ସ୍କୁଲ କର୍ତ୍ତୃପକ୍ଷଙ୍କ ଦାୟିତ୍ୱହୀନତା; ଶ୍ରେଣୀ କକ୍ଷରେ ରାତି କାଟିଲେ ଦ୍ଵିତୀୟ ଶ୍ରେଣୀ ଛାତ୍ରୀ

କେନ୍ଦୁଝର,୨୨।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ବାଂଶପାଳ ବ୍ଲକ ଅଞ୍ଜର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ଜଣେ ଦ୍ଵିତୀୟ ଶ୍ରେଣୀ ଛାତ୍ରୀ, ଜ୍ୟୋତ୍ସ୍ନା ଦେହୁରୀ, ସ୍କୁଲ ଛୁଟି ପରେ ଭୁଲବଶତଃ ଶ୍ରେଣୀ କକ୍ଷରେ ଅଟକ ରହିଥିଲେ। ଶିକ୍ଷକମାନେ ଯାଞ୍ଚ ନକରି ସ୍କୁଲରେ ତାଲା ପକାଇ ଚାଲିଯାଇଥିବାରୁ ଛାତ୍ରୀ ଜଣଙ୍କ ରାତିସାରା ଶ୍ରେଣୀ କକ୍ଷରେ ବନ୍ଦ ରହିଥିଲେ।

ସୂଚନା ଅନୁସାରେ, ଗତକାଲି ସ୍କୁଲ ଛୁଟି ପରେ ଜ୍ୟୋତ୍ସ୍ନା ଶ୍ରେଣୀ କକ୍ଷରେ ଶୋଇ ପଡ଼ିଥିବା ବେଳେ ଶିକ୍ଷକମାନେ ତାଙ୍କୁ ନଦେଖି ତାଲା ପକାଇ ଚାଲିଯାଇଥିଲେ। ରାତିସାରା ସ୍କୁଲରେ ଅଟକ ରହିଥିବା ଜ୍ୟୋତ୍ସ୍ନା ଝରକା ଭାଙ୍ଗି ବାହାରକୁ ବାହାରିବାକୁ ଚେଷ୍ଟା କରି ଆହତ ହୋଇଥିଲେ। ଆଜି ସକାଳେ ଶିକ୍ଷକମାନେ ସ୍କୁଲ ଖୋଲିବା ପରେ ତାଙ୍କୁ ଅସୁସ୍ଥ ଅବସ୍ଥାରେ ଉଦ୍ଧାର କରି ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଛନ୍ତି।

ଏହି ଘଟଣା ଜାଣିବା ପରେ ଛାତ୍ରୀଙ୍କ ପରିବାର ଓ ସ୍ଥାନୀୟ ଲୋକେ ସ୍କୁଲ ପରିସରରେ ଜମା ହୋଇ ଉତ୍ତେଜନା ପ୍ରକାଶ କରିଥିଲେ। ପରିବାର ଲୋକେ ରାତିସାରା ଛାତ୍ରୀଙ୍କୁ ଖୋଜାଖୋଜି କରି ନିରାଶ ହୋଇଥିବା କହିଛନ୍ତି। ବିଦ୍ୟାଳୟର ପ୍ରଧାନ ଶିକ୍ଷକ କହିଛନ୍ତି, “ଛାତ୍ରୀ ଜଣଙ୍କ ଶୋଇ ପଡ଼ିଥିଲେ, ଯାଞ୍ଚ ନକରି ତାଲା ପକାଇ ଦିଆଯାଇଥିଲା। ଆଜି ସକାଳେ ତାଙ୍କୁ ଉଦ୍ଧାର କରାଯାଇ ଚିକିତ୍ସା ପାଇଁ ମେଡିକାଲକୁ ନିଆଯାଇଛି। ସେ ବର୍ତ୍ତମାନ ସୁସ୍ଥ ଅଛନ୍ତି।”


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଲେ Mitchell Santner, କହିଲେ…

ନୂଆଦିଲ୍ଲୀ,୭।୩: ରବିବାର ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ଖେଳାଯିବ। ଏହି ଦୁଇ ଦଳ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁହାଁମୁହିଁ ହେବେ।…

କମାଲ୍‌ କଲେ ସାରା ଅର୍ଜୁନ: ଧୂରନ୍ଧର: ଦି ରିଭେଞ୍ଜରେ…

‘ଧୂରନ୍ଧର: ଦି ରିଭେଞ୍ଜ’ର ଟ୍ରେଲର ରିଲିଜ ହୋଇଛି। ଦର୍ଶକ ଏହାକୁ ବେଶ୍‌ ପସନ୍ଦ କରିଛନ୍ତି। ଏହି ଟ୍ରେଲର ଏବେ ସୋସିଆଲ ମିଡିଆରେ ଟ୍ରେଣ୍ଡ କରୁଛି। ଦର୍ଶକ ପୁଣି…

ବରଗଡ଼ରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା, ସ୍ପଷ୍ଟ ଦିବାଲୋକରେ ଟ୍ରକ୍‌ ଚାଳକଙ୍କୁ ଛୁରାମାଡ଼

ବରଗଡ଼,୭ା୩(ପ୍ରେମାନନ୍ଦ ଖମାରୀ): ଶାନ୍ତିପ୍ରିୟ ବରଗଡ଼ ଜିଲାରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା ହୋଇପଡ଼ିଛି। ଦିନ ଦ୍ବିପ୍ରହରରେ ଏଠାକାର ବିଚ୍‌ ରାସ୍ତା ଉପରେ ଛୁରି, ଭୁଜାଲି ବୁଲୁଛି। ଛୁରି, ଭୁଜାଲି…

ସରକାରଙ୍କ ବଡ଼ ଘୋଷଣା: ତୃତୀୟ ସନ୍ତାନ ଜନ୍ମ ହେଲେ ମିଳିବ ୨୫,୦୦୦ ଟଙ୍କା

ହାଇଦ୍ରାବାଦ୍‌,୭।୩: ଆନ୍ଧ୍ର ପ୍ରଦେଶ ସରକାର ଏକ ନୂତନ ପଦକ୍ଷେପ ଘୋଷଣା କରିଛନ୍ତି। ରାଜ୍ୟ ମୁଖ୍ୟମନ୍ତ୍ରୀ ଏନ. ଚନ୍ଦ୍ରବାବୁ ନାଇଡୁ ବିଧାନସଭାରେ କହିଛନ୍ତି,ରାଜ୍ୟର ଜନ୍ମହାର ନିରନ୍ତର ହ୍ରାସ ପାଉଛି…

ସ୍ତ୍ରୀଙ୍କୁ ପିଟିପିଟି ମାରିଦେଲେ ସ୍ବାମୀ, ପୋଲିସ ପଚାରିବାରୁ କହିଲେ କାଲି ରାତିର ଘଟଣା…

ଦେବଗଡ଼,୭ା୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ବମ୍ପରଡ଼ା ଆଇଆରବି ବାଟାଲିୟନ ପଛପାଖରୁ ଜଣେ ମହିଳାଙ୍କ ମୃତଦେହ ଜବତ ହେଇଥିବା ଜଣାପଡ଼ିଛି। ତେବେ ଘରୋଇ କଳିରୁ…

୭ ବର୍ଷର ଶିଶୁକୁ ଅପହରଣ କରି ଗଳାକାଟି ହତ୍ୟା: ଟଙ୍କାମାଗିଲେ, ପରେ  ମୃତଦେହ ବସ୍ତାରେ ବାନ୍ଧି…

ବିଷମକଟକ,୭।୩(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ବ୍ଲକ ଅନ୍ତର୍ଗତ ଚାଟିକଣା ଅଞ୍ଚଳରେ ଜଣେ ୭ ବର୍ଷର ଶିଶୁକୁ ଅପହରଣ ପରେ ଗଳାକାଟି ହତ୍ୟା କରାଯିବା ଘଟଣା…

ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ହିନ୍ଦୀ ଶିକ୍ଷକଙ୍କ ଅସଦାଚରଣ, ଗ୍ରାମବାସୀଙ୍କ ହୋ-ହଲ୍ଲା ପରେ…

ବାସୁଦେବପୁର,୭ା୩(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲାର ବାସୁଦେବପୁର ବ୍ଲକ ଅଧୀନ ସାନକୃଷ୍ଣପୁର ପଞ୍ଚାୟତର ଚାନ୍ଦିମାଳଠାରେ ଥିବା ଜବାହୀ ନବୋଦୟ ବିଦ୍ୟାଳୟରେ ପଢୁଥିବା ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ହିନ୍ଦୀ…

ଯୁଦ୍ଧର ପ୍ରଭାବ! ଏହି ଦେଶରେ ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍‌

ଇସଲାମାବାଦ,୭।୩: ପାକିସ୍ତାନ ବର୍ତ୍ତମାନ ପେଟ୍ରୋଲ ଏବଂ ଡିଜେଲର ଘୋର ଅଭାବର ସମ୍ମୁଖୀନ ହେଉଛି। ବେଲୁଚିସ୍ତାନ, ଖାଇବର ପଖତୁନଖ୍ବା, ପଞ୍ଜାବ (ପାକିସ୍ତାନ) ଏବଂ ସିନ୍ଧ ସମେତ ଅନେକ ଅଞ୍ଚଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri