ସ୍କୁଲ କମିଟି ସଭାପତିଙ୍କୁ ଚାପୁଡ଼ା ମାରିଲେ ବିଡିଓ

ଭଦ୍ରକ ଅଫିସ/ ବନ୍ତ,୧୭।୩ (ଡି.ଏନ.ଏ):ସ୍କୁଲ ପରିଚାଳନା କମିଟି ସଭାପତିକୁ ଚାପୁଡ଼ା ମାରିଲେ ବିଡିଓ। ସ୍କୁଲରେ ୫-ଟି କାର୍ଯ୍ୟ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ ନିମନ୍ତେ ବ୍ଲକ ପ୍ରଶାସନ ଆସିଥିବା ବେଳେ କମିଟି ସଭାପତି ଏହାକୁ ବିରୋଧ କରିବାରୁ ବିଡିଓ ତାଙ୍କ ଉପରକୁ ହାତ ଉଠାଇଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି ଭଦ୍ରକ ଜିଲା ବନ୍ତ ବ୍ଲକ ଅଧୀନ ସେଣ୍ଢତୀରା ପଞ୍ଚାୟତ ଶିଆଳିଆ ନୋଡାଲ ହାଇସ୍କୁଲରେ। ପରିଚାଳନା କମିଟି ସଭାପତି ରଞ୍ଜନ କୁମାର ବାରିକଙ୍କୁ ବିଡିଓ ପ୍ରଦୀପ ସେଠୀ ହାତ ଉଠାଇ ମାରିଥିବାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି।
ଘଟଣାରୁ ପ୍ରକାଶ ଯେ, ୩ୟ ପର୍ଯ୍ୟାୟରେ ଶିଆଳିଆ ନୋଡାଲ ହାଇସ୍କୁଲ ୫-ଟି ରୂପାନ୍ତରଣରେ ସ୍ଥାନ ପାଇଛି। ହେଲେ ମାଟ୍ରିକ୍‌ ପରୀକ୍ଷା ପୂର୍ବରୁ ପ୍ରଧାନ ଶିକ୍ଷକଙ୍କୁ ଅନ୍ୟତ୍ର ବଦଳି କରାଯାଇଛି। ଏହାକୁ ପରିଚାଳନା କମିଟି ସମେତ ଅଭିଭାବକମାନେ ବିରୋଧ କରିଥିଲେ। ପ୍ରଧାନ ଶିକ୍ଷକଙ୍କୁ ବିଦ୍ୟାଳୟକୁ ଫେରାଇ ଆଣିବା ପାଇଁ ସେମାନେ ଚଳିତମାସ ୬ତାରିଖରେ ଜିଲାପାଳଙ୍କୁ ଲିଖିତ ଭାବେ ଜଣାଇଥିଲେ। ଏଥିସହ ସ୍କୁଲରେ ୫-ଟି କାର୍ଯ୍ୟ ଅତି ନିମ୍ନମାନର ହେଉଥିବା ନେଇ ୧୩ ତାରିଖରେ ମୁଖ୍ୟମନ୍ତ୍ରୀ, ଶିକ୍ଷାମନ୍ତ୍ରୀ ଓ ୫-ଟି ସଚିବଙ୍କୁ ଦରଖାସ୍ତ କରିଥିଲେ। ଏସବୁ ସମସ୍ୟାର ସମାଧାନ ହୋଇ ନ ଥିବାବେଳେ ଗୁରୁବାର ବ୍ଲକ ପ୍ରଶାସନ ପକ୍ଷରୁ ବିଡିଓ, କନିଷ୍ଠ ଯନ୍ତ୍ରୀ ପ୍ରଜ୍ଞା ପାରମିତା ମହାନ୍ତି ଓ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଶ୍ରଦ୍ଧା ସୁମନ ନାଥ ସ୍ଥାନୀୟ ପୋଲିସ ସହାୟତାରେ ୫-ଟି କାର୍ଯ୍ୟର ଭିତ୍ତିପ୍ରସ୍ତର ସ୍ଥାପନ କରିବାକୁ ବିଦ୍ୟାଳୟକୁ ଆସିଥିଲେ। ସରପଞ୍ଚ ପ୍ରଶାନ୍ତ ଦାସ, ପୂର୍ବତନ ସରପଞ୍ଚ ପ୍ରଶାନ୍ତ ସାମଲ ପ୍ରମୁଖ ଉପସ୍ଥିତ ଥିଲେ। ସ୍କୁଲ ପରିଚାଳନା କମିଟି ସଭାପତି ରଞ୍ଜନଙ୍କ ସମେତ ସଭ୍ୟ ଓ ଅଭିଭାବକମାନେ ଏହାକୁ ବିରୋଧ କରିଥିଲେ। ବିଦ୍ୟାଳୟକୁ ପ୍ରଧାନ ଶିକ୍ଷକଙ୍କୁ ଫେରାଇ ନ ଆଣିଲେ କାର୍ଯ୍ୟ କରାଇଦେବୁ ନାହିଁ ବୋଲି ରଞ୍ଜନ କହିବାରୁ ବିଡିଓ ସେଠୀ ହଠାତ୍‌ ରାଗିଯାଇ ତାଙ୍କ ଉପରକୁ ହାତ ଉଠାଇଥିଲେ। ଏହାକୁ ନେଇ ସେଠାରେ ଉତ୍ତେଜନା ଦେଖାଦେଇଥିଲା। ବନ୍ତ ପୋଲିସ ସ୍ଥିତି ନିୟନ୍ତ୍ରଣ କରିଥିଲା। ଏ ସମ୍ପର୍କରେ ବିଡିଓ ସେଠୀଙ୍କୁ ପଚାରିବାରୁ ସେଠାରେ ଯୁକ୍ତିତର୍କ ହୋଇଥିଲା, କିନ୍ତୁ ହାତ ଉଠାଇବା କଥା ମିଛ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri