କୋରାପୁଟରେ ସ୍କୁଲ ଛୁଟି ଘୋଷଣା: କାଲିଠୁ ଏତିକି ଦିନ ପର୍ଯ୍ୟନ୍ତ…

କୋରାପୁଟ,୨୨ା୪(ଅମିତାଭ ବେହେରା): ସାରା ଓଡ଼ିଶାରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ପରିସ୍ଥିତିକୁ ଦୃଷ୍ଟିରେ ରଖି ଛାତ୍ରୀଛାତ୍ରଙ୍କୁ ପ୍ରଚଣ୍ଡ ଗରମରୁ ରକ୍ଷା କରିବା ପାଇଁ ସତର୍କତାମୂଳକ ପଦକ୍ଷେପ ସ୍ବରୂପ କୋରାପୁଟ ଜିଲାରେ ଜିଲାପାଳ ମନୋଜ ସତ୍ୟବାନ ମହାଜନ ସମସ୍ତ ସ୍କୁଲକୁ ଆସନ୍ତାକାଲି ଅର୍ଥାତ୍‌ ଗୁରୁବାରଠାରୁ ୨୫ ତାରିଖ ପର୍ଯ୍ୟନ୍ତ ଛୁଟି ଘୋଷଣା କରିଛନ୍ତି।

ଏହି ଆଦେଶନାମା ଅନୁଯାୟୀ ଶିଶୁ ବାଟିକାଠାରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନ ପାଇଁ ଲାଗୁ ହେବ। ତଥାପି ଶିକ୍ଷକ ଓ ଅନ୍ୟ ସ୍କୁଲ କର୍ମଚାରୀମାନେ ପ୍ରତିଦିନ ସକାଳ ୬ଟା ୩୦ରୁ ୧୦ଟା ୩୦ ପର୍ଯ୍ୟନ୍ତ ସ୍କୁଲରେ ଉପସ୍ଥିତ ରହିବେ ବୋଲି ନିର୍ଦ୍ଦେଶ ଜାରି ହୋଇଛି। ଜିଲା ପ୍ରଶାସନଙ୍କ ପକ୍ଷରୁ ଏହି ପଦକ୍ଷେପ ଛାତ୍ରୀଛାତ୍ରଙ୍କ ସ୍ବାସ୍ଥ୍ୟ ସୁରକ୍ଷାକୁ ମୁଖ୍ୟତଃ ଧ୍ୟାନରେ ରଖି ଏହି ନିର୍ଦ୍ଦେଶନାମା ଜାରି କରାଯାଇଛି।

ସେହିପରି ଅନୁଗୋଳ, କେନ୍ଦ୍ରାପଡ଼ା ଏବଂ ସମ୍ବଲପୁର ଜିଲା ପ୍ରଶାସନ ପକ୍ଷରୁ ମଧ୍ୟ ସ୍କୁଲଗୁଡ଼ିକୁ ଅସ୍ଥାୟୀ ଭାବେ ବନ୍ଦ ଘୋଷଣା କରାଯାଇଛି।

କେନ୍ଦ୍ରାପଡ଼ା ଏବଂ କୋରାପୁଟ ଜିଲା ଶିକ୍ଷା କାର୍ଯ୍ୟାଳୟ (DEOs) ପକ୍ଷରୁ ୨୩ ଏପ୍ରିଲରୁ ୨୫ ଏପ୍ରିଲ ପର୍ଯ୍ୟନ୍ତ ସମ୍ପୃକ୍ତ ଜିଲାର ସମସ୍ତ ସ୍କୁଲକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଜାରି କରାଯାଇଛି।

ସମ୍ବଲପୁର ଜିଲାରେ ଗ୍ରୀଷ୍ମ ପ୍ରବାହ ପରିସ୍ଥିତିକୁ ଦୃଷ୍ଟିରେ ରଖି ପ୍ରଶାସନ ୨୩ ଏପ୍ରିଲରୁ ୨୭ ଏପ୍ରିଲ ପର୍ଯ୍ୟନ୍ତ ସ୍କୁଲ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଥିବାବେଳେ ପୁଣି ବନ୍ଦ ଅବଧିକୁ ବୃଦ୍ଧି କରିଛନ୍ତି।

ଅନୁଗୋଳ ଜିଲା ପ୍ରଶାସନ ମଧ୍ୟ ୨୩ ଏପ୍ରିଲରୁ ୨୫ ଏପ୍ରିଲ ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି।

ଭୁବନେଶ୍ୱରର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଅନୁଯାୟୀ, ମଙ୍ଗଳବାର ସାରା ଓଡ଼ିଶାରେ ଅତି କମ୍‌ରେ ୧୮ଟି ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ସେଲସିୟସ କିମ୍ବା ତା’ଠାରୁ ଅଧିକ ରେକର୍ଡ କରାଯାଇଛି। ରାଜ୍ୟର ସବୁଠାରୁ ଉତ୍ତପ୍ତ ସ୍ଥାନ ଭାବରେ ଝାରସୁଗୁଡା ଉଭା ହୋଇଛି, ଯେଉଁଠାରେ ସର୍ବାଧିକ ତାପମାତ୍ରା ୪୩.୬ ଡିଗ୍ରୀ ସେଲସିୟସ୍‌ ରେକର୍ଡ କରାଯାଇଛି।

Dharitri –Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

ମୋଦିଙ୍କ ପାଇଁ ଚକୋଲେଟ୍‌ର ‘ଇଣ୍ଡିଆ ଗେଟ୍‌’ ଆଣିଥିଲେ ବେଲଜିୟମ ପ୍ରଧାନମନ୍ତ୍ରୀ, ଭାରତରେ ପହଞ୍ଚିବା ପରେ ଘଟିଲା ଏମିତି କିଛି!

ନୂଆଦିଲ୍ଲୀ,୫।୯: ଭାରତ ଗସ୍ତରେ ଆସିଥିବା ବେଲଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭର୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆଣିଥିଲେ ଏକ ଅତ୍ୟନ୍ତ ନିଆରା ଉପହାର। ଭାରତର ପ୍ରସିଦ୍ଧ…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

ବୈଦେଶିକ ମୁଦ୍ରାଭଣ୍ଡାରରେ ୧୧ ବିଲିୟନ ଡଲାର ବୃଦ୍ଧି

ନୂଆଦିଲ୍ଲୀ,୫ା୯: ଅଗଷ୍ଟ ୨୮ ସୁଦ୍ଧା ଶେଷ ହୋଇଥିବା ସପ୍ତାହରେ ଭାରତର ବୈଦେଶିକ ମୁଦ୍ରାଭଣ୍ଡାର ପରିମାଣରେ ୧୧.୪୭୫ ବିଲିୟନ ଡଲାର ବୃଦ୍ଧି ଘଟିବା ସହ ମୋଟ ଭଣ୍ଡାର ପରିମାଣ…

୧.୮୫ କୋଟି ଗ୍ରାହକଙ୍କ ସହ ଜିଓ ଓଡ଼ିଶାରେ ଅଗ୍ରଣୀ

ଭୁବନେଶ୍ୱର, ୫ା୯: ସାରା ଦେଶ ସହ ଓଡ଼ିଶାରେ ମଧ୍ୟ ରିଲାଏନ୍ସ ଜିଓ ୫ ସେପ୍ଟେମ୍ବର ୨୦୧୬ରେ ବ୍ୟବସାୟିକ ଟେଲିସେବା ଆରମ୍ଭ କରିଥିଲା। ୧୦ ବର୍ଷ ମଧ୍ୟରେ ଜିଓ…

ସେପ୍ଟେମ୍ବର ୧୫ରୁ ବନ୍ଦ ହୋଇପାରେ ଦୋକାନୀଙ୍କ ୟୁପିଆଇ

ନୂଆଦିଲ୍ଲୀ,୫ା୯: ଅନ୍‌ଲାଇନ ପେମେଣ୍ଟ ବ୍ୟବସ୍ଥାକୁ ନେଇ ଏବେ ଦେଶରେ ୧୦ ଲକ୍ଷ କ୍ଷୁଦ୍ର ବ୍ୟବସାୟୀ ସଙ୍କଟରେ ପଡ଼ିଛନ୍ତି। କାରଣ ସେମାନଙ୍କ କଓ୍ବୋଇସି ପ୍ରକ୍ରିୟା ଏ ପର୍ଯ୍ୟନ୍ତ ଶେଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri