ଛାତ୍ରବୃତ୍ତି, ସୁମଙ୍ଗଳ ପୋର୍ଟାଲ ଉନ୍ମୋଚିତ

ଭୁବନେଶ୍ୱର,୨୮ା୧୦(ବ୍ୟୁରୋ): ସରକାରୀ ଛାତ୍ରବୃତ୍ତି ପାଇଁ ଛାତ୍ରୀଛାତ୍ରମାନଙ୍କୁ ଏବେ ବିଭିନ୍ନ ବିଭାଗର ଭିନ୍ନ ଭିନ୍ନ ପୋର୍ଟାଲ ବ୍ୟବହାର କରିବାକୁ ପଡ଼ିବ ନାହିଁ। ମାତ୍ର ଗୋଟିଏ ପୋର୍ଟାଲ www.scholarship.odisha.gov.inରେ କ୍ଲିକ୍‌ କରି ପିଲାମାନେ ସେମାନଙ୍କ ଛାତ୍ରବୃତ୍ତି ପାଇଁ ଆବେଦନ କରିପାରିବେ। ଏହାଦ୍ୱାରା ରାଜ୍ୟର ୧୧ ଲକ୍ଷରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ଉପକୃତ ହେବେ। ରାଜ୍ୟ ସରକାରଙ୍କ ୫-ଟି କାର୍ଯ୍ୟକ୍ରମରେ ଛାତ୍ରବୃତ୍ତି ପୋର୍ଟାଲ ଓ ସୁମଙ୍ଗଳ ପୋର୍ଟାଲର ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭାରମ୍ଭ ଅବସରରେ ଏନେଇ ସୂଚନା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ବୈଷୟିକ ବିଦ୍ୟାର ପ୍ରୟୋଗ ଦ୍ୱାରା ହିଁ ସାଧାରଣ ଲୋକଙ୍କୁ ଦକ୍ଷତା ଓ ସ୍ବଚ୍ଛତାର ସହ ଠିକ୍‌ ସମୟରେ ଉତ୍କୃଷ୍ଟ ସେବା ଯୋଗାଇ ଦିଆଯାଇ ପାରିବ। ସାଧାରଣ ଲୋକଙ୍କ ଜୀବନରେ ପରିବର୍ତ୍ତନ ପାଇଁ ବୈଷୟିକ ବିଦ୍ୟାର ବ୍ୟାପକ ପ୍ରୟୋଗ ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱାରୋପ କରିଛନ୍ତି। ରାଜ୍ୟ ସରକାରଙ୍କ ୬ଟି ବିଭାଗ ଅଧୀନରେ ୨୧ ଛାତ୍ର ବୃତ୍ତି ପ୍ରଦାନ କରାଯାଉଛି। ଏବେ ଏକକ ପୋର୍ଟାଲ ଦ୍ୱାରା ବୃତ୍ତି ପ୍ରଦାନ କରୁଥିବା ସରକାରୀ ବିଭାଗ ଓ ଆଶାୟୀ ଛାତ୍ରୀଛାତ୍ରମାନଙ୍କ ମଧ୍ୟରେ ଦୂରତ୍ୱ କମିଯିବ। ସେମାନେ ଘରେ ବସି ସୁବିଧାରେ ଆବେଦନ କରିପାରିବେ ଏବଂ ନିର୍ଦ୍ଦିଷ୍ଟ ସମୟରେ ବୃତ୍ତି ପାଇ ପାରିବେ। ଅନୁସୂଚିତ ଜାତି ଓ ଜନଜାତି, ଅନ୍ୟାନ୍ୟ ପଛୁଆବର୍ଗ, ସାମାଜିକ ଓ ଶିକ୍ଷାଗତ ଭାବେ ପଛୁଆ ବର୍ଗ ଶ୍ରେଣୀର ଛାତ୍ରୀଛାତ୍ରମାନେ ଏହି ବୃତ୍ତିର ସୁବିଧା ପାଇବାରେ ସର୍ବାଗ୍ରେ ରହୁଥିବାରୁ ମୁଖ୍ୟମନ୍ତ୍ରୀ ଖୁସି ବ୍ୟକ୍ତ କରିଛନ୍ତି। ଦୁର୍ବଳ ଶ୍ରେଣୀର ପିଲାମାନଙ୍କୁ ଶିକ୍ଷା ସୁବିଧା ଯୋଗାଇବାରେ ରାଜ୍ୟ ସରକାର ପ୍ରାଥମିକତା ଦେଇଆସିଛନ୍ତି। ଅନୁସୂଚିତ ଜାତି ଓ ଜନଜାତି ବିଭାଗ, ଉଚ୍ଚଶିକ୍ଷା ବିଭାଗ, ସ୍କୁଲ ଓ ଗଣଶିକ୍ଷା ବିଭାଗ, ଶ୍ରମ ଓ କର୍ମଚାରୀ ବୀମା ବିଭାଗ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ଏବଂ କୃଷି ବିଭାଗର ସମସ୍ତ ବୃତ୍ତି କାର୍ଯ୍ୟକ୍ରମ ଏହି ପୋର୍ଟାଲରେ ପରିଚାଳିତ ହେବ। ରାଜ୍ୟ ଟ୍ରେଜେରି ସହିତ ଏହି ପୋର୍ଟାଲକୁ ଲିଙ୍କ୍‌ କରାଯାଇଥିବାରୁ ଛାତ୍ରୀଛାତ୍ରଙ୍କ ବ୍ୟାଙ୍କ ଆକାଉଣ୍ଟରେ ବୃତ୍ତି ରାଶି ସିଧାସଳଖ ଜମା ହୋଇପାରିବ।
ସେହିପରି ସୁମଙ୍ଗଳ ପୋର୍ଟାଲ ଉନ୍ମୋଚନ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ଆନ୍ତଃ ଜାତି ବିବାହ ଦ୍ୱାରା ସାମାଜିକ ଏକତା ବଢ଼ିବା ସହ ଜାତିଗତ ଭେଦଭାବ ହ୍ରାସ ହେବ। ସମାଜରେ ସମାନତା ଓ ଶାନ୍ତିପୂର୍ଣ୍ଣ ସହାବସ୍ଥାନ ବୃଦ୍ଧି ହେବ। ସୁମଙ୍ଗଳ ପୋର୍ଟାଲ ଏ ଦିଗରେ ବହୁ ପରିମାଣରେ ସହାୟକ ହେବ। ସୁମଙ୍ଗଳ ପୋର୍ଟାଲ www.sumangaା.odisha.gov.inରେ ଆବେଦନ କଲେ ଆନ୍ତଃ ଜାତି ବିବାହ କରିଥିବା ଯୋଗ୍ୟ ହିତାଧିକାରୀ ୬୦ ଦିନରେ ପ୍ରୋତ୍ସାହନ ରାଶି ଆକାରରେ ଅଢ଼େଇ ଲକ୍ଷ ଟଙ୍କା ପାଇପାରିବେ। ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ଅନୁସୂଚିତ ଜାତି ଓ ଜନଜାତି ମନ୍ତ୍ରୀ ଜଗନ୍ନାଥ ସାରକା କହିଛନ୍ତି, କେବଳ ଏହି ବିଭାଗରେ ୬ ଲକ୍ଷ ଛାତ୍ରୀଛାତ୍ର ବୃତ୍ତିର ସୁବିଧା ପାଉଛନ୍ତି। ୫-ଟି କାର୍ଯ୍ୟକ୍ରମ ବ୍ୟାପକ ପରିବର୍ତ୍ତନର ସୁଯୋଗ ଆଣିଛି ବୋଲି କହିଥିଲେ। କାର୍ଯ୍ୟକ୍ରମରେ ବିଭାଗୀୟ ସଚିବ ରଞ୍ଜନା ଚୋପ୍ରା ସ୍ବାଗତ ଭାଷଣ ଦେଇଥିବା ବେଳେ ଉଚ୍ଚଶିକ୍ଷା ସଚିବ ଶାଶ୍ୱତ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ। ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ମୁଖ୍ୟ ପରାମର୍ଶଦାତା ଆର. ବାଲକ୍ରିଷ୍ଣନ, ମୁଖ୍ୟ ଶାସନ ସଚିବ ଅସିତ କୁମାର ତ୍ରିପାଠୀ, ଉନ୍ନୟନ କମିଶନର ସୁରେଶ ଚନ୍ଦ୍ର ମହାପାତ୍ର, କୃଷି ସଚିବ ସୌରଭ ଗର୍ଗ, ସ୍କୁଲ ଓ ଗଣଶିକ୍ଷା ବିଭାଗ ସଚିବ ସତ୍ୟବ୍ରତ ସାହୁ ଏବଂ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ପ୍ରମୁଖ ଉପସ୍ଥିତ ଥିଲେ। ଏହି କାର୍ଯ୍ୟକ୍ରମରେ ବିଭିନ୍ନ ଜିଲାର ଜିଲାପାଳ ଓ ସମ୍ପୃକ୍ତ ବିଭାଗର ଅଧିକାରୀମାନେ ଅଂଶଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସରିସରି ଯାଉଛି ପଞ୍ଜୀକରଣ ଅବଧି, ତୁଟୁନି ଚାଷୀଙ୍କ ସମସ୍ୟା: ଉପୁଜୁଛି ନୂଆ ନୂଆ ସମସ୍ୟା

