ଅନୁସୂଚିତ ଜାତି-ଜନଜାତି ବିଦ୍ୟାଳୟରେ କେବଳ ଭିତ୍ତିଭୂମି ନୁହେଁ, ଉନ୍ନତମାନର ଶିକ୍ଷା ଦିଆଯିବା ଆବଶ୍ୟକ

ବାଲିଗୁଡା,୧୩।୨:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ୯ଟି ବ୍ଲକରେ ରହିଥିବା ଅନୁସୂଚିତ ଜାତି ଓ ଜନଜାତି ମଙ୍ଗଳ ବିଭାଗ ଦାରା ପରିଚାଳିତ ବିଦ୍ୟାଳୟରେ କେବଳ ଭିତ୍ତିଭୂମି ନୁହେଁ, ଛାତ୍ରୀଛାତ୍ରମାନଙ୍କ ନିମନ୍ତେ ପ୍ରଦାନ କରାଯାଉଥିବା ଖାଦ୍ୟ, ପୋଷାକ ଓ ସେମାନଙ୍କୁ କିଭଳି ଉନ୍ନତ ମାନର ଶିକ୍ଷା ପ୍ରଦାନ କରାଯାଇ ପାରିବ ସେ ସମ୍ପର୍କରେ ଏକ ତ୍ରୟମାସିକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି ।
ଏହା ସହ ନୂଆ ହଷ୍ଟେଲ ନିର୍ମାଣ, ହଷ୍ଟେଲର ପୁନଃ ନିର୍ମାଣ, ପାନୀୟ ଜଳ ସମସ୍ୟା ଦୂର କରିବା ଭଳି ବିଭିନ୍ନ ଅଭାବ ଅସୁବିଧା ଉପରେ ଆଲୋଚନା କରଯାଇଥିଲା। ସମନ୍ବିତ ଆଦିବାସୀ ଉନୟନ ସଂସ୍ଥା ପ୍ରକଳ୍ପ ପ୍ରଶାସକ ଗଦାଧର ପାତ୍ରଙ୍କ କାର୍ଯ୍ୟାଳୟରେ ଅନୁଷ୍ଠିତ ଏହି ବୈଠକରେ ଉପଖଣ୍ଡ ମଙ୍ଗଳ ଅଧିକାରୀ ବିଭୀଷଣ ଭୋଇ, ଉମେଶ ଚନ୍ଦ୍ର ପ୍ରଧାନ, ବିଭାଗୀୟ ସହକାରୀ ଅଧିକ୍ଷଣ ଯନ୍ତ୍ରୀ ବୈକୁଣ୍ଠ ବେହେରା, ସହକାରୀ ଯନ୍ତ୍ରୀ କବିରାଜ ବେହେରା,ପବିତ୍ର ସାହୁ,ବୁଦ୍ଧି ରାମ ମୁର୍ମୁଙ୍କ ସମେତ ସମସ୍ତ ବ୍ଲକର ମଙ୍ଗଳ ସଂପ୍ରସାରଣ ଅଧିକାରୀ ବୁରୁମାଝି ପଡ୍ରା, ଦୀପକ କୁମାର ସିଂ, ଉର୍ମିଳା ପ୍ରଧାନ, ରୋଷାଳିନୀ ନାୟକ, ଆୟୁସୀ ପ୍ରଧାନ, ଦୀପକ କୁମାର କୁଆଁର ପ୍ରମୁଖ ଯୋଗ ଦେଇଥିଲେ।
ପ୍ରକଳ୍ପ ପ୍ରଶାସକ ଗଦାଧର ପାତ୍ର କହିଛନ୍ତି ଯେ, ବିଦ୍ୟାଳୟ ଓ ହଷ୍ଟେଲ ଗୁଡିକର ଭିତ୍ତିଭୂମିକୁ ସୁଦୃଢ କରିବା ସହ ଉନ୍ନତ ମାନର ଶିକ୍ଷା ପ୍ରଦାନ ସହ ଖାଦ୍ୟ ପ୍ରଦାନ, ସ୍ବଚ୍ଛତା ପରିବେଶ, ପାଣି ସମସ୍ୟା ଦୂର, ସମେତ ଭିତ୍ତି ଭୂମି ଉପରେ ଗୁରୁତ୍ୱ ପ୍ରଦାନ କରାଯିବା ପାଇଁ ନିଷ୍ପତ୍ତି ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସାଙ୍ଗମାନଙ୍କ ସହ ଯାଇଥିଲେ ହୋଲି ଖେଳି, ଫେରିଲେନି ଘରକୁ …

ଗଞ୍ଜାମ,୧୬।୩: ଗଞ୍ଜାମ ଜିଲା ପୋଡମପେଟା ଗାଁ ନିକଟ ସମୁଦ୍ର କୂଳରେ ଏକ ଅଘଟଣ ଘଟିଛି। ହୋଲି ଖେଳି ସମୁଦ୍ରରେ ଗାଧୋଇବା ବେଳେ ପାଣିରେ ବୁଡି ଜଣେ...

ସାପକୁ କଚାଡି ମାରିଲେ, ପରେ ସାଙ୍ଗରେ ନେଇ ପହଁଚିଲେ ମେଡିକାଲ

ଉଦଳା,୧୬।୩(ସନ୍ତୋଷ କୁମାର ବାଛିନି): ସାପକୁ କଚାଡି ମାରିଲେ ଆଉ ସାପକୁ ନେଇ ସାଙ୍ଗରେ ପହଁଚିଲେ ମେଡିକାଲ। ଯୁବକଙ୍କୁ କାମୁଡ଼ିଲା ନାଗ ସାପ। ୩ ରୁ ୪...

ଅଙ୍ଗୁର ଗାଡିକୁ ପିଟିଲା ଟ୍ରକ: ଯେତେ ପାରିଲେ ବୋହିନେଲେ

ଯାଜପୁର,୧୬।୩: ଯାଜପୁର କୁଆଖିଆ ନିକଟରେ ରବିବାର ସକାଳୁ ସକାଳୁ ଘଟିଛି ଏଦ ସଡ଼କ ଦୁର୍ଘଟଣା। ଏକ ଅଙ୍ଗୁର ବୋଝେଇ ଗାଡିକୁ ପିଟିଲା ଆଉ ଏକ ଟ୍ରକ।...

ଚିକିତ୍ସାଧୀନ ଅବସ୍ଥାରେ ଅଙ୍ଗନୱାଡିି କର୍ମୀଙ୍କ ପରଲୋକ

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୬ ନଂ ୱାର୍ଡ ନିମନ୍ତେ ନିଯୁକ୍ତ ଅଙ୍ଗନୱାଡିି କର୍ମୀ ଟିକିନା ମେକାପଙ୍କ ଅକାଳ ଦେହାନ୍ତ ହୋଇଛି।...

ଶ୍ରୀମନ୍ଦିର ଭିତରେ ପଶିଲା ସ୍ପାଏ କ୍ୟାମେରା: ଯୁବକଙ୍କୁ ଗିରଫ ପରେି ଜେରା

ପୁରୀ,୧୬।୩: ଶ୍ରୀମନ୍ଦିର ଭିତରେ ପଶିଲା ସ୍ପାଏ କ୍ୟାମେରା। ସ୍ପାଏ କ୍ୟାମେରାରେ ସୁଟିଂ ବେଳେ ଜଣେ ଯୁବକଙ୍କୁ ଗିରଫ କରାଯାଇଛି। ସେ ହେଲେ ୨୬ ବର୍ଷୀୟ ଭାସ୍କର...

ରାଜନୈତିକ ବିବାଦ: ପ୍ରଦୀପ ପାଣିଗ୍ରାହୀଙ୍କ ପ୍ରତିନିଧିଙ୍କୁ ଆକ୍ରମଣ କଲେ ସରପଞ୍ଚଙ୍କ ସମର୍ଥକ

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଏମପି ପ୍ରଦୀପ ପାଣିଗ୍ରାହୀଙ୍କ ପ୍ରତିନିଧିଙ୍କୁ ଆକ୍ରମଣ। ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗଡଗୋବିନ୍ଦପୁର ପଞ୍ଚାୟତର ପୂର୍ବତନ ସରପଞ୍ଚ ତଥା ବ୍ରହ୍ମପୁର ଏମପି...

ଗୁଣିଗାରେଡ଼ି ସନ୍ଦେହ: ନାବାଳକଙ୍କ ଛୁରାମାଡ଼ରେ ଜଣେ ଗୁରୁତର

ରେଢ଼ାଖୋଲ,୧୩।୧୬: ଗୁଣିଗାରେଡ଼ି ସନ୍ଦେହରେ ଛୁରାମାଡ଼ରେ ଜଣେ ଗୁରୁତର ହୋଇଛନ୍ତି। ଏଭଳି ଅଭାବନୀୟ ଘଟଣା ଘଟିଛି ସମ୍ବଲପୁର ଜିଲା ଚାରମାଳ ଅଞ୍ଚଳରେ। ସବୁଠୁ ବଡ଼କଥା ହେଲା ଜଣେ...

ରକ୍ତରେ ଖେଳିଲେ ହୋଲି: ଗୋଟିଏ ଦିନରେ ଗଡ଼ିଲା ୬ ମୁଣ୍ଡ

ଭୁବନେଶ୍ୱର,୧୬।୩: ପବିତ୍ର ରଙ୍ଗର ପର୍ବ ହୋଲିରେ ରକ୍ତର ହୋଲି ଖେଳିଲେ ହତ୍ୟାକାରୀ । ରଙ୍ଗ ବଦଳରେ ବୋହିଲା ରକ୍ତ । ରାଜ୍ୟର ୫ ପ୍ରମୁଖ ସହରରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri