Posted inଜାତୀୟ

ମନ୍ତ୍ରୀଙ୍କ ସ୍ବାଗତ ପାଇଁ ସ୍କୁଲ ପିଲାଙ୍କୁ ରାସ୍ତାରେ ଛିଡ଼ା କରାଗଲା, ଭିଡ଼ିଓ ଭାଇରାଲ ବିବାଦ ବଢ଼ିଲା…

ମୁମ୍ବାଇ,୮।୭ : ମହାରାଷ୍ଟ୍ରରେ ଅଜିତ ପାୱାର ଦଳର କ୍ୟାବିନେଟ ମନ୍ତ୍ରୀ ଅନିଲ ପାଟିଲଙ୍କ ସ୍ବାଗତକୁ ନେଇ ରାଜନୈତିକ ବାକ ଯୁଦ୍ଧ ଆରମ୍ଭ ହୋଇଛି। ମନ୍ତ୍ରୀଙ୍କ ସ୍ବାଗତ ପାଇଁ ସ୍କୁଲ ପିଲାମାନଙ୍କୁ ରାସ୍ତା କଡ଼ରେ ଠିଆ କରାଇବା ନେଇ ଶିବସେନା (ଉଦ୍ଧବ) ସମର୍ଥକ ସରକାରଙ୍କୁ ଘେରିବା ଆରମ୍ଭ କରିଛନ୍ତି। ଉଦ୍ଧବ ଠାକରେଦଳ ମୁଖପାତ୍ର ଆନନ୍ଦ ଦୁବେ କହିଛନ୍ତି ମନ୍ତ୍ରୀ ତାଙ୍କ ସ୍ବାଗତ ଏବଂ ଅଭିବାଦନ ପାଇଁ ସ୍କୁଲ ପିଲାମାନଙ୍କୁ ବ୍ୟବହାର ବନ୍ଦ କରିବା ଉଚିତ। କେତେ ଦିନ ପର୍ଯ୍ୟନ୍ତ ସରକାର ଏଭଳି ନିନ୍ଦନୀୟ ରାଜନୀତିରେ ବ୍ୟସ୍ତ ରହିବେ। ଅପରାଧୀଙ୍କ ବିରୋଧରେ କେବେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ?

ବାସ୍ତବରେ, ଏନସିପି କୋଟାରୁ ମନ୍ତ୍ରୀ ହୋଇଥିବା ଅନିଲ ପାଟିଲ ତାଙ୍କ ଦଳ ସହିତ ଉତ୍ତର ମହାରାଷ୍ଟ୍ରର ବିଧାନସଭା ନିର୍ବାଚନମଣ୍ଡଳୀରେ ପହଞ୍ଚିଥିଲେ। ତାଙ୍କୁ ସ୍ବାଗତ କରିବା ପାଇଁ ରାସ୍ତାରେ ଠିଆ ହୋଇଥିବା ସ୍କୁଲ ପିଲାମାନଙ୍କର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏହି ପୁରା ଘଟଣା ଜାଲଗାଓଁ ଜିଲାର ଅମାଲନର୍‌ ତହସିଲର। ଭିଡିଓରେ ଏକ ଆଶ୍ରମ ବିଦ୍ୟାଳୟର ପିଲାମାନେ ରାସ୍ତାରେ ଠିଆ ହୋଇଥିବା ଦେଖିବାକୁ ମିଳିଛି, ଗୋଟିଏ ପଟେ ବାଳିକା ଏବଂ ଅନ୍ୟ ପଟେ ବାଳକମାନେ।