ବରଗଡ଼,୨୦।୮(ପ୍ରେମାନନ୍ଦ ଖମାରୀ):ସମୟ ଗଡ଼ି ଚାଲିଛି। ପଞ୍ଜୀକରଣ ଅବଧି ମଧ୍ୟ ସରିସରି ଯାଉଛି। ଏଭଳି ସ୍ଥିତିରେ ଧାନବିକ୍ରି ପଞ୍ଜୀକରଣ ପାଇଁ ଚାଷୀମାନଙ୍କୁ ନୂଆଁ ନୂଆଁ ସମସ୍ୟାର ସମ୍ମୁଖୀନ ହେବାକୁ…

ଇରାନ ଉପରେ ବଡ଼ ଆର୍ଥିକ କଟକଣା ଘୋଷଣା କଲେ ଟ୍ରମ୍ପ, ସହଯୋଗୀ ଦେଶକୁ ଅଲଟିମେଟମ

ଓ୍ବାଶିଂଟନ,୨୦।୮: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ଇସଲାମିକ ଗଣରାଜ୍ୟ ଇରାନକୁ ତାଙ୍କ ପରି କେହି ଚୁକ୍ତି କରିବା ପାଇଁ ଏତେ ସୁଯୋଗ ଦେଇନାହାଁନ୍ତି। ଟ୍ରମ୍ପ…

ସ୍ମାର୍ଟ ମିଟର ଲଗାଇବା ବାଧ୍ୟତାମୂଳକ ନୁହେଁ: ଓଲଟା କାମ କରୁଛି ଟାଟା ପାଓ୍ବାର

ଭୁବନେଶ୍ୱର,୨୦।୮(ସୁନିତ୍‌ ମିଶ୍ର):ଓଡ଼ିଶା ବିଦ୍ୟୁତ୍‌ ନିୟାମକ ଆୟୋଗ (ଓଇଆର୍‌ସି) ୨୪ ମାର୍ଚ୍ଚ ୨୦୨୬ରେ ଦେଇଥିବା ତଥ୍ୟ ଅନୁଯାୟୀ ରାଜ୍ୟରେ ବର୍ତ୍ତମାନ ୯୭ ଲକ୍ଷ ୪୯ ହଜାର ୬୧୫ ଜଣ…

‘ବନ୍ଦେ ମାତରମ’: କଂଗ୍ରେସ ପ୍ରସ୍ତାବକୁ ସମାଲୋଚନା କଲା ଭାଜପା

ନୂଆଦିଲ୍ଲୀ,୨୦।୮: ‘ବନ୍ଦେ ମାତରମ’ ଉପରେ ଚାଲିଥିବା ରାଜନୈତିକ ହଟ୍ଟଗୋଳ ମଧ୍ୟରେ, କଂଗ୍ରେସ କାର୍ଯ୍ୟକାରିଣୀ କମିଟି (CWC) କେବଳ ଏହାର ପ୍ରଥମ ଦୁଇଟି ପଦ ଗାଇବା ପାଇଁ ଏକ…

ବିପଦସଙ୍କୁଳ ଶ୍ରେଣୀଗୃହ, ମୁହଁ ମୋଡୁଛନ୍ତି ଛାତ୍ରୀଛାତ୍ର

ଭବାନୀପାଟଣା,୨୦ା୮(ଉତ୍ତମ କୁମାର ଦାଶ):ଓଡ଼ିଶା ମାନବାଧିକାର କମିଶନ (ଓଏଚ୍‌ଆର୍‌ସି) ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ୨୦୧୪ରେ ରାଜ୍ୟର ସମସ୍ତ ଅସୁରକ୍ଷିତ ଓ ପରିତ୍ୟକ୍ତ ସ୍କୁଲ କୋଠା ଚିହ୍ନଟ…

ଘରେ ଶୋଇଥିଲେ ଟିକେଶ୍ୱର, କାମୁଡ଼ିଲା ସାପ: ରାତିଅଧରେ ଏମିତି କାମ କରିବାରୁ ଘଟିଲା…

ଦେବଗଡ,୨୦।୮(ଶଶାଙ୍କ ଶେଖର ଝାଙ୍କର): ସାପ କାମୁଡାରେ ଦେବଗଡ ଥାନା ତଥା ବାରକୋଟ ବ୍ଲକ କଂଟାପାଲି ଗ୍ରାମ ପଞ୍ଚାୟତର ଟୁସୁଳା ଗ୍ରାମର ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି…

୨୦ଟଙ୍କା ଲାଞ୍ଚ ପାଇଁ ୩୦ ବର୍ଷର ଆଇନଗତ ଲଢ଼େଇ

ନୂଆଦିଲ୍ଲୀ, ୨୦।୮: ମାତ୍ର ୨୦ଟଙ୍କା ଲାଞ୍ଚ ମାମଲାରେ ୩ ଦଶନ୍ଧି ଧରି ଚାଳିଥିବା ଆଇନଗତ ଲଢ଼େଇର ଅନ୍ତ ଘଟିଛି। ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ ଉଜ୍ଜଳ ଭୂୟାଁ ଏବଂ…

୨୮ରେ ରାଜ୍ୟ କ୍ୟାବିନେଟ୍‌: ୭ ପ୍ରସ୍ତାବକୁ ମିଳିପାରେ ଅନୁମୋଦନ

ଭୁବନେଶ୍ୱର,୨୦।୮(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ୨୮ତାରିଖରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଏ ସଂକ୍ରାନ୍ତରେ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ମନ୍ତ୍ରିମଣ୍ଡଳର ସଦସ୍ୟମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri