Posted inଜାତୀୟ

ସ୍କୁଲ, କଲେଜ ଛୁଟି ଘୋଷଣା କଲେ ସରକାର

ମୁମ଼୍ବାଇ,୦୯।୭: ମୟାନଗରୀ ମୁମ଼୍ବାଇରେ ପ୍ରବଳ ବର୍ଷା ଜାରି ରହିଛି । ଭାରତୀୟ ପାଣିପାଗ ବିଭାଗର ପୂର୍ବାନୁସାରେ ଆଜି ମୁମ଼୍ବାଇ ଏବଂ ଏହାର ଆଖପାଖ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏଥିପାଇଁ ଗତକାଲି ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ବର୍ଷାକୁ ଦୃଷ୍ଟିରେ ରଖି ମୁମ଼୍ବାଇରେ ସ୍କୁଲ ଏବଂ କଲେଜ୍‌ ଛୁଟି ଘୋଷଣା କରିଛନ୍ତି ମହାରାଷ୍ଟ୍ର ସରକାର ।

ସୂଚନା ଥାଉକି, ସୋମବାର ବର୍ଷାରେ ସହରର ସ୍ଥିତି ବେହାଲ ହୋଇଥିଲା । ରାସ୍ତାଘାଟରେ ବର୍ଷା ପାଣି ଜମି ରହିଥିବାରୁ ଟ୍ରାଫିକ୍‌ ଜାମ୍‌ ଭଳି ସ୍ଥିତି ଉପୁଜିଥିଲା । ଭାରତୀୟ ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ମୁମ଼୍ବାଇ ଏବଂ ଏହାର ଆଖପାଖ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏ ନେଇ ଆଲର୍ଟ ଜାରି କରିଥିଲା ପାଣିପାଗ ବିଭାଗ । ବର୍ଷା କାରଣରୁ ମୁମ଼୍ବାଇ ସହର ଏବେ ଜଳାର୍ଣ୍ଣବ ହୋଇ ରହିଛି । ଟ୍ରେନ୍‌, ବସ୍‌ ଚଳାଚଳ ଏବଂ ବିମାନ ଚଳାଚଳ ପ୍ରଭାବିତ ହୋଇଛି । ଗାଡ଼ି ମଟର ସ଼୍ବଭାବିକ ଭାବେ ଜାତାୟତ କରିପାରୁନଥିବାରୁ ଟ୍ରାଫିକ୍‌ ଜାମ୍‌ ଭଳି ସ୍ଥିତି ଉପୁଜୁଛି । ବର୍ଷା କାରଣରୁ ମୁମ଼୍ବାଇ ବିମାନ ବନ୍ଦରରେ ସୋମବାର ୫୦ ବିମାନ ଉଡ଼ାଣକୁ ବାତିଲ୍‌ କରାଯାଇଥିଲା । ଏହାଛଡ଼ା ମୁମ଼୍ବାଇ ବିମାନ ବନ୍ଦରରେ ଅବତରଣ କରିବାକୁ ଥିବା ୨୭ଟି ଫ୍ଲାଇଟ୍‌କୁ ଅନ୍ୟ ବିମାନ ବନ୍ଦରରେ ଅବତରଣ କରିବକୁ ନିର୍ଦ୍ଦେଶ ଦିଆଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ସିଭିଲ ସର୍ଭିସ ପରୀକ୍ଷାରେ ଓଡ଼ିଶା ଟପ୍ପର ସାତ୍ତ୍ୱିକ ସତ୍ୟକାମ: ସମ୍ବର୍ଦ୍ଧିତ କରି ମୁଖ୍ୟମନ୍ତ୍ରୀ କହିଲେ କେନ୍ଦୁଝରର ପୁଅ…

ଭୁବନେଶ୍ୱର,୭ା୩: ସର୍ବ ଭାରତୀୟ ସିଭିଲ ସର୍ଭିସ୍‌ ପରୀକ୍ଷା (UPSC)ରେ ଅଲ୍‌ ଇଣ୍ଡିଆ ର଼୍ୟାଙ୍କରେ ୧୦୦ତମ ସ୍ଥାନ ହାସଲ କରିଥିବା କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ମେଧାବୀ ଛାତ୍ର…

କାଲି ମିଳିବ ସୁଭଦ୍ରା ଟଙ୍କା, ସୂଚନା ଦେଇ ଉପମୁଖ୍ୟମନ୍ତ୍ରୀ କହିଲେ…

ଭୁବନେଶ୍ୱର,୭ା୩: ଆସନ୍ତାକାଲି ଅର୍ଥାତ୍‌ ରବିବାର ମିଳିବ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ଟଙ୍କା। ଏନେଇ ଶନିବାର ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ୧ କୋଟି ୧୨…

ସରକାରଙ୍କ ବଡ଼ ଘୋଷଣା: ତୃତୀୟ ସନ୍ତାନ ଜନ୍ମ ହେଲେ ମିଳିବ ୨୫,୦୦୦ ଟଙ୍କା

ହାଇଦ୍ରାବାଦ୍‌,୭।୩: ଆନ୍ଧ୍ର ପ୍ରଦେଶ ସରକାର ଏକ ନୂତନ ପଦକ୍ଷେପ ଘୋଷଣା କରିଛନ୍ତି। ରାଜ୍ୟ ମୁଖ୍ୟମନ୍ତ୍ରୀ ଏନ. ଚନ୍ଦ୍ରବାବୁ ନାଇଡୁ ବିଧାନସଭାରେ କହିଛନ୍ତି,ରାଜ୍ୟର ଜନ୍ମହାର ନିରନ୍ତର ହ୍ରାସ ପାଉଛି…

ମଦ ବୋତଲରେ ମିଳିଲା ଏମିତି ଜିନିଷ ଗ୍ରାହକଙ୍କ ଉଡିଲା ହୋସ୍‌, ଦୋକାନି କହିଲେ ଆମ କାମ ବିକ୍ରି କରିବା ତିଆରି କରିବା ନୁହେଁ

ହାଇଦ୍ରାବାଦ,୭।୩: ହାଇଦ୍ରାବାଦର ନାଚାରାମ ଅଞ୍ଚଳରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ବିୟର ବୋତଲ ଖୋଲିବା ମାତ୍ରେ ଜଣେ ବ୍ୟକ୍ତି ଭିତରେ ଏକ ଛୋଟ ମାଛ ପହଁରୁଥିବାର ଦେଖିଲେ।…

ଯୁଦ୍ଧ ହେଲା, ମିଶାଇଲ ଗର୍ଜିଲା…, ହେଲେ ବଢିବା ପରିବର୍ତ୍ତେ କାହିଁକି କମିଲା ସୁନାର ଦାମ୍‌? ଜାଣନ୍ତୁ ଭିତିରି କଥା

ନୂଆଦିଲ୍ଲୀ,୭।୩: ମଧ୍ୟପ୍ରାଚ୍ୟ ଉଷ୍ମ ହେଉଛି। ଇରାନ ବିରୁଦ୍ଧରେ ଆମେରିକା-ଇସ୍ରାଏଲ ମିଳିତ ସାମରିକ କାର୍ଯ୍ୟାନୁଷ୍ଠାନ ଏବଂ ତେହେରାନର ପ୍ରତିଶୋଧମୂଳକ ଆକ୍ରମଣ, ବିଶ୍ୱବ୍ୟାପୀ ବଜାରରେ ଭୟ ସୃଷ୍ଟି କରିଛି। ଇତିହାସ…

ଉପମୁଖ୍ୟମନ୍ତ୍ରୀ ଯାଉଥିବା ହେଲିକପ୍ଟରରୁ ବାହାରିଲା ଧୂଆଁ: ଆଉ ତା’ପରେ…

ଲକ୍ଷ୍ନୌ,୭।୩: ଉତ୍ତର ପ୍ରଦେଶର ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟଙ୍କ ହେଲିକପ୍ଟରକୁ ଲକ୍ଷ୍ନୌ ବିମାନବନ୍ଦରରେ ଜରୁରୀକାଳୀନ ଅବତରଣ କରିବାକୁ ପଡିଛି। କୌଶାମ୍ବୀ ଅଭିମୁଖେ ଯାଉଥିବା ସମୟରେ ହେଲିକପ୍ଟରଟି ହଠାତ୍‌…

ଭାରତକୁ ପଶିଲା ଇରାନୀ ଜାହାଜ, ଆମେରିକାରେ ବାଜିଲା ସାଇରନ!

ନୂଆଦିଲ୍‌ଲୀ,୭।୩: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ପରିସ୍ଥିତି ଖରାପ ହେଉଛି। ସମ୍ପ୍ରତି ଭାରତରୁ ଫେରୁଥିବା ଇରାନୀ ଜାହାଜ ISIS ଡେନା ଉପରେ ଆମେରିକା ଆକ୍ରମଣ କରିଥିଲା। ୮୭ ଜଣ ଇରାନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri