ଭୁବନେଶ୍ୱର,୩ା୬(ବ୍ୟୁରୋ): ଚଳିତବର୍ଷ ଜୁନ୍ ୩୦ ସୁଦ୍ଧା ସରକାରୀ ଓ ସରକରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟଗୁଡିକର ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରୀଛାତ୍ରଙ୍କୁ ମାଗଣା ୟୁନିଫର୍ମ ପୋଷାକ ବଣ୍ଟନ କରିବ ଗଣଶିକ୍ଷା ବିଭାଗ। ଏଥିଲାଗି ବିଭାଗ ପକ୍ଷରୁ ଗାଇଡ୍ଲାଇନ ଜାରି କରାଯାଇଛି। ମାସ ଶେଷ ସୁଦ୍ଧା ବଣ୍ଟନ ପ୍ରକ୍ରିୟା ସୁନିଶ୍ଚିତ କରିବାକୁ ସମସ୍ତ ଜିଲା ଅଧିକାରୀଙ୍କୁ ଓସେପା ନିର୍ଦ୍ଦେଶକ ଚିଠି ଲେଖି ଜଣାଇଛନ୍ତି। ପ୍ରତ୍ୟକ ଛାତ୍ରୀଛାତ୍ରଙ୍କୁ ୫୦୦ ଟଙ୍କା ମୂଲ୍ୟରେ ୨ ହଳ ସ୍କୁଲ ୟୁନିଫର୍ମ ପୋଷାକ, ୨୦୦ ଟଙ୍କା ମୂଲ୍ୟରେ ୧ ହଳ ଜୋତା ଓ ୨ ହଳ ମୋଜା ପ୍ରଦାନ କରାଯିବ। ସେହିପରି ୧୨୫ ଟଙ୍କା ମୂଲ୍ୟରେ ଗୋଟିଏ ଟି-ଶାର୍ଟ ଓ ୧୨୫ ଟଙ୍କାରେ ଗୋଟିଏ ଟ୍ରାକ୍ ପ୍ୟାଣ୍ଟ, ୩୦ ଟଙ୍କାରେ ଗୋଟିଏ ଟୋପି ଓ ୨୦ ଟଙ୍କା ମୂଲ୍ୟରେ ଗୋଟିଏ ପରିଚୟ ପତ୍ର ପ୍ରଦାନ କରାଯିବ। ପିଲାଙ୍କ ପିଛା ଖର୍ଚ୍ଚ ହେଉଥିବା ୧ ହଜାର ଟଙ୍କା ମଧ୍ୟରୁ ୬୦୦ ଟଙ୍କା ସମଗ୍ର ଶିକ୍ଷା ଯୋଜନାରୁ ଓ ୪୦୦ ଟଙ୍କା ରାଜ୍ୟ ସରକାରଙ୍କ ଗଙ୍ଗାଧର ମେହେର ଶିକ୍ଷା ମାନକ ବୃଦ୍ଧି ଯୋଜନାରୁ ଖର୍ଚ୍ଚ କରାଯିବ। ଅନ୍ୟପକ୍ଷରେ ଚଳିତ ୨୦୨୩-୨୪ ଶିକ୍ଷାବର୍ଷରୁ ଗଣଶିକ୍ଷା ବିଭାଗ ଦ୍ୱାରା ରାଜ୍ୟରେ ମୁଖ୍ୟମନ୍ତ୍ରୀ ଶିକ୍ଷକ ପରିଧାନ ଯୋଜନା ଆରମ୍ଭ ହେବାକୁ ଯାଉଛି। ସେହିଭଳି ଚଳିତ ବର୍ଷଠାରୁ ଗଙ୍ଗାଧର ମେହେର ଶିକ୍ଷା ମାନକ ବୃଦ୍ଧି ଯୋଜନାରେ ଛାତ୍ରୀଛାତ୍ରଙ୍କୁ ସାଇକେଲ ଆବଣ୍ଟନ ଅର୍ଥରାଶି ମଧ୍ୟ ବୃଦ୍ଧି କରାଯାଇଛି। ପୂର୍ବରୁ ସାଇକେଲ ବାବଦକୁ ଛାତ୍ରୀଛାତ୍ରଙ୍କୁ ୨୬୦୦ ଟଙ୍କା ମିଳୁଥିବାବେଳେ ଏବେ ୩୫୦୦ ଟଙ୍କା ଦିଆଯିବ। ୨୦୨୩ ସୁଦ୍ଧା ସମସ୍ତ ସ୍କୁଲରେ ଆଇଟି ଲାବ ପ୍ରତିଷ୍ଠା କରାଯିବ। ଏଥିସହ ଖୁବ୍ଶୀଘ୍ର ପ୍ରାଥମିକ ସ୍କୁଲ ପିଲାଙ୍କୁ ପାଠ୍ୟ ପୁସ୍ତକ ପ୍ରଦାନ କରାଯିବ ବୋଲି ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ମଧ୍ୟପ୍ରାଚ୍ୟ ଉତ୍ତେଜନା ଉପରେ ପାକିସ୍ତାନର ‘ମଧ୍ୟସ୍ଥତା’: ଇରାନ ସ୍ପଷ୍ଟ କଲା ମତ, ଇସ୍ରାଏଲ କହିଲା – ପାକିସ୍ତାନ ଉପରେ ଭରସା ନାହିଁ
ତେହରାନ,୫।୪: ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ, କୂଟନୈତିକ କାର୍ଯ୍ୟକଳାପ ତୀବ୍ର ହୋଇଛି। ଏହି ସମୟରେ, ଇରାନର ଉପ-ବୈଦେଶିକ ମନ୍ତ୍ରୀ ସେୟଦ ଆବାସ ଆରାକଚି…
ଲିଙ୍ଗରାଜଙ୍କୁ ଉଠାଇ ନେଲା ପୋଲିସ, ବିରୋଧ କରି ଏକାଠି ହେଲେ ଡଙ୍ଗରିଆ
କଲ୍ୟାଣସିଂହପୁର,୫ା୪(ଦୀପକ କୁମାର ପରିଡ଼ା): ଲିଙ୍ଗରାଜ ଆଜାଦଙ୍କୁ ପୋଲିସ ଉଠାଇ ନେଇ ଥିବାରୁ ଏହାକୁ ବିରୋଧ କରି ପୁଣି ଏକାଠି ହୋଇଛନ୍ତି ନିୟମଗିରିରେ ବସବାସ କରୁଥିବା ଦଙ୍ଗରିଆ। ରାୟଗଡ଼ା…
ଭିଡ଼ିଓ ଶେୟାର କରି ଆମେରିକାକୁ ବଡ଼ ଝଟକା ଦେଲା ଇରାନ, ପାଇଲଟଙ୍କୁ ଉଦ୍ଧାର କରିବାକୁ ଆସିଥିବା ଏୟାରକ୍ରାପ୍ଟ ଧ୍ୱଂସ!
ତେହରାନ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ସେନା ୪୮ ଘଣ୍ଟା ଧରି ଲୁଚି ରହିବା ପରେ ଏକ ଉଦ୍ଧାର କାର୍ଯ୍ୟ ପରେ ଏହାର ଜଣେ ବାୟୁସେନା…
ଟୋଲ ଗେଟରେ ଆଉ ଲାଗିବ ନାହିଁ ଲମ୍ବା ଲାଇନ, ସରକାର ବଦଳାଇବେ ପେମେଣ୍ଟ ସିଷ୍ଟମ
ନୂଆଦିଲ୍ଲୀ,୫।୪: ଯଦି ଆପଣ ପ୍ରାୟତଃ ରାଜପଥରେ ଯାତ୍ରା କରନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ଟୋଲ ପ୍ଲାଜାରେ ନଗଦ ଦେୟକୁ ସମ୍ପୂର୍ଣ୍ଣ…
ଭାଜପାରେ ଯୋଗଦେବେ ରାଘବ ଚଢା? ମୋଦିଙ୍କ ସମାଲୋଚନା କରିଥିବା ପୋଷ୍ଟ କଲେ ଡିଲିଟ୍, ବଢିଲା ହଲଚଲ
ନୂଆଦିଲ୍ଲୀ,୫।୪: ଦେଶର ରାଜନୈତିକ ମହଲରେ ଏବେ ଏକ ବଡ଼ ଧରଣର ଚର୍ଚ୍ଚା ଜୋର ଧରିଛି। ଆମ ଆଦମୀ ପାର୍ଟିର ବରିଷ୍ଠ ନେତା ତଥା ଏମ୍ପି ରାଘବ ଚଢା…
ତାରାତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରଙ୍କ ସଚିବ: ପୂଜାର୍ଚ୍ଚନା କରି ନେଲେ ଆଶୀର୍ବାଦ
ପୁରୁଷୋତ୍ତମପୁର,୫ା୪(ସବିତା ମିଶ୍ର): ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦିତୀୟ ପ୍ରମୁଖ ସଚିବ ତଥା ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଓ ତାଙ୍କ ସ୍ତ୍ରୀ ରବିବାର ଗଞ୍ଜାମ…
ଦିନରେ ନିଆଁ ବର୍ଷା, ଅପରାହ୍ନରେ ମାଡ଼ି ଆସୁଛି କାଳବୈଶାଖୀ, ଆଜି ୩ ଜିଲାରେ ହେବ…
ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେବ ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଛି। ଏପରିକି ଦିନରେ ନିଆଁ ବର୍ଷା ହେଉଥିବାବେଳେ ଅପରାହ୍ନରେ ମାଡ଼ି…
ଗୋଟିଏ ପଟେ ଯୁଦ୍ଧ, ଅନ୍ୟପଟେ ଟଙ୍କା ରୋଜଗାର କରିବାରେ ବ୍ୟସ୍ତ ହୋଇ ପଡିଛନ୍ତି ଟ୍ରମ୍ପଙ୍କ ପୁଅ!
ଓ୍ବାଶିଂଟନ,୫।୪: ଆମେରିକା ଏବଂ ଇରାନ ମଧ୍ୟରେ ସମ୍ଭାବ୍ୟ ସଂଘର୍ଷକୁ ନେଇ ଉତ୍ତେଜନାପୂର୍ଣ୍ଣ ପରିବେଶ ମଧ୍ୟରେ, ଏକ ନୂତନ ବିବାଦ ଦେଖାଦେଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପୁଅ…
Archives

