
ସ୍କିଜୋଫ୍ରେନିୟା ମହିଳାମାନଙ୍କ ଅପେକ୍ଷା ପୁରୁଷମାନଙ୍କଠାରେ ଏହା ଅଧିକ ଦେଖାଯାଇଥାଏ ବୋଲି ଏକ ସର୍ଭେରୁ ଜଣାପଡ଼ିଛି। ଟୋକିଓ ବିଶ୍ୱବିଦ୍ୟାଳୟର ମନୋବିଜ୍ଞାନୀମାନେ ଏକ ସର୍ଭେ କରି ଏକଥା ଜାଣିପାରିଥିଲେ। ସେମାନଙ୍କ ଦ୍ୱାରା ପ୍ରକାଶିତ ରିପୋର୍ଟରେ ଉଲ୍ଲେଖ କରାଯାଇଛି ଯେ, ସ୍କିଜୋଫ୍ରେନିୟା ମୁଖ୍ୟତଃ ୧୫-୩୫ ବର୍ଷ ଭିତରେ ଆରମ୍ଭ ହୋଇଥାଏ। ଏଭଳି ସ୍ବାସ୍ଥ୍ୟ ସମସ୍ୟାର ସମ୍ମୁଖୀନ ହେଲେ ପ୍ରାରମ୍ଭିକ ଅବସ୍ଥାରେ ରୋଗୀ ଏକୁଟିଆ ରହିବାକୁ ପସନ୍ଦ କରେ। ସେ ନିଜର ଦୈନନ୍ଦିନ କାର୍ଯ୍ୟକୁ ଠିକ୍ ଭାବେ କରିପାରେ ନାହିଁ। ମନରେ ସବୁବେଳେ ଡର ଓ ଭୟର ଭାବନା ଦେଖାଯାଇଥାଏ। ରୋଗୀ କିଛି କାରଣ ନ ଥାଇ କଥା ଶୁଣାଯାଉଛି ଓ ଶୂନ୍ୟବାଣୀ ହେଉଛି ବୋଲି କହିଥାଏ। ରୋଗୀମାନେ ବେଳେବେଳେ ଏ ସବୁ ଅନୁଭବ ପ୍ରତି ପ୍ରତିକ୍ରିୟା ପ୍ରକାଶ କରନ୍ତି। କିଛି ରୋଗୀ ଆତ୍ମହତ୍ୟା କରିବାକୁ ଉଦ୍ୟମ ମଧ୍ୟ କରିଥାନ୍ତି। ମସ୍ତିଷ୍କରେ ମୁଖ୍ୟତଃ ଡୋପାମିନ ନାମକ ରାସାୟନିକ ପଦାର୍ଥର ମାତ୍ରା ବୃଦ୍ଧି ଯୋଗୁ ଏହି ରୋଗ ହୋଇଥାଏ।