦ ଲୋକ ଆଶ୍ରୟ ନେଇଥିଲେ। ସେଥିମଧ୍ୟରୁ କେବଳ ୧୩୦ ଜଣଙ୍କୁ ଉଦ୍ଧାର କରାଯାଇଛି।

ଥିଏଟରଟି ସମ୍ପୂର୍ଣ୍ଣ ରୂପେ ଧ୍ୱଂସାବଶେଷରେ ପରିଣତ ହୋଇଛି। ସ୍ଥାନୀୟ ଜରୁରୀକାଳୀନ ସେବା ସହ ଜଡିତ ଲୋକଙ୍କ ଅନୁଯାୟୀ ଆକ୍ରମଣର ତିନି ଦିନ ପରେ ଶନିବାର ପର୍ଯ୍ୟନ୍ତ ଜାରି ରହିଥିବା ରିଲିଫ ଏବଂ ଉଦ୍ଧାର କାର୍ଯ୍ୟରେ ବିଶେଷ ସଫଳତା ମିଳିି ନାହିଁ। ଅଧିକାଂଶ ମହିଳା ଓ ଶିଶୁ ଥିଏଟରରେ ଲୁଚି ରହିଥିଲେ। ଏହା ଉପରେ ରୁଷିଆ ଯୁଦ୍ଧ ବିମାନ ବୋମା ମାଡ଼ କରିଥିଲା।

ପ୍ରିୟ ପରିଜନଙ୍କୁ ଖୋଜି ପାଉ ନଥିବା ଲୋକଙ୍କ ଆଖିରୁ ଲୁହ ବୋହିବା ସହିତ ମନରେ କୋହ ବଢ଼ିବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର: ଅକ୍ଟୋବର ୨୯ରୁ …

କଟକ,୨୯।୮: ଓଡ଼ିଶା ଲୋକସେବା ଆୟୋଗ (OPSC) ପକ୍ଷରୁ ଓଡ଼ିଶା ସିଭିଲ ସର୍ଭିସ (OCS) ମେନ୍ ପରୀକ୍ଷାର ତାରିଖ ଘୋଷଣା କରାଯାଇଛି। ଆସନ୍ତା ଅକ୍ଟୋବର ୨୯ ତାରିଖରୁ ନଭେମ୍ବର…

ନେପାଳରେ ବନ୍ୟା: ୟୁପିରୁ ମିଳିଲାଣି ୧୦ ମୃତଦେହ

ଲକ୍ଷ୍ନୌ,୨୯ା୮: ନେପାଳ ବନ୍ୟାରେ ଭାସିଆସିଥିବା ୧୦ ଜଣଙ୍କ ମୃତଦେହ ପୂର୍ବ ଉତ୍ତରପ୍ରଦେଶର ଗଣ୍ଡକ ନଦୀରୁ ମିଳିଛି। ମହାରାଜଗଞ୍ଜ ଏବଂ କୁଶିନଗର ଜିଲାରୁ ୨ ଦିନରେ ୧୦ ଜଣଙ୍କ…

ନେପାଳ ବନ୍ୟାରେ ସାଙ୍ଘାତିକ ଲୁଟ୍! ଭାସିଆସିଲା ସିନ୍ଦୁକ, ଲୁଟିନେଲେ ୯୨.୭ ଲକ୍ଷ! ମୃତଦେହରୁ ବି ଚୋରି ହେଲା…

କାଠମାଣ୍ଡୁ, ୨୯।୮: ନେପାଳରେ ସମ୍ପ୍ରତି ଆସିଥିବା ବିନାଶକାରୀ ବନ୍ୟା ମଧ୍ୟରେ କିଛି ଚାଞ୍ଜଲ୍ୟକର ଘଟଣା ସାମ୍ନାକୁ ଆସିଛି। ବନ୍ୟା ପାଣିରେ ଭାସିଆସିଥିବା ଏକ ସେଫ୍‌ (ସିନ୍ଦୁକ)ରୁ ଟଙ୍କା…

ଗ୍ଲେସିଅର୍ ତାଣ୍ଡବ ମଧ୍ୟରେ ଭାରତ ସାଜିଲା ଦେବଦୂତ! ପିଏମ୍ ମୋଦିଙ୍କୁ ‘ଉଦାର’ କହି କୃତଜ୍ଞତା ଜଣାଇଲେ ନେପାଳ ଅର୍ଥମନ୍ତ୍ରୀ!

କାଠମାଣ୍ଡୁ,୨୯।୮: ନେପାଳ-ତିବ୍ବତ ସୀମାରେ ହିମସ୍ଖଳନ ଏବଂ ଗ୍ଲେସିଅର୍ ଫାଟିବା ଯୋଗୁ ଆସିଥିବା ବିନାଶକାରୀ ବନ୍ୟା ନେପାଳରେ ଭୟଙ୍କର ତାଣ୍ଡବ ରଚିଛି। ଏହି ପ୍ରାକୃତିକ ବିପତ୍ତିରେ ବର୍ତ୍ତମାନ ସୁଦ୍ଧା…

ରୋଷେଇ ଘରେ ବିଷ? ଏଭରେଷ୍ଟ ହିଙ୍ଗୁ ଉପରେ FSSAIର ବ୍ୟାନ୍, ୩ ମସଲା ନେଇ ସାମ୍ନାକୁ ଆସିଲା ବଡ଼ ଜାଲିଆତି!

ନୂଆଦିଲ୍ଲୀ,୨୯।୮: ଭାରତୀୟ ଖାଦ୍ୟ ସୁରକ୍ଷା ଓ ମାନକ ପ୍ରାଧିକରଣ (FSSAI) ଗ୍ରାହକଙ୍କ ସ୍ୱାସ୍ଥ୍ୟ ସୁରକ୍ଷାକୁ ଦୃଷ୍ଟିରେ ରଖି ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ପ୍ରସିଦ୍ଧ ମସଲା…

NDAରେ ବଡ଼ ଫାଟ: କେନ୍ଦ୍ରମନ୍ତ୍ରୀଙ୍କ ଇସ୍ତଫା ମାଗିଲେ ଚିରାଗ ପାଶୱାନ, ଦିଲ୍ଲୀରେ ପଡିଲା ଚହଳ…

ନୂଆଦିଲ୍ଲୀ,୨୯।୮: NDAରେ ଦଳିତ ସଂରକ୍ଷଣକୁ ନେଇ ଫାଟ ସ୍ପଷ୍ଟ ଦେଖାଯାଉଛି। ଲୋକ ଜନଶକ୍ତି ପାର୍ଟି (ରାମବିଲାସ) ର ମୁଖ୍ୟ କେନ୍ଦ୍ରମନ୍ତ୍ରୀ ଚିରାଗ ପାଶୱାନ, ମୋଦି କ୍ୟାବିନେଟରେ ଥିବା…

ଗଣତନ୍ତ୍ରକୁ ସଶକ୍ତ କରିବା ପାଇଁ ଯୁବପିଢ଼ିଙ୍କୁ ଆହ୍ବାନ: ସଚେତନ ନାଗରିକ ହେବାକୁ ଛାତ୍ରୀଛାତ୍ରଙ୍କ ଶପଥ

ଭଞ୍ଜନଗର,୨୯ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଅନ୍ତର୍ଗତ ପିଏମ ସରକାରୀ ଉଚ୍ଚ ବିଦ୍ୟାଳୟ, ମୁଜାଗଡ଼ ଏବଂ କବିସମ୍ରାଟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, କୁଲାଡ଼ରେ ନିର୍ବାଚନ ସାକ୍ଷରତା…

ଭାରତ ପରି ପାକିସ୍ତାନରେ ବି ମିଳେ ମାଗଣା ରାସନ; ନଗଦ ଟଙ୍କାକୁ ଚାଉଳ,ଅଟା-ଚିନି…

ନୂଆଦିଲ୍ଲୀ,୨୯।୮: ଭାରତରେ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା (PMGKAY) ଅଧୀନରେ ପ୍ରାୟ ୮୦ କୋଟି ଲୋକଙ୍କୁ ମାଗଣା ରାସନ ମିଳିଥାଏ, ଯାହା ଉପରେ ସରକାର ବାର୍ଷିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri