ଚିନ୍ତା ବଢାଇଲାଣି କରୋନା: ପୁଣେରେ ସ୍କୁଲ-କଲେଜ ବନ୍ଦ, ଲାଗୁ ହୋଇପାରେ ନାଇଟ୍ କର୍ଫ୍ୟୁ

ମୁମ୍ବାଇ,୨୧ ।୨: ମହାରାଷ୍ଟ୍ରରେ କରୋନା ସଂକ୍ରମଣ ପୁଣିଥରେ ବୃଦ୍ଧି ପାଇଛି । ଏହାକୁ ଦେଖି ପୁଣେରେ ସ୍କୁଲ-କଲେଜ ବନ୍ଦ କରି ଦିଆଯାଇଛି । ଏହାସହ ମହାରାଷ୍ଟ୍ର ସରକାର ରାଜ୍ୟରେ ନାଇଟ୍ କର୍ଫ୍ୟୁ ଲଗାଇବା କଥା ଚିନ୍ତା କରୁଛନ୍ତି । ରବିବାର ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ଏହାକୁ ନେଇ ଏକ ବୈଠକ କରିବେ ବୋଲି ଜଣାପଡିଛି । ତେବେ ପୁଣେରେ ବେଳକୁ ବେଳ କରୋନା ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ସମସ୍ତ ସ୍କୁଲ-କଲେଜକୁ ବନ୍ଦ କରି ଦିଆଯାଇଛି । ପୁଣେର ଡିଭିଜନାଲ କମିଶନର କହିଛନ୍ତି ରାତି ୧୧ଟାରୁ ୬ଟା ପର୍ଯ୍ୟନ୍ତ ଜରୁରୀକାଳିନ ସେବା ବ୍ୟତୀତ ଅନ୍ୟ କହାକୁ ଯାଆ ଆସ କରିବାକୁ ଅନୁମତି ପ୍ରଦାନ କରାଯିବ ନାହିଁ ।  ସେପଟେ ଫେବୃୟାରୀ ଶେଷ ପର୍ଯ୍ୟନ୍ତ ସ୍କୁଲ-କଲେଜ ବନ୍ଦ ରହିବ । ଆଉ କରୋନାର ନୂଆ ଗାଇଡ ଲାଇନ ସୋମବାରଠାରୁ ଲାଗୁ ହେବ ବୋଲି ସେ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍‌ , ସିସିଟିଭିରେ…

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍‌ ହେଉଛି। ପୋଲିସ…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

ଅର୍ଥମନ୍ତ୍ରୀଙ୍କ ଭାଇରାଲ୍ ଭିଡିଓ ଉପରେ ଚନ୍ଦ୍ରବାବୁ ନାଇଡୁଙ୍କ ବଡ଼ ବୟାନ, କହିଲେ ମୁଁ ଭିଡ଼କୁ….

ନୂଆଦିଲ୍ଲୀ,୪।୧୦: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏକ ଭାଇରାଲ୍ ଭିଡିଓକୁ ନେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଓ କଂଗ୍ରେସ ରାଜ୍ୟ ସଭା ଏମପି ଜୟରାମ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?