ଓଡ଼ିଶା ସିଭିଲ ସର୍ଭିସେସ ପ୍ରିଲିମ ପରୀକ୍ଷା-୨୦୨୪ର ତାରିଖ ଘୋଷଣା

କଟକ,୧୮।୯: ଓଡ଼ିଶା ଲୋକସେବା ଆୟୋଗ (ଓପିଏସସି) ଓଡ଼ିଶା ସିଭିଲ ସର୍ଭିସେସ (ପ୍ରିଲିମ) ପରୀକ୍ଷା-୨୦୨୪ର ତାରିଖ ଘୋଷଣା କରିଛି। ପରୀକ୍ଷା ଅକ୍ଟୋବର ୧୨, ୨୦୨୫ରେ ବାଲେଶ୍ୱର, ବ୍ରହ୍ମପୁର, ଭୁବନେଶ୍ୱର, କଟକ, ଜୟପୁର ଓ ସମ୍ବଲପୁର ଏହି ଛଅଟି ଜୋନରେ ଅନୁଷ୍ଠିତ ହେବ।

ଆୟୋଗର ବିଜ୍ଞପ୍ତି ଅନୁଯାୟୀ, ପରୀକ୍ଷା ଦୁଇଟି ସିଟିଂରେ ହେବ: ପେପର-୧ ସକାଳ ୧୦:୦୦ରୁ ମଧ୍ୟାହ୍ନ ୧୨:୦୦ ପର୍ଯ୍ୟନ୍ତ ଏବଂ ପେପର-୨ ଅପରାହ୍ନ ୧:୩୦ରୁ ୩:୩୦ ପର୍ଯ୍ୟନ୍ତ। ଦିବ୍ୟାଙ୍ଗ (PwD) ଶ୍ରେଣୀର ପରୀକ୍ଷାର୍ଥୀଙ୍କୁ ପ୍ରତ୍ୟେକ ସିଟିଂରେ ଅତିରିକ୍ତ ୪୦ ମିନିଟ୍ ସମୟ ମିଳିବ।

ପ୍ରବେଶପତ୍ର ଓ ପରୀକ୍ଷାର୍ଥୀଙ୍କ ପାଇଁ ନିର୍ଦ୍ଦେଶାବଳୀ ଅକ୍ଟୋବର ୪, ୨୦୨୫ରୁ ଓପିଏସସିର ଅଫିସିଆଲ ୱେବସାଇଟ www.opsc.gov.in ରେ ଉପଲବ୍ଧ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ନିମ୍ନ ୧୦% ଲୋକଙ୍କ ବଢ଼ୁଛି ଖର୍ଚ୍ଚ କରିବା ଶକ୍ତି: ଭାରତରେ ହ୍ରାସ ପାଉଛି ଧନୀ-ଦାରିଦ୍ର୍ୟ ଅସମାନତା

ନୂଆଦିଲ୍ଲୀ,୩୦।୧: ଭାରତରେ ଗରିବ ଓ ଧନୀଙ୍କ ମଧ୍ୟରେ ଥିବା ବ୍ୟବଧାନ ଧୀରେ ଧୀରେ ହ୍ରାସ ପାଉଛି। ସଂସଦରେ ଆଗତ ୨୦୨୫-୨୬ ଆର୍ଥିକ ସର୍ଭେ ରିପୋର୍ଟରେ ଏହି ଖୁଲାସା…

ବରିଷ୍ଠ ନାଗରିକଙ୍କୁ ପୁରୀ ବୁଲାଇବେ ସରକାର: ଜାଣନ୍ତୁ କେତେ ବୟସ ହୋଇଥିବା ଆବଶ୍ୟକ

ଭୁବନେଶ୍ୱର,୩୦।୧: ବରିଷ୍ଠ ନାଗରିକଙ୍କୁ ପୁରୀ ବୁଲାଇବେ ରାଜ୍ୟ ସରକାର। ୬୦ରୁ ୭୫ ବର୍ଷ ବୟସ୍କ ଓ ବିଧବା ମହିଳାଙ୍କୁ ଜଗନ୍ନାଥ ଦର୍ଶନ କରାଇବେ। ଖୁବ୍‌ଶୀଘ୍ର ଆରମ୍ଭ ହେବାକୁ…

ସୁନା ବଜାରରେ ଐତିହାସିକ ହଲଚଲ: ଗୋଟିଏ ଦିନରେ ଭାରତ ଅର୍ଥନୀତିଠାରୁ ଅଧିକ ଟଙ୍କାର କାରବାର

ନୂଆଦିଲ୍ଲୀ,୩୦।୧: ବିଶ୍ୱ ବଜାରରେ ସୁନା ମୂଲ୍ୟ ଚଳିତ ସପ୍ତାହରେ ଅଭୂତପୂର୍ବ ସ୍ଥିତିର ସାମ୍ନା କରିଛି। କ୍ୟାପିଟାଲ ମାର୍କେଟ ପ୍ଲାଟଫର୍ମ ‘ଦି କୋବେସି ଲେଟର’ ବିଶ୍ଳେଷଣ ଅନୁଯାୟୀ, ସୁନାର…

ବଢ଼ୁଛି ବିଶ୍ୱ ତାପମାତ୍ରା: ସବୁଠାରୁ ଅଧିକ ପ୍ରଭାବିତ ହେବ ଭାରତ

ନୂଆଦିଲ୍ଲୀ,୩୦।୧: ଜଳବାୟୁ ପରିବର୍ତ୍ତନ କାରଣରୁ ଗଭୀର ପ୍ରଭାବିତ ହେବ ଭାରତ। ତାପମାତ୍ରା ବୃଦ୍ଧି ଯୋଗୁଁ ଆଗାମୀ ଦଶନ୍ଧିମାନଙ୍କରେ ବିଶ୍ୱର କୋଟି କୋଟି ଲୋକ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହର…

ବିଧାୟକଙ୍କ ଦରମା ବୃଦ୍ଧି ବିଲ୍‌ର ହୋଇପାରେ ପୁନଃବିଚାର

ଭୁବନେଶ୍ୱର,୩୦ା୧: ବିଧାୟକଙ୍କ ଦରମା ବୃଦ୍ଧି ବିଲ୍‌ ଉପରେ ଆସନ୍ତା ଅଧିବେଶନରେ ପୁନଃବିଚାର ହୋଇପାରେ। ଏନେଇ ସୂଚନା ଦେଇଛନ୍ତି କମିଟି ଅଧ୍ୟକ୍ଷ ଭାସ୍କର ମଢ଼େଇ। ସେ କହିଛନ୍ତି, ପୁନଃବିଚାର…

ଖୁବ୍‌ଶୀଘ୍ର ଖୁଲାସା ହେବ ନବ ଦାସ ହତ୍ୟା ମାମଲା, ମନ୍ତ୍ରୀ କହିଲେ ଦୀପାଳିଙ୍କ ମନ୍ତବ୍ୟ ଦେଖି…

ଭୁବନେଶ୍ୱର,୩୦ା୧: ବହୁ ଚର୍ଚ୍ଚିତ ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟା ମାମଲାର ଖୁବ୍‌ଶୀଘ୍ର ଖୁଲାସା ହେବ। ନବଙ୍କ ଝିଅ ଦୀପାଳି ଦାସଙ୍କ ବୟାନ ଉପରେ ଆଇନ ମନ୍ତ୍ରୀ…

ଭୁବନେଶ୍ୱର ଆସିଲା ରାଉରକେଲାରେ କ୍ରାଶ ହୋଇଥିବା ବିମାନ ଇଞ୍ଜିନ, ଏହା ପରେ ସିଧାସଳଖ ଯିବ…

ଭୁବନେଶ୍ୱର,୩୦ା୧: ରାଉରକେଲାରେ କ୍ରାଶ ହୋଇଥିବା ବିମାନର ଇଞ୍ଜିନ ଭୁବନେଶ୍ୱର ଆସିଛି। ଏହା ପରେ ଭୁବନେଶ୍ୱରରୁ ବିମାନ ଇଞ୍ଜିନ ସିଧାସଳଖ କାନାଡ଼ା ଯିବାନେଇ ସୂଚନା ମିଳିଛି। ବିମାନ ଇଞ୍ଜିନ…

ହଠାତ୍‌ ହଜାର ହଜାର ଟଙ୍କା କମିଗଲା ସୁନା ଦର: ରୁପା ଦର୍‌ରେ ବି ଲାଗିଲା ବ୍ରେକ୍‌

ନୂଆଦିଲ୍ଲୀ,୩୦।୧: କ୍ରମାଗତ ଭାବରେ ବୃଦ୍ଧି ପାଉଥିବା ସୁନା ଏବଂ ରୁପା ମୂଲ୍ୟରେ ବ୍ରେକ୍‌ ଲାଗିଛି। ୧୦ ଗ୍ରାମ ୨୪ କ୍ୟାରେଟ ସୁନାର ମୂଲ୍ୟ ପ୍ରାୟ ୮,୦୦୦ ହ୍ରାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri