ଫି’ ହ୍ରାସ ନିର୍ଦ୍ଦେଶ ନ ମାନିଲେ ସ୍କୁଲ ସ୍ବୀକୃତି ପ୍ରତ୍ୟାହାର ହେଉ

କଟକ ଅଫିସ, ୩ା୨: କରୋନା ମହାମାରୀରେ ଆର୍ଥିକ ସମସ୍ୟାକୁ ନେଇ ବେସରକାରୀ ସ୍କୁଲରେ ଫି’ ଆଦାୟକୁ ନେଇ ହାଇକୋର୍ଟଙ୍କ ନିର୍ଦ୍ଦେଶରେ ରାଜ୍ୟ ସରକାର ପୂର୍ବରୁ ହୋଇଥିବା ଏମ୍‌ଓୟୁ କାର୍ଯ୍ୟକାରୀ କରିବା ପାଇଁ ନିର୍ଦ୍ଦେଶନାମା ଜାରି କରିସାରିଛନ୍ତି। ହେଲେ କଟକରେ ବେସରକାରୀ ସ୍କୁଲଗୁଡିକ ଏହି ନିର୍ଦ୍ଦେଶକୁ କାର୍ଯ୍ୟକାରୀ କରୁନାହାନ୍ତି। ଏହି ପରିପ୍ରେକ୍ଷୀରେ କଟକ ଗାନ୍ଧୀଭବନଠାରେ ମଙ୍ଗଳବାର ଆୟୋଜିତ ଖବରଦାତା ସମ୍ମିଳନୀରେ ଓଡ଼ିଶା ଅଭିଭାବକ ମହାସଂଘ ପକ୍ଷରୁ କୁହାଯାଇଛି, କଟକ ଜିଲାରେ ଯେଉଁ ସ୍କୁଲଗୁଡିକ ଏହି ନିର୍ଦ୍ଦେଶ ନ ମାନୁଛନ୍ତି, ଜିଲା ଶିକ୍ଷାଧିକାରୀ ସେମାନଙ୍କ ଏକ ତାଲିକା ଦିଅନ୍ତୁ ଓ ଜିଲାପାଳ ତାଙ୍କର ସ୍ବୀକୃତି ପ୍ରତ୍ୟାହାର ପାଇଁ ସରକାରଙ୍କୁ ସୁପାରିସ କରନ୍ତୁ।
କମ୍‌ ପିଲାସଂଖ୍ୟା ଦର୍ଶାଇ ରାଜ୍ୟ ସରକାର ୧୧ହଜାରରୁ ଅଧିକ ସରକାରୀ ସ୍କୁଲ ବନ୍ଦ କରିବାକୁ ଯେଉଁ ନିଷ୍ପତ୍ତି ନେଇଛନ୍ତି, ତାହାକୁ ସ୍ଥଗିତ କରିବା ସହିତ ନିର୍ବାଚିତ ଜନ ପ୍ରତିନିଧି, ସ୍କୁଲ ପରିଚାଳନା କମିଟି, ସ୍ଥାନୀୟ ବାସିନ୍ଦାଙ୍କୁ ନେଇ ଆଲୋଚନା କରିବାକୁ ପୂର୍ବରୁ ସଂଘ ଦାବି କରିଆସିଛି। ଏହି ନିଷ୍ପତ୍ତି ପ୍ରତ୍ୟାହାର ନ ହେଲେ ରାଜ୍ୟରେ ଡ୍ରପ ଆଉଟ୍‌ ସଂଖ୍ୟା ବୃଦ୍ଧି ପାଇବ। ଏଭଳି ଜନ ବିରୋଧୀ ,ଶିକ୍ଷା ବିରୋଧୀ ନିଷ୍ପତ୍ତି ସ୍ଥଗିତ ନ ହେଲେ ମହାସଂଘ ହାଇକୋର୍ଟଙ୍କ ଦ୍ୱାରସ୍ଥ ହେବ ବୋଲି ଚେତାବନୀ ଦେଇଛି। ଅନ୍ୟଏକ ଘଟଣାକ୍ରମରେ ଏସ୍‌ସିବି ମେଡିକାଲ ପବ୍ଲିକ ସ୍କୁଲକୁ ବନ୍ଦ ନିଷ୍ପତ୍ତି ପରିପ୍ରେକ୍ଷୀରେ ସ୍କୁଲ ଅଭିଭାବକଙ୍କୁ ନେଇ ବାଲାଟ ମାଧ୍ୟମରେ ମତାମତ ସଂଗ୍ରହ କରାଯାଇଥିଲା। ବାଲାଟ ବାକ୍ସରେ ଥିବା ଅଭିଭାବକଙ୍କର ମତାମତକୁ କାର୍ଯ୍ୟକାରୀ କରିବାକୁ ସଂଘ ଦାବି କରିଛି। ଏହି ସମ୍ମିଳନୀରେ ମହାସଂଘ ଅଧ୍ୟକ୍ଷ ବାସୁଦେବ ଭଟ୍ଟ, ସହ ଅଧ୍ୟକ୍ଷ ପ୍ରସନ୍ନ ବିଶୋଇ, ଆଡ୍‌ଭୋକେଟ୍‌ ବିଭୂତି ଭୂଷଣ ଚୌଧୁରୀ ଓ କଟକ ଜିଲା ଆବାହକ ଗଙ୍ଗାଧର ସାମଲ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ ପାଇଁ ନାମାଙ୍କନ ଶେଷ

ଭୁବନେଶ୍ୱର,୨୬ା୪(ଅନିଲ ଦାସ): ରାଜ୍ୟର ପ୍ରଥମ ପର୍ଯ୍ୟାୟ(ଦେଶର ଚତୁର୍ଥ ପର୍ଯ୍ୟାୟ) ନିର୍ବାଚନ ପାଇଁ ଗୁରୁବାର ନାମାଙ୍କନ ଦାଖଲ ପ୍ରକ୍ରିୟା ଶେଷ ହୋଇଛି। ଏପ୍ରିଲ ୧୮ରୁ ୨୪ ତାରିଖ...

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri