କଟକ ଅଫିସ, ୩ା୨: କରୋନା ମହାମାରୀରେ ଆର୍ଥିକ ସମସ୍ୟାକୁ ନେଇ ବେସରକାରୀ ସ୍କୁଲରେ ଫି’ ଆଦାୟକୁ ନେଇ ହାଇକୋର୍ଟଙ୍କ ନିର୍ଦ୍ଦେଶରେ ରାଜ୍ୟ ସରକାର ପୂର୍ବରୁ ହୋଇଥିବା ଏମ୍ଓୟୁ କାର୍ଯ୍ୟକାରୀ କରିବା ପାଇଁ ନିର୍ଦ୍ଦେଶନାମା ଜାରି କରିସାରିଛନ୍ତି। ହେଲେ କଟକରେ ବେସରକାରୀ ସ୍କୁଲଗୁଡିକ ଏହି ନିର୍ଦ୍ଦେଶକୁ କାର୍ଯ୍ୟକାରୀ କରୁନାହାନ୍ତି। ଏହି ପରିପ୍ରେକ୍ଷୀରେ କଟକ ଗାନ୍ଧୀଭବନଠାରେ ମଙ୍ଗଳବାର ଆୟୋଜିତ ଖବରଦାତା ସମ୍ମିଳନୀରେ ଓଡ଼ିଶା ଅଭିଭାବକ ମହାସଂଘ ପକ୍ଷରୁ କୁହାଯାଇଛି, କଟକ ଜିଲାରେ ଯେଉଁ ସ୍କୁଲଗୁଡିକ ଏହି ନିର୍ଦ୍ଦେଶ ନ ମାନୁଛନ୍ତି, ଜିଲା ଶିକ୍ଷାଧିକାରୀ ସେମାନଙ୍କ ଏକ ତାଲିକା ଦିଅନ୍ତୁ ଓ ଜିଲାପାଳ ତାଙ୍କର ସ୍ବୀକୃତି ପ୍ରତ୍ୟାହାର ପାଇଁ ସରକାରଙ୍କୁ ସୁପାରିସ କରନ୍ତୁ।
କମ୍ ପିଲାସଂଖ୍ୟା ଦର୍ଶାଇ ରାଜ୍ୟ ସରକାର ୧୧ହଜାରରୁ ଅଧିକ ସରକାରୀ ସ୍କୁଲ ବନ୍ଦ କରିବାକୁ ଯେଉଁ ନିଷ୍ପତ୍ତି ନେଇଛନ୍ତି, ତାହାକୁ ସ୍ଥଗିତ କରିବା ସହିତ ନିର୍ବାଚିତ ଜନ ପ୍ରତିନିଧି, ସ୍କୁଲ ପରିଚାଳନା କମିଟି, ସ୍ଥାନୀୟ ବାସିନ୍ଦାଙ୍କୁ ନେଇ ଆଲୋଚନା କରିବାକୁ ପୂର୍ବରୁ ସଂଘ ଦାବି କରିଆସିଛି। ଏହି ନିଷ୍ପତ୍ତି ପ୍ରତ୍ୟାହାର ନ ହେଲେ ରାଜ୍ୟରେ ଡ୍ରପ ଆଉଟ୍ ସଂଖ୍ୟା ବୃଦ୍ଧି ପାଇବ। ଏଭଳି ଜନ ବିରୋଧୀ ,ଶିକ୍ଷା ବିରୋଧୀ ନିଷ୍ପତ୍ତି ସ୍ଥଗିତ ନ ହେଲେ ମହାସଂଘ ହାଇକୋର୍ଟଙ୍କ ଦ୍ୱାରସ୍ଥ ହେବ ବୋଲି ଚେତାବନୀ ଦେଇଛି। ଅନ୍ୟଏକ ଘଟଣାକ୍ରମରେ ଏସ୍ସିବି ମେଡିକାଲ ପବ୍ଲିକ ସ୍କୁଲକୁ ବନ୍ଦ ନିଷ୍ପତ୍ତି ପରିପ୍ରେକ୍ଷୀରେ ସ୍କୁଲ ଅଭିଭାବକଙ୍କୁ ନେଇ ବାଲାଟ ମାଧ୍ୟମରେ ମତାମତ ସଂଗ୍ରହ କରାଯାଇଥିଲା। ବାଲାଟ ବାକ୍ସରେ ଥିବା ଅଭିଭାବକଙ୍କର ମତାମତକୁ କାର୍ଯ୍ୟକାରୀ କରିବାକୁ ସଂଘ ଦାବି କରିଛି। ଏହି ସମ୍ମିଳନୀରେ ମହାସଂଘ ଅଧ୍ୟକ୍ଷ ବାସୁଦେବ ଭଟ୍ଟ, ସହ ଅଧ୍ୟକ୍ଷ ପ୍ରସନ୍ନ ବିଶୋଇ, ଆଡ୍ଭୋକେଟ୍ ବିଭୂତି ଭୂଷଣ ଚୌଧୁରୀ ଓ କଟକ ଜିଲା ଆବାହକ ଗଙ୍ଗାଧର ସାମଲ ଉପସ୍ଥିତ ଥିଲେ।
Posted inଆମ ଜିଲା ଖବର, କଟକ, ରାଜ୍ୟ View All
ପୁଣି ଦୁର୍ଘଟଣା ଘଟାଇଲା ଆମବସ୍: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ
ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…
ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…
ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…
ଭାଜପାର ମହାଅଭିଯାନ: ନୂତନ ଭାରତ ଗଠନ କରିବାକୁ ପ୍ରୟାସ
ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…
କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ
ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…
ମୋହନା ପୋଲିସ ପକ୍ଷରୁ ନୂତନ ଜଳଛତ୍ର ଉଦଘାଟନ: ସଚେତନ ବାର୍ତ୍ତା ଦେଲେ ଥାନା ଅଧିକାରୀ
ମୋହନା,୭।୪: ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଗଜପତି ଜିଲା ମୋହନା ଥାନା ପକ୍ଷରୁ ଆଜି ନୂତନ ଜଳଛତ୍ର ଖୋଲାଯାଇଛି। ଏହି…
ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…
ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…
ଫାଇନାନ୍ସ କମ୍ପାନୀ ମ୍ୟାନେଜରଙ୍କୁ ହତ୍ୟା ଉଦ୍ୟମ ଅଭିଯୋଗ: ସୁନା ଚେନ୍ ଛଡାଇ…
ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଆଙ୍କୋରଡ଼ା ଗାଁ ନିକଟରେ ଥିବା କ୍ରସର ୟୁନିଟରୁ ପଶ୍ଚିମବଙ୍ଗ କୋଲକତାସ୍ଥିତ ସିଭିଲ କୋର୍ଟଙ୍କ ଆଦେଶ କ୍ରମେ କୋବେଲକୋ…
ନବୀନ ପଟ୍ଟନାୟକଙ୍କୁ ନେଇ ଏମିତି କହିଦେଲେ ମନମୋହନ: ଆମ ଦ୍ୱାର ସବୁବେଳେ ଖୋଲା…
ଭୁବନେଶ୍ୱର,୭।୪: ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପଞ୍ଚାୟତରାଜ ନିର୍ବାଚନ ପୂର୍ବରୁ ବିଭିନ୍ନ ଜିଲା ଗସ୍ତ କରିବେ ବୋଲି ଜଣାପଡ଼ିଛି। ନବୀନଙ୍କ ଜିଲା…
Archives