ମହାରାଷ୍ଟ୍ରର ଆଶ୍ରମ ବିଦ୍ୟାଳୟଗୁଡ଼ିକ ଅନୁସୂଚିତ ଜାତି ଏବଂ ଅନୁସୂଚିତ ଜନଜାତି ଛାତ୍ରମାନଙ୍କ ପାଇଁ ଆବାସିକ ବିଦ୍ୟାଳୟ । ଭିଡିଓରେ ଦେଖାଯାଉଛି ଜୋତା ଏବଂ ଚପଲ ନ ଥିବା ପିଲାମାନେ ଅନୀଲ ପାଟିଲଙ୍କ ଅପେକ୍ଷା କରି ରାସ୍ତାରେ ବସିଛନ୍ତି। ଜୁଲାଇ ୨ ରେ ପାଟିଲ ଅନ୍ୟ ଆଠ ଜଣ ଏନସିପି ବିଧାୟକଙ୍କ ସହ ରାଜ୍ୟ ସରକାରରେ ମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଥିଲେ। ମନ୍ତ୍ରୀଙ୍କ କାର ଆସିବା ମାତ୍ରେ ପିଲାମାନେ ଠିଆ ହୋଇଥିଲେ। ସେମାନଙ୍କ ମଧ୍ୟରୁ କେତେକ ମନ୍ତ୍ରୀଙ୍କୁ ନମସ୍କାର ମଧ୍ୟ କରିଥିଲେ। ଏହି ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା ମାତ୍ରେ ଅନେକ ପ୍ରତିକ୍ରିୟା ଆସିବା ଆରମ୍ଭ ହୋଇଛି। ଲୋକମାନେ ସରକାରଙ୍କ ଉପରେ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ତେବେ ଏପର୍ଯ୍ୟନ୍ତ ମନ୍ତ୍ରୀ କିମ୍ବା ସ୍ଥାନୀୟ ପ୍ରଶାସନ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

ଇତିହାସ ରଚିଲେ ଭାରତର ସୁନା ଝିଅ, ହକି ଇଣ୍ଡିଆ କଲା ନୋଟ୍ ବର୍ଷା!

ନୂଆଦିଲ୍ଲୀ,୨।୧୦: ଏସୀୟ କ୍ରୀଡ଼ାରେ ଭାରତୀୟ ମହିଳା ହକି ଦଳ ଇତିହାସ ସୃଷ୍ଟି କରିଛି। ଫାଇନାଲ୍ ମ୍ୟାଚ୍‌ରେ ଡିଫେଣ୍ଡିଂ ଚାମ୍ପିଅନ୍ ଚାଇନାକୁ ୧-୦ ଗୋଲ୍‌ରେ ପରାସ୍ତ କରି ସଲିମା…

ଗୁଜରାଟ ୟୁସିସି ବିଲ୍‌କୁ ରାଷ୍ଟ୍ରପତିଙ୍କ ମିଳିଲା ମଞ୍ଜୁରୀ

ଅହମଦାବାଦ,୨ା୧୦: ଗୁଜରାଟ ସମାନ ନାଗରିକ ସଂହିତା (ୟୁସିସି) ବିଲ୍‌କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଫଳରେ ଏହା କାର୍ଯ୍ୟକାରୀ ହେବା ଲାଗି ପଥ ପରିଷ୍କାର…

IND vs WI Playing 11: ତୃତୀୟ ଦିନିକିଆରେ ଅଧିନାୟକ ନେବେ ସାହସିକ ପଦକ୍ଷେପ! Playing 11ରେ ପରିବର୍ତ୍ତନ ନିଶ୍ଚିତ !

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟ ଇଣ୍ଡିଜ ମଧ୍ୟରେ ତୃତୀୟ ଦିନିକିଆ ମ୍ୟାଚ ଶନିବାର, ଅକ୍ଟୋବର ୩ରେ ଖେଳାଯିବ। ନିୟୁ ଚଣ୍ଡିଗଡ଼ସ୍ଥିତ ପିସିଏ (PCA) ଆନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମ…

୪୪ ବର୍ଷ ପରେ ସ୍ବର୍ଣ୍ଣ ପଦକ ଜିତି ଇତିହାସ ସୃଷ୍ଟି କଲା ଭାରତୀୟ ମହିଳା ହକି ଦଳ

ନୂଆଦିଲ୍ଲୀ,୨।୧୦: ଭାରତୀୟ ମହିଳା ହକି ଦଳ ୨୦୨୬ ଏସୀୟ କ୍ରୀଡ଼ାରେ ଇତିହାସ ସୃଷ୍ଟି କରିଛି। ଫାଇନାଲ ମ୍ୟାଚରେ ଚାଇନାକୁ ୧-୦ ଗୋଲରେ ପରାସ୍ତ କରି ଭାରତୀୟ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?