ଛତ୍ରପୁର ୨୦।୪(ଦିଲ୍ଲୀପ ସାମଲ ): ପ୍ରବଳ ଗ୍ରୀଷ୍ମ ପ୍ରବାହ ଏବଂ ଗୁଳୁଗୁଳିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ସ୍କୁଲ ଛୁଟି ଘୋଷଣା କରାଯାଇଛି। ଜିଲାର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଏବଂ ବେସରକାରୀ ସ୍କୁଲଗୁଡ଼ିକ ଆସନ୍ତା ୨୧ ତାରିଖରୁ ୨୩ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ। ଶିଶୁ ବାଟିକାରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ପିଲାଙ୍କ ପାଇଁ ଏହି ନିୟମ ଲାଗୁ ହେବ। ତେବେ, ପୂର୍ବରୁ ନିର୍ଦ୍ଧାରିତ ପଞ୍ଚମ ଓ ଅଷ୍ଟମ ଶ୍ରେଣୀର ସପ୍ଲିମେଣ୍ଟାରୀ ପରୀକ୍ଷା ନିୟମିତ ଭାବେ ଅନୁଷ୍ଠିତ ହେବ। ଏହି ସମୟରେ ବିଦ୍ୟାଳୟର ପ୍ରଶାସନିକ କାର୍ଯ୍ୟ ଏବଂ ଅନ୍ୟାନ୍ୟ ଜରୁରୀ କାମ ଚାଲୁ ରହିବ ବୋଲି ଜିଲା ଶିକ୍ଷା ଅଧିକାରୀଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ଏନେଇ ଜିଲାପାଳ ମଧ୍ୟ ସୂଚନା ଦେଇଛନ୍ତି।

