ପ୍ରବଳ ବର୍ଷା: ମଙ୍ଗଳବାର ସ୍କୁଲ ଛୁଟି ଘୋଷଣା

ଭୁବନେଶ୍ୱର,୯।୯: ଆସନ୍ତାକାଲି ଅର୍ଥାତ୍‌ ମଙ୍ଗଳବାର ମାଲକାନଗିରିରେ ସ୍କୁଲ ଏବଂ ଅଙ୍ଗନଓ୍ବାଡି କେନ୍ଦ୍ର ଛୁଟି ଘୋଷଣା। ପ୍ରବଳ ବର୍ଷା ଯୋଗୁ ଜିଲାପାଳ ସୋମବାର ଛୁଟି ଘୋଷଣା କରିଛନ୍ତି। ମାଲକାନଗିରିର ବହୁସ୍ଥାନରେ ବର୍ଷାଜଳ ଯୋଗୁ ଯାତାୟାତ ବାଧାପ୍ରାପ୍ତ ହୋଇଛି ଏବଂ ସ୍ଥାନୀୟ ଜନସାଧାରଣ ମଧ୍ୟ ପ୍ରଭାବିତ ହୋଇଛନ୍ତି।

ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କର ଦୁଇଦିନିଆ ସମ୍ବଲପୁର ଗସ୍ତରୁ ଫେରିବା ବେଳେ ସମ୍ବଲପୁରଠାରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ସହ କୋରାପୁଟ ଓ ମାଲକାନଗିରି ଜିଲାରେ ପ୍ରବଳ ବର୍ଷାଜନିତ କ୍ଷୟକ୍ଷତି ନେଇ ଆଲୋଚନା କରିଛନ୍ତି । ଏଥି ସହିତ ମୁଖ୍ୟମନ୍ତ୍ରୀ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଉପକୂଳବର୍ତ୍ତୀ ଅଞ୍ଚଳରେ ସମ୍ଭାବ୍ୟ ବର୍ଷା ପାଇଁ ନିଆଯାଇଥିବା ସତର୍କତାମୂଳକ ପଦକ୍ଷେପ ବାବଦରେ ମଧ୍ୟ ଆଲୋଚନା କରିଥିବା ଜଣାପଡିଛି।

କୋରାପୁଟ ଓ ମାଲକାନଗିରିର ବହୁସ୍ଥାନରେ ବର୍ଷାଜଳ ଯୋଗୁ ଲୋକେ ପାଣି ଘେରରେ ଅଛନ୍ତି। ଏହି ସମସ୍ୟାର ସମାଧାନ ପାଇଁ ଏସଆରସିଙ୍କ ସମେତ ଦୁଇ ଜିଲାର ଜିଲାପାଳଙ୍କୁ ତୁରନ୍ତ ପଦକ୍ଷେପ ନେବା ପାଇଁ ନିର୍ଦ୍ଦେଶ ଦେବା ପାଇଁ ରାଜସ୍ବ ମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀ କହିଥିଲେ।

ବର୍ଷାଜନିତ ସମସ୍ୟା ପାଇଁ ଏନଡିଆରଏଫ୍‌ ଟିମ୍‌ ୪ ଜିଲା ଗସ୍ତ କରିଛନ୍ତି। ସେହି ଜିଲାଗୁଡିକ ହେଉଛି ଗଞ୍ଜାମ, ପୁରୀ, କଟକ, ନୟାଗଡ଼। ଏହି ଚାରି ଜିଲାକୁ ଗୋଟିଏ ଲେଖାଏ ଏନଡିଆରଏଫ୍‌ ଟିମ ଯାଇଛନ୍ତି। ପୂର୍ବରୁ ବନ୍ୟା ପ୍ରଭାବିତ ମାଲକାନଗିରି ଯାଇଥିଲେ ଏନଡିଆରଏଫ୍‌ ଟିମ ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ୨୦୦୦କୁ ବୃଦ୍ଧି ପାଇବ ଡାକ୍ତରୀ ସିଟ୍‌

ଭୁବନେଶ୍ୱର, ୬ା୮(ରବିନାରାୟଣ ଜେନା): ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଲୋକଙ୍କ ନିକଟତ୍ତର କରିବା ଏବଂ ଡାକ୍ତର ଅଭାବ ପୂରଣ କରିବାକୁ ସରକାର ଗୁରୁତ୍ୱ ଦେଉଛନ୍ତି। ଏହି କ୍ରମରେ ଭାଜପା ସରକାର…

ଶ୍ରୀମନ୍ଦିର ପ୍ରଶାସନ ନାଁରେ ନକଲି ନିଯୁକ୍ତିପତ୍ର ଭାଇରାଲ

ପୁରୀ,୬ା୮(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିର ପ୍ରଶାସନ ନାଁରେ ଏକ ନକଲି ନିଯୁକ୍ତିପତ୍ର ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଉକ୍ତ ଚିଠିରେ ଉଲ୍ଲେଖ ରହିଛି ଯେ, ପୁରୀ ଜିଲାର…

ଆୟୁଷ୍ମାନ୍‌ କାର୍ଡରେ କ୍ୟାନ୍‌ସର ଚିକିତ୍ସା ପାଇଁ ଆଉ ୯୧ ପ୍ୟାକେଜ ସାମିଲ

ଭୁବନେଶ୍ୱର,୬ା୮(ସୁଚିସ୍ମିତା ସାହୁ): ରାଜ୍ୟର କର୍କଟ ରୋଗୀଙ୍କୁ ଅଧିକ ଉନ୍ନତମାନର ଦେୟମୁକ୍ତ ଚିକିତ୍ସା ସୁବିଧା ଯୋଗାଇବା ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କ୍ୟାନ୍‌ସର କେୟାର ଅଭିଯାନ ଅଧୀନରେ…

ତେଲ ବଜାରରେ ବଡ଼ ହଲଚଲ: ଜାରି ହେଲା ପେଟ୍ରୋଲ- ଡିଜେଲର ନୂଆ ଦାମ୍‌,ଦେଖନ୍ତୁ…

ନୂଆଦିଲ୍ଲୀ,୬।୮: ସରକାରୀ ତେଲ କମ୍ପାନୀଗୁଡ଼ିକ ଆଜି ଅର୍ଥାତ୍‌ ଅଗଷ୍ଟ ୬ ତାରିଖ ପାଇଁ ପେଟ୍ରୋଲ ଏବଂ ଡିଜେଲର ତାଜା ଦାମ୍‌ ଜାରି କରିଛନ୍ତି। ଆଜି ଦେଶର ଅଧିକାଂଶ…

ଆଜିଠୁ ମୁଖ୍ୟମନ୍ତ୍ରୀଙ୍କ ୩ ଦିନିଆ ନୂଆଦିଲ୍ଲୀ ଗସ୍ତ

ଭୁବନେଶ୍ୱର,୬।୮(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାରଠାରୁ ୩ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯିବେ। ଓଡ଼ିଶା ଫୁଡ୍‌ ପ୍ରୋସେସିଂ -୨୦୨୬ ଆଣ୍ଡ ଇନ୍‌ଭେଷ୍ଟର ରୋଡ୍‌ ଶୋ କାର୍ଯ୍ୟକ୍ରମରେ…

୧୨ରେ ରାଜ୍ୟ କ୍ୟାବିନେଟ: ଏହି ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର,୬ା୮(ରବିନାରାୟଣ ଜେନା): ରାଜ୍ୟର ବିକାଶକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ୧୨ରେ ରାଜ୍ୟ କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଲୋକସେବା ଭବନର ତୃତୀୟ…

ଧାରଣାରତ ମହିଳାଙ୍କୁ ପୋଲିସ ଭ୍ୟାନ୍‌ରେ ପୂରାଇ ଭଙ୍ଗାଗଲା ଘର

ବଲାଙ୍ଗୀର ଜିଲାର ଲୋୟର ସୁକ୍‌ତେଲ ପ୍ରକଳ୍ପ ପ୍ରଭାବିତ ଲୋଇସିଂହା ବ୍ଲକ ତବଲବାଞ୍ଜି ଗଁାରେ ବୁଧବାର ବିସ୍ଥାପନ ପ୍ରକ୍ରିୟା ଆରମ୍ଭ ହୋଇଛି। ଉପଯୁକ୍ତ କ୍ଷତିପୂରଣ ଏବଂ ଉଚିତ ଥଇଥାନ…

ଭାଜପା ନେତାଙ୍କୁ ଛୁରି ଭୁସି ହତ୍ୟା, ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ଭବାନୀପାଟଣା,୫।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ. ରାମପୁର ଥାନା ଡମକର୍ଲାଖୁଣ୍ଟାର ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ୱାମୀ ତଥା ଭାଜପା ନେତା ଫକୀର ରଣାଙ୍କୁ ବୁଧବାର ସନ୍ଧ୍ୟାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri