ବିଦ୍ୟାଳୟ ଅଭିମୁଖେ ଯାଉଥିବାବେଳେ ବଡ଼ ଅଘଟଣ: ସ୍କୁଲ ଗାଡ଼ି ଓଲଟି ୧୦ ଛାତ୍ରୀଛାତ୍ର…

ଦିଗପହଣ୍ଡି/ଚିକିଟି,୧୮।୪(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ଗଡ଼ ଧାନଘର ଛକ ବିଦ୍ୟୁତ କାର୍ଯ୍ୟାଳୟ ନିକଟ ମୁଖ୍ୟରାସ୍ତାକଡରେ ଥିବା ଏକ ବିଦ୍ୟୁତ ଖୁଣ୍ଟକୁ ଧକ୍କା ଦେଇ ଶନିବାର ସକାଳେ ଏକ ସ୍କୁଲ ଗାଡ଼ି ଓଲଟି ପଡିଛି। ମା ’ ବ୍ୟାଘ୍ରଦେବୀ ନାମକ ସ୍କୁଲ ଗାଡ଼ି ଟାଟା ମ୍ୟାଜିକ (ନଂ. ଓଡ଼ି ୦୭ ୟୁ -୭୧୨୩) ଓଲଟି ପଡିବାରୁ ୧୦ରୁ ଅଧିକ ଛାତ୍ରୀଛାତ୍ର ଆହାତ ହୋଇଛନ୍ତି। ଆହାତମାନେ ହେଲେ ପିତାତଳି ଗ୍ରାମ ସ୍ଥିତ ଓଡ଼ିଆ ଆଦର୍ଶ ବିଦ୍ୟାଳୟରେ ୭ମ ଶ୍ରେଣୀରେ ପଢୁଥିବା ଆଦିତ୍ୟ ନାରାୟଣ ସାହୁ, ଓମ ପ୍ରସାଦ ସାହୁ, ଶୁଭଲକ୍ଷ୍ମୀ ସାହୁ,ଶ୍ରାବଣୀ ସାହୁ,ସୁଲଗ୍ନା ସାହୁ,ଆଦିତ୍ୟ ସାହୁ, ୧୦ମ ଶ୍ରେଣୀରେ ପଢୁଥିବା କିରଣ ରଣା,ରାଣୀ ସାହୁ,ବନିତା ପ୍ରଧାନ,୮ମ ଶ୍ରେଣୀର ଛାତ୍ରୀ ଟି. ସଞ୍ଚିତା ଏବଂ ଡଭାର ଗ୍ରାମର ଗାଡ଼ି ଚାଳକ ମନୋଜ କୁମାର ସାହୁ(୪୫)। ସମସ୍ତ ଆହାତମାନଙ୍କୁ ଉଦ୍ଧାର କରାଯାଇ ଚିକିଟି ଗ୍ରାମ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ଗାଡ଼ି ଚାଳକଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ପ୍ରାଥମିକ ଚିକିତ୍ସା ପରେ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ଅନ୍ୟ ଆହାତ ଛାତ୍ରୀଛାତ୍ରଙ୍କୁ ପ୍ରାଥମିକ ଚିକିତ୍ସା ପରେ ଛାଡି ଦିଆଯାଇଛି। ଭୋର୍‌ରେ ସ୍କୁଲ ଗାଡ଼ି ନୂଆପଡ଼ା, ଚାନ୍ଦପୁର,ଦେଉଳିଆ ପଡ଼ା, ଡଭାର,ବାଦ୍ୟନାଳ ଶାସନ ପ୍ରଭୃତି ଗ୍ରାମରୁ ଛାତ୍ରୀଛାତ୍ରଙ୍କୁ ନେଇ ପିତାତଳି ଗ୍ରାମସ୍ଥିତ ଆଦର୍ଶ ବିଦ୍ୟାଳୟ ଅଭିମୁଖେ ଯାଉଥିବାବେଳେ ଦୁର୍ଘଟଣା ଘଟିଥିଲା। ଖବରପାଇ ସାମାଜିକକର୍ମୀ ସୁରେନ୍ଦ୍ର ମଣ୍ଡଳଙ୍କ ସମେତ ବହୁ ସଂଖ୍ୟକ ବ୍ୟକ୍ତି ସ୍ବାସ୍ଥ୍ୟକେନ୍ଦ୍ର ରେ ପହଞ୍ଚି ଆହାତ ଛାତ୍ରୀଛାତ୍ରଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ଉପସ୍ଥିତ ଡାକ୍ତରଙ୍କ ସହ ଆଲୋଚନା କରିଥିଲେ। ଚିକିଟି ଫାଣ୍ଡି ଅଧିକାରୀ ଗୌତମ ସାହୁ ଦୁର୍ଘଟଣାଗ୍ରସ୍ତ ଗାଡ଼ିକୁ ଜବତ କରି ତଦନ୍ତ ଚଳାଇଛନ୍ତି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ରାସ୍ତା ପାର୍‌ ହେଉଥିବା ବେଳେ ଧକ୍କା ଦେଲା ଅଜଣା ଗାଡ଼ି, ଚାଲିଗଲା ବୃଦ୍ଧଙ୍କ ଜୀବନ,ପୋଲିସ୍‌ର…

ଦିଗପହଣ୍ଡି,୫/୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ରାୟଗଡ଼ା ୩୨୬ ନମ୍ବର ଜାତୀୟ ରାଜପଥ ଧର୍ମପୁର ଗ୍ରାମ ମୁଖ୍ୟରାସ୍ତାରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ସଡ଼କ ଦୁର୍ଘଟଣା…

ନେପାଳ ବନ୍ୟା: ୧୩ ଶହ ଟପିଲା ମୃତ୍ୟୁ ସଂଖ୍ୟା, ଏବେ ବି ୫,୦୦୦ ନିଖୋଜ

କାଠମାଣ୍ଡୁ,୫ା୯: ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ସୁଦ୍ଧା ମୃତ୍ୟୁ ସଂଖ୍ୟା ୧,୩୪୪ରେ ପହଞ୍ଚିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକରୁ ଅଧିକ…

ଚାପୁଡ଼ାର ପ୍ରତିଶୋଧ ନେବାକୁ ଆକ୍ରମଣ! ଗ୍ରାମ୍ୟକମିଟି ସଭ୍ୟଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ, ୪ ଗିରଫ, ରକ୍ତଭିଜା ଖଣ୍ଡା…

ଦିଗପହଣ୍ଡି,୫। ୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମର ଗ୍ରାମ୍ୟକମିଟି ସଭ୍ୟ ବନମାଳୀ ବିଷୋୟୀଙ୍କ ପୁଅ ପ୍ରେମା ଓରଫ ପ୍ରେମାନନ୍ଦ…

ବରଗଡ଼ରେ ଠିକାଦାରଙ୍କୁ ଅପହରଣ ଘଟଣା: ୪୮ ଘଣ୍ଟାରେ ଅଭିଯୁକ୍ତଙ୍କୁ ଗିରଫ ଦାବି କଲା ବିଜେଡି, ନହେଲେ ଆନ୍ଦୋଳନ…

ବରଗଡ଼,୫।୯ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ନିର୍ବାଚନମଣ୍ଡଳୀରେ ଜଣେ ଠିକାଦାରଙ୍କୁ ଅପହରଣ ଓ ଟେଣ୍ଡର ପ୍ରକ୍ରିୟାକୁ ନେଇ ଉପୁଜିଥିବା ଘଟଣାକୁ ନେଇ ବିଜେଡି ପକ୍ଷରୁ ଶନିବାର…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

ଜିଲା ଯୁବ କଂଗ୍ରେସ ସଭାପତିରୁ ଓପିସିସି ସମ୍ପାଦକ: ମହମ୍ବଦ ସାହେବଙ୍କୁ ମିଳିଲା ଗୁରୁଦାୟିତ୍ୱ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): ନିଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି) ସଭାପତିଙ୍କ ଅନୁମୋଦନ କ୍ରମେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (ଓପିସିସି) ପାଇଁ କାର୍ଯ୍ୟକାରୀ କମିଟି ଓ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri