ଗ୍ରୀଷ୍ମଛୁଟି ସତ୍ତ୍ୱେ ଚାଲିଲା ସ୍କୁଲ

ମଙ୍ଗୁଳି-ଜଗତପୁର,୨୬।୪(ମାନସ ସାମଲ): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ରାଜ୍ୟ ସରକାର ଏପ୍ରିଲ ୨୫ରୁ ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ଗ୍ରୀଷ୍ମଛୁଟି ଘୋଷଣା କରିଛନ୍ତି। ତେବେ ଗୁରୁବାର ସମସ୍ତ ବିଦ୍ୟାଳୟ ବନ୍ଦ ରହିଥିବାବେଳେ ଟାଙ୍ଗୀ- ଚୌଦ୍ୱାର ବ୍ଲକ ବାଣୀପଦା ପଞ୍ଚାୟତ ଅଧୀନରେ ଥିବା ଉତ୍କଳ ଇଣ୍ଟରନ୍ୟାଶନାଲ ସ୍କୁଲ ସ୍ବାଭାବିକ ଭାବେ ଚାଲୁ ରହିଥିବା ଦେଖିବାକୁ ମିଳିଛି। ସ୍କୁଲର ଏହି ନିଷ୍ପତ୍ତିକୁ ଅଭିଭାବକ ନାପସନ୍ଦ କରିଥିବାବେଳେ ସ୍କୁଲ ପକ୍ଷରୁ ପିଲାଙ୍କୁ ସମସ୍ତ ଛୁଟି ଦିନରେ ପାଠ ପଢିବାକୁ ଛାଡିବାକୁ ଏକ ମେସେଜ ଜାରି ହୋଇଛି।
ମୁତାବକ, ଗୁରୁବାର ସକାଳୁ ବିଦ୍ୟାଳୟ ବସ୍‌ରେ ଚୌଦ୍ୱାରର ସମସ୍ତ ଅଞ୍ଚଳରୁ ଛାତ୍ରୀଛାତ୍ରଙ୍କୁ ସାଧାରଣ ପୋଷାକରେ ସ୍କୁଲକୁ ଅଣାଯାଇ ପାଠପଢ଼ା ଚାଲିଥିଲା। ଖବର ପାଇ କିଛି ଗଣମାଧ୍ୟମ ପ୍ରତିନିଧି ସ୍କୁଲ ଛୁଟି ଦିନରେ କାହିଁକି ଖୋଲା ରହିଛି ବୋଲି ସ୍କୁଲ ପ୍ରତିଷ୍ଠାତା ଗଣେଶ ପ୍ରସାଦ ବେହେରାଙ୍କୁ ପ୍ରଶ୍ନ କରିଥିଲେ। ଆହୁରି ମଧ୍ୟ କହିଥିଲେ ଏହି ସ୍କୁଲ୍‌ଟି ରାଜ୍ୟ ସରକାରଙ୍କ ନୁହେଁ, କେନ୍ଦ୍ର ସରକାରଙ୍କ ସ୍ବୀକୃତିପ୍ରାପ୍ତ, ତେଣୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଆମକୁ ବନ୍ଦ କରିବାକୁ କୌଣସି ସୂଚନା ମିଳିନାହିଁ। ଯେବେ କେନ୍ଦ୍ର ସରକାର କିଛି ନିୟମ କରିବେ ଆମେ ତାକୁ ମାନିବୁ ବୋଲି ବେହେରା କହିଥିଲେ। ଅପରପକ୍ଷେ ଗତ ୨ ଦିନ ତଳେ କଟକରେ ଜନୈକ ଛାତ୍ରୀଙ୍କ ଅଂଶୁଘାତରେ ମୃତ୍ୟୁ ହୋଇଥିବା ଘଟଣାର ଭୟ ଅଭିଭାବକଙ୍କ ମନରୁ ଲିଭିନି। ଅଭିଭାବକ ସାମ୍ନାକୁ ନ ଆସି ସ୍କୁଲ୍‌ର ଏଭଳି ମନମାନିକୁ ବିରୋଧ କରି ହ୍ବାଟର୍‌ସଆପ୍‌ ମାଧ୍ୟମରେ ମୋବାଇଲରୁ ମୋବାଇଲ୍‌ ଭାଇରାଲ କରିବା ସହ ଆଇନ ଉଲ୍ଲଂଘନକାରୀଙ୍କ ସ୍ବେଚ୍ଛାଚାରିତାକୁ ଲୋକଲୋଚନକୁ ଆଣିବାକୁ ଗଣମାଧ୍ୟମର ସହାୟତା ଲୋଡିଛନ୍ତି। ଏନେଇ ଜିଲା କିମ୍ବା ବ୍ଲକ ଶିକ୍ଷା ଅଧିକାରୀଙ୍କ ପ୍ରତିକ୍ରିୟା ମିଳି ପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

୨୧ ସେପ୍ଟେମ୍ବର ପର୍ଯ୍ୟନ୍ତ ୩ ରାଶିଙ୍କ ଗୋଲ୍ଡେନ ସମୟ: ହାତକୁ ଆସିବ ପ୍ରବଳ ଟଙ୍କା, ମିଳିବ ମନପସନ୍ଦ ଚାକିରି!

ଭୁବନେଶ୍ୱର: ବର୍ତ୍ତମାନ ବୁଧ ନିଜ ରାଶି କନ୍ୟାରେ ଅବସ୍ଥାନ କରିବା ସହ ହସ୍ତ ନକ୍ଷତ୍ରରେ ଗୋଚର କରୁଛନ୍ତି। ନିଜ ରାଶିରେ ବୁଧଙ୍କ ଅବସ୍ଥିତି ତାଙ୍କୁ ଅଧିକ ପ୍ରଭାବଶାଳୀ…

ବଲାଙ୍ଗୀରରେ ନୂଆଁଖାଇ ଉତ୍ସାହ: ମା’ ପାଟଣେଶ୍ୱରୀ, ମା’ ସମଲେଶ୍ୱରୀଙ୍କଠାରେ ନବାନ୍ନ ଅର୍ପଣ

ବଲାଙ୍ଗୀର, ୧୫।୯ (ସୁନିଲ କୁମାର ମହାନ୍ତି): ଗଣପର୍ବ ନୂଆଁଖାଇ ପାଇଁ ମଙ୍ଗଳବାର ବଲାଙ୍ଗୀର ଜିଲାର ପୁରପଲ୍ଲୀ ଉତ୍ସବମୁଖର ହୋଇଉଠିଛି। ଜିଲାର ବିଭିନ୍ନ ଗାଁ ଓ ସହରରେ ଉତ୍ସାହ…

ଏତିକିରୁ ଅଧିକ ଟ୍ରାଞ୍ଜାକ୍ସନ କଲେ ପଡ଼ିବ ଚାର୍ଜ, ରାହୁଲ ଆଣିଲେ ସାଂଘାତିକ ଅଭିଯୋଗ: ଆମେରିକା ଚାପରେ ସରକାର…

ନୂଆଦିଲ୍ଲୀ,୧୫।୯: ଦେଶର ଡିଜିଟାଲ ପେମେଣ୍ଟ ବ୍ୟବସ୍ଥାର ଅନ୍ୟତମ ପ୍ରମୁଖ ମାଧ୍ୟମ UPIକୁ ନେଇ ଏବେ ରାଜନୈତିକ ବିବାଦ ଚର୍ଚ୍ଚା ଜୋର୍‌ ହୋଇଛି। କଂଗ୍ରେସ ନେତା ରାହୁଲ ଗାନ୍ଧୀ…

ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ, ଚେତାବନୀ ଜାରି କଲା…

ନୂଆଦିଲ୍ଲୀ,୧୫।୯: ଅକ୍ଟୋବରରୁ ଡିସେମ୍ବର ମଧ୍ୟରେ ଉତ୍ତର ଭାରତ ମହାସାଗର, ବିଶେଷକରି ବଙ୍ଗୋପସାଗର ଓ ଆରବ ସାଗରରେ ଘୂର୍ଣ୍ଣିିଝଡ଼ କାର୍ଯ୍ୟକଳାପ ବଢ଼ିବାର ସମ୍ଭାବନା ରହେ। ଏହି ସମୟକୁ ଭାରତର…

ସିଂହବାହିନୀଙ୍କ ଆଗମନୀ ପାଇଁ ଦିଗପହଣ୍ଡିରେ ଜୋରଦାର ପ୍ରସ୍ତୁତି

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ୧ ନଂ ୱାର୍ଡ଼ ପୁଞ୍ଜିକଂୟା ଛକ ସ୍ଥିତ ମା ‘ ସିଂହବାହିନୀ ଦୂର୍ଗାପୂଜା କମିଟିର ପ୍ରସ୍ତୁତି ବୈଠକ…

ଆଣ୍ଡ୍ରଏଡ୍‌ ୟୁଜର୍ସ ସାବଧାନ! ଫୋନ୍‌ରେ ରହିଛି ଏକାଧିକ ସୁରକ୍ଷା ତ୍ରୁଟି, ତୁରନ୍ତ କରନ୍ତୁ ଏହି କାମ

ନୂଆଦିଲ୍ଲୀ,୧୫।୯: ଆଣ୍ଡ୍ରଏଡ୍‌ ଫୋନ୍‌ ବ୍ୟବହାର କରୁଥିଲେ ସାବଧାନ । ଭାରତ ସରକାରଙ୍କ କମ୍ପ୍ୟୁଟର ଇମର୍ଜେନ୍ସି ରେସପନ୍ସ ଟିମ୍‌ (CERT-In) ପକ୍ଷରୁ ଆଣ୍ଡ୍ରଏଡ୍‌ ୟୁଜର୍ସଙ୍କ ପାଇଁ ହାଇ-ରିସ୍କ ସୁରକ୍ଷା…

ସମ୍ବଲପୁରରେ ପାଳିତ ହେଲା ନୂଆଁଖାଇ; ମା’ ସମଲେଶ୍ୱରୀଙ୍କ ପୀଠରେ ଲାଗି ହେଲା ନବାନ୍ନ

ସମ୍ବଲପୁର,୧୫।୯(ପ୍ରମୋଦ ବହିଦାର): ପଶ୍ଚିମ ଓଡ଼ିଶାର ମହାନ କୃଷିଭିତ୍ତିକ ଗଣପର୍ବ ନୂଆଁଖାଇ ପାଇଁ ସାରା ସମ୍ବଲପୁର ଉତ୍ସବମୁଖର ହୋଇଉଠିଛି । ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ପୀଠରେ…

ନନ୍ଦିଗ୍ରାମ ଉପନିର୍ବାଚନ ପାଇଁ BJPର ମାଷ୍ଟରଷ୍ଟ୍ରୋକ, ଜାଣନ୍ତୁ କାହାକୁ କଲା ପ୍ରାର୍ଥୀ: ଟିଏମ୍‌ସି ପ୍ରାର୍ଥୀଙ୍କ ସହ ହେବ ଜୋରଦାର୍‌ ଲଢେଇ

କୋଲକାତା,୧୫।୯: ପଶ୍ଚିମବଙ୍ଗର ନନ୍ଦିଗ୍ରାମ ବିଧାନସଭା ଆସନର ଉପନିର୍ବାଚନକୁ ନେଇ ଭାଜପା ବଡ଼ ଦାଉ ଖେଳିଛି। ଦଳ ଏହି ଆସନ ପାଇଁ ହାସିରାଣୀ ରଥଙ୍କୁ ପ୍ରାର୍ଥୀ କରିଛି। ହାସିରାଣୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?