୬ ଆଦିବାସୀ ଛାତ୍ରଙ୍କୁ ତଡ଼ିଦେଲେ ବିଦ୍ୟାଳୟ କର୍ତ୍ତୃପକ୍ଷ

ଯାଜପୁର ଟାଉନ,୪ା୭(ଡି.ଏନ.ଏ.): ଯାଜପୁର ସହର ନିକଟସ୍ଥ ଚିତାଳୋ ପଞ୍ଚାୟତର ଚିତାଳୋଠାରେ ଥିବା ରକ୍ଷାକାଳୀ ସଂସ୍କୃତ ବିଦ୍ୟାଳୟର ୬ଜଣ ଆଦିବାସୀ ଛାତ୍ରଙ୍କୁ ବିଦ୍ୟାଳୟ କର୍ତ୍ତୃପକ୍ଷ ରବିବାର ଛାତ୍ରାବାସରୁ ତଡ଼ି ଦେଇଛନ୍ତି। ପ୍ରାୟ ୭ଦିନ ହେବ ସମ୍ପୃକ୍ତ ଛାତ୍ରମାନେ ଚର୍ମରୋଗରେ ପୀଡ଼ିତ ହୋଇଛନ୍ତି। ଏକଥା ଜଣାପଡ଼ିବା ପରେ ବିଦ୍ୟାଳୟ ଛାତ୍ରାବାସ ଦାୟିତ୍ୱରେ ଥିବା ଅଧିକାରୀ ସେମାନଙ୍କ ଚିକିତ୍ସା କରିବା ପରିବର୍ତ୍ତେ ଏହା ଡିଆଁ ରୋଗ ହୋଇଥିବାରୁ ସେମାନଙ୍କୁ ଛାତ୍ରାବାସ ଛାଡ଼ି ଚାଲିଯିବାକୁ ଚେତାବନୀ ଦେଇଥିଲେ।
ଫଳସ୍ବରୂପ ସକାଳୁ ଏହି ୬ଜଣ ଛାତ୍ର ଛାତ୍ରାବାସ ଛାଡ଼ିବାକୁ ବାଧ୍ୟ ହୋଇଥିଲେ। ତେବେ ଛାତ୍ରାବାସ ଛାଡ଼ିବା ସମୟରେ ଛାତ୍ରମାନେ ଘରକୁ କିପରି ଯିବେ ତାହାର ବ୍ୟବସ୍ଥା ଛାତ୍ରାବାସ ଦାୟିତ୍ୱରେ ଥିବା ପଦାଧିକାରୀ କରି ନ ଥିଲେ। ନିଜର ପାଠ୍ୟ ପୁସ୍ତକକୁ ବ୍ୟାଗରେ ଭରି ଛାତ୍ରମାନେ ସେମାନଙ୍କ ଘର କେନ୍ଦୁଝର ଜିଲା ହରିଚନ୍ଦନପୁର ଅଞ୍ଚଳ ଅଭିମୁଖେ ବାହାରି ଥିଲେ। ତେବେ ସେମାନେ ଛାତ୍ରାବାସରୁ ଚାଲିଚାଲି ୩ କିଲୋମିଟର ଅତିକ୍ରମ କରି ଯାଜପୁର ମା’ବିରଜାଙ୍କ ମନ୍ଦିର ସମ୍ମୁଖରେ ପହଞ୍ଚତ୍ କିଭଳି ଘରକୁ ଯିବେ ବୋଲି ସ୍ଥାନୀୟ କେତେଜଣ ଯୁବକଙ୍କୁ ପଚାରି ବୁଝିଥିଲେ। ସ୍ଥାନୀୟ ଯୁବକମାନେ ଏହି ଛାତ୍ରମାନଙ୍କୁ ସକାଳ ଜଳଖିଆ ଦେବା ସହ ସେମାନଙ୍କୁ ସୁରକ୍ଷାର ସହିତ ନିଜ ଗୃହକୁ ଯିବା ପାଇଁ ଆଶ୍ୱାସନା ଦେଇଥିଲେ। ପରେ ଏ ବିଷୟରେ ଗଣମାଧ୍ୟମ ଓ ଜିଲା ଶିଶୁ ସୁରକ୍ଷା ୟୁନିଟ୍‌କୁ ଖବର ଦେଇଥିଲେ। ଜିଲା ଶିଶୁ ୟୁନିଟ୍‌ର କାର୍ଯ୍ୟକର୍ତ୍ତା ମିହିର କୁମାର ଜେନା ଘଟଣାସ୍ଥଳରେ ପହଞ୍ଚତ୍ ସମ୍ପୃକ୍ତ ଛାତ୍ରମାନଙ୍କୁ ଉଦ୍ଧାର କରି ଶିଶୁ ମଙ୍ଗଳ କମିଟି କାର୍ଯ୍ୟାଳୟରେ ହାଜର କରାଇଥିଲେ। ତେବେ ରବିବାର ଥିବାରୁ ଶିଶୁ ମଙ୍ଗଳ କମିଟିର କୌଣସି ସଦସ୍ୟ କାର୍ଯ୍ୟାଳୟରେ ନ ଥିଲେ। ତେଣୁ ଛାତ୍ରମାନଙ୍କୁ ଯାଜପୁର ସହରସ୍ଥିତ ଉତ୍କଳ ବାଳାଶ୍ରମରେ ରଖାଯାଇଛି। ସୋମବାର ଶିଶୁ ମଙ୍ଗଳ କମିଟିର ଅଧିକାରୀମାନେ ଆସିଲା ପରେ ଛାତ୍ରମାନଙ୍କୁ ସେମାନଙ୍କ ଅଭିଭାବକଙ୍କୁ ହସ୍ତାନ୍ତର କରାଯିବ ବୋଲି ସୂଚନା ମିଳିଛି। ଏହି ୬ଜଣଙ୍କ ବୟସ ୧୨ବର୍ଷ ହୋଇଥିବା ବେଳେ ସମସ୍ତେ ୭ମ ଶ୍ରେଣୀରେ ପଢୁଥିବା ଜଣାପଡ଼ିଛି। ଏ ସମ୍ପର୍କରେ ପ୍ରତିକ୍ରିୟା ଲାଗି ସମ୍ପୃକ୍ତ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କୁ ଯୋଗାଯୋଗ କରାଯାଇଥିଲେ ମଧ୍ୟ ତାହା ସମ୍ଭବ ହୋଇ ପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଦମଦାର ବିଜୟ ସହ ସିଜିନ୍‌ ଆରମ୍ଭ କଲା ରାଜସ୍ଥାନ ରୟାଲ

ଗୁଆହାଟୀ,୩୦।୩: ରାଜସ୍ଥାନ ରୟାଲ୍ସ ଏକ ଦମଦାର ବିଜୟ ସହିତ IPL 2026 ସିଜିନ ଆରମ୍ଭ କରିଛି। ଗୁଆହାଟୀରେ ଖେଳାଯାଇଥିବା ସେମାନଙ୍କର ପ୍ରଥମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ସମ୍ପୂର୍ଣ୍ଣ…

ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଧାରଣା: ପ୍ରଶାସନର ଏଭଳି ପ୍ରତିଶ୍ରୁତି ପରେ ହଟିଲା…

ଦେବଗଡ଼, ୩୦।୩ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଅଙ୍ଗନୱାଡି କର୍ମୀ ବ୍ଲକ ସମ୍ମୁଖରେ ଦେଉଥିବା ଧାରଣାସ୍ଥଳରେ ସୋମବାର…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

ହଠାତ୍‌ ଭାରସାମ୍ୟ ହରାଇ ଷ୍ଟ୍ରିଟଲାଇଟ ଖୁଣ୍ଟକୁ ଧକ୍କା ଦେଲା କାର୍‌: ଘଟଣାସ୍ଥଳରେ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ସୋମବାର ଅପରାହ୍ନରେ ଦେବଗଡ ପୌରାଞ୍ଚଳ ମୋହିନୀପୁର ଛକ ନିକଟସ୍ଥ ୫୩ ନମ୍ବର ଜାତୀୟ ରାଜପଥରେ ଏକ କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡିଛି ।…

ଅପସାରିତ ପୌରାଧ୍ୟକ୍ଷାଙ୍କୁ ପୁନଃ ଅବସ୍ଥାପିତ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ, ତୁରନ୍ତ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ୨୦୨୫ ଜାନୁଆରୀ ୨୮ ତାରିଖରେ ରାଜ୍ୟ ସରକାରଙ୍କ ଦ୍ୱାରା ଗାଦିଚ୍ୟୁତ ହୋଇଥିବା ଦେବଗଡ ପୌର ପରିଷଦ ଅଧ୍ୟକ୍ଷା ଶାନ୍ତି ମଞ୍ଜରୀ ଦେଈଙ୍କୁ ଏହି…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ଅନ୍ତର୍ଜାତୀୟ ବଡ଼ି ଲିଫ୍ଟ ପ୍ରତିଯୋଗିତାରେ ଦିଗପହଣ୍ଡିର ଶଙ୍କର ପୁରସ୍କୃତ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୩ ନଂ ୱାର୍ଡ ନୂଆସାହିରେ ରହୁଥିବା ନନ୍ଦୁ ଓରଫ ଶଙ୍କର ବେହେରା ଅନ୍ତର୍ଜାତୀୟ ବଡି ଲିଫ୍ଟ ପ୍ରତିଯୋଗିତାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri