ଏଣିକି ଯାଞ୍ଚ ହେବ ସ୍କୁଲ ବସ୍‌, ଖିଲାପ ଥିଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୨୧ା୭: ଏଣିକି ସ୍କୁଲ ବସ୍‌ରେ ନିୟମିତ ଯାଞ୍ଚ ହେବ। ସ୍କୁଲ ବସ୍‌ରେ ଅଗ୍ନି ନିରାପତ୍ତା ନିୟମ ପାଳନକୁ ସୁନିଶ୍ଚିତ କରିବା ଦିଗରେ ରାଜ୍ୟ ପରିବହନ ପ୍ରାଧିକରଣ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି। ବସ୍‌ ଭିତରେ ଅଗ୍ନି ନିରାପତ୍ତା ନିୟମ ଠିକ୍‌ ଭାବରେ ପାଳନ କରାଯାଉଛି କି ନାହିଁ ତାହା  ଯାଞ୍ଚ ହେବ। ଏଥିରେ ଖିଲାପ ହେଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ପରିବହନ କମିଶନର ଅମିତାଭ ଠାକୁର ସୂଚନା ଦେଇଛନ୍ତି। ସବୁ ଆର୍‌ଟିଓଙ୍କୁ ଚିଠି ଲେଖି ନିର୍ଦ୍ଦେଶ ଦେଇଛନ୍ତି ପରିବହନ କମିଶନର। ଛାତ୍ରୀଛାତ୍ରଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଏପରି କଡ଼ା ପଦକ୍ଷେପ ନିଆଯାଉଥିବା ସେ କହିଛନ୍ତି।

କେନ୍ଦ୍ରୀୟ ମୋଟର ଯାନ ନିୟମ (ସିଏମ୍‌ଭିଆର୍‌)ଅନୁଯାୟୀ, ସ୍କୁଲ ବସ୍‌ରେ ଅଗ୍ନି ନିରାପତ୍ତା ବ୍ୟବସ୍ଥାର ସଠିକ୍‌ ଅନୁପାଳନ ହେବା ଅନିବାର୍ଯ୍ୟ। ଅଗ୍ନି ନିରାପତ୍ତା ନିୟମ ଠିକ୍‌ ଭାବରେ ପାଳନ ହେଉଛି କି ନାହିଁ ସେ ସମ୍ପର୍କରେ ବିଭିନ୍ନ ସମୟରେ ରାଜ୍ୟ ପ୍ରାଧିକରଣ ପଦକ୍ଷେପ ଗ୍ରହଣ କରି ଆସିଥିବାବେଳେ ଆଗକୁ ଏହାକୁ ଅଧିକ ବ୍ୟାପକ କରିବାକୁ ନିଷ୍ପତ୍ତି ହୋଇଛି। ବସ୍‌ଗୁଡ଼ିକର ଅଗ୍ନି ନିରାପତ୍ତା ବ୍ୟବସ୍ଥା ଉପରେ ତୀକ୍ଷ୍‌ଣ ନଜର ରଖାଯିବ। ସମସ୍ତ ଜୋନ୍‌ ଉପପରିବହନ ଆୟୁକ୍ତ ଏବଂ ଆଞ୍ଚଳିକ ପରିବହନ ଅଧିକାରୀମାନେ ନିୟମିତ ଭାବେ ଏହାର ଯାଞ୍ଚ କରିବେ। କୌଣସି ସ୍କୁଲ ବସ୍‌ ଏହାର ଉଲ୍ଲଙ୍ଘନ କଲେ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ପରିବହନ କମିଶନର ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ

କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ…

୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…

ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?