Posted inଜାତୀୟ

ଆତଙ୍କବାଦୀଙ୍କ ପିଲାଙ୍କୁ ସ୍କଲାରଶିପ୍‌: ଅଣାଯିବ ନୂଆ ସରେଣ୍ଡର ଯୋଜନା

ଶ୍ରୀନଗର, ୯।୭: ଦେଶରେ ଆତଙ୍କବାଦକୁ ହଟାଇବା ଏବଂ ଆତଙ୍କବାଦୀଙ୍କୁ ସମାଜରେ ମୁଖ୍ୟସ୍ରୋତରେ ସାମିଲ କରିବା ଲାଗି ସରେଣ୍ଡର ଯୋଜନା ପ୍ରଣୟନ କରାଯାଇଛି। ଏହି ଯୋଜନା ୧୯୯୫ଠାରୁ ଲାଗୁ ହୋଇଛି। ଚଳିତ ବର୍ଷ ଜୁନ୍‌ ୨୫ରେ ଲ୍ୟୁଟନାଣ୍ଟ୍‌ ଗଭର୍ନର ଜି.ସି ମୁର୍ମୁଙ୍କ ଅଧ୍ୟକ୍ଷତାରେ ହୋଇଥିବା ଏକ ବୈଠକରେ ପୁଣି ସରେଣ୍ଡର ଯୋଜନା ଆରମ୍ଭ କରାଯିବା ନେଇ ପ୍ରସ୍ତାବ ଆଗତ ହୋଇଛି। ଏହାଦ୍ୱାରା କୌଣସି କାରଣରୁ ଆତଙ୍କବାଦୀ ସଂଗଠନ ସହିତ ଜଡ଼ିତ ହୋଇଥିବା ବ୍ୟକ୍ତି ବିଶେଷ ପୁଣି ଘରକୁ ବାହୁଡ଼ି ସମ୍ମାନ ଜନକ ଜୀବନ ବଞ୍ଚି ପାରିବେ। ସେହିପରି ଏବେ କେନ୍ଦ୍ର ସରକାରଙ୍କ ପକ୍ଷରୁ ଆତଙ୍କବାଦୀଙ୍କ ପିଲାଙ୍କ ପାଇଁ ସ୍କଲାରଶିପ୍‌ ଦେବାକୁ ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଏହାକୁ ନେଇ ବିବାଦ ଦେଖାଦେଇଛି। ତେବେ ଏହାର ସମାଧାନ ପାଇଁ ଉଦ୍ୟମ ଜାରି ରହିଛି। ୨୦୨୦ ଜାନୁୟାରୀରୁ ଜୁନ୍‌ ମଧ୍ୟରେ ୧୧୮ ଆତଙ୍କବାଦୀଙ୍କର ଏନ୍‌କାଉଣ୍ଟରରେ ମୃତ୍ୟୁ ଘଟିଛି। ସେହିପରି ୧୫ ସାଧାରଣ ଲୋକଙ୍କର ସର୍ଚ୍ଚ ଅପରେଶନ୍‌ ସମୟରେ ମୃତ୍ୟୁ ହୋଇଛି। ଅପରପକ୍ଷରେ ଏହି ସମୟ ମଧ୍ୟରେ ୬୭ ଜଣ ଆତଙ୍କବାଦୀ ସଂଗଠନରେ ଯୋଗଦେଇଛନ୍ତି। ସେମାନଙ୍କ ମଧ୍ୟରୁ ୨୪ ଜଣଙ୍କର ଏନ୍‌କାଉଣ୍ଟରରେ ମୃତ୍ୟୁ ଘଟିଛି। ୧୨ ନୂଆ ଆତଙ୍କବାଦୀଙ୍କୁ ଗିରଫ କରାଯାଇଛି। ସେହିପରି ଏହି ସମୟ ମଧ୍ୟରେ ଆତଙ୍କବାଦୀଙ୍କୁ ସହାୟତା କରୁଥିତ୍ତ୍ତ୍ବା ୩୦୯ ଜଣଙ୍କୁ ଗିରଫ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri