Posted inଜାତୀୟ

ସ୍କୁଲ ଶିକ୍ଷା: ଓଡ଼ିଶାର ଉନ୍ନତ ପ୍ରଦର୍ଶନ

ନୂଆଦିଲ୍ଲୀ, ୧୯।୬ (ପି.ଟି.): ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ବୁଧବାର ଜାରି ହୋଇଥିବା ୨୦୨୩-୨୪ ପର୍ଫମିଂ ଗ୍ରେଡ୍‌ ଇଣ୍ଡେକ୍ସ (ପିଜିଆଇ) ଅନୁଯାୟୀ, ଶ୍ରେଷ୍ଠ ପ୍ରଦର୍ଶନକାରୀ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକ ମଧ୍ୟରେ ଚଣ୍ଡିଗଡ଼, ପଞ୍ଜାବ, ଦିଲ୍ଲୀ, ଗୁଜରାଟ ଏବଂ ଓଡ଼ିଶା ରହିଛି। ଏହି ରିପୋର୍ଟରେ ସ୍କୁଲ ଶିକ୍ଷା କ୍ଷେତ୍ରରେ ବିଭନ୍ନ ଜିଲାର ପର୍ଫମିଂ ଗ୍ରେଡ୍‌ ଇଣ୍ଡେକ୍ସ (ପିଜିଆଇ-ଡି) ପଏଣ୍ଟ ଜରିଆରେ ରାଜ୍ୟ ଏବଂ କେନ୍ଦ୍ର ଶାସିତ ଅଞ୍ଚଳଗୁଡ଼ିକର ପ୍ରଦର୍ଶନକୁ ମୂଲ୍ୟାଙ୍କନ କରାଯାଇଛି। ଅନ୍ୟାନ୍ୟ ଶ୍ରେଷ୍ଠ ପ୍ରଦର୍ଶନକାରୀ ରାଜ୍ୟ ଏବଂ କେନ୍ଦ୍ର ଶାସିତ ଅଞ୍ଚଳଗୁଡ଼ିକ ମଧ୍ୟରେ କେରଳ, ଡାମନ ଏବଂ ଡିଉ, ହରିୟାଣା, ଗୋଆ, ମହାରାଷ୍ଟ୍ର ଏବଂ ରାଜସ୍ଥାନ ରହିଛି। ସ୍କୁଲ ଶିକ୍ଷା କ୍ଷେତ୍ରରେ ମେଘାଳୟ ହେଉଛି ସବୁଠାରୁ ନିମ୍ନ ପ୍ରଦର୍ଶନକାରୀ ରାଜ୍ୟ। ହାରାହାରି ପ୍ରଦର୍ଶନକାରୀ ରାଜ୍ୟ ଏବଂ କେନ୍ଦ୍ର ଶାସିତ ଅଞ୍ଚଳଗୁଡ଼ିକ ମଧ୍ୟରେ ପୁଡୁଚେରୀ, ହିମାଚଳ ପ୍ରଦେଶ, ଆଣ୍ଡାମାନ ଏବଂ ନିକୋବର ଦ୍ୱୀପପୁଞ୍ଜ, ତାମିଲନାଡ଼ୁ, କର୍ନାଟକ, ପଶ୍ଚିମବଙ୍ଗ ରହିଛନ୍ତି। ଫଳାଫଳ, ପ୍ରଭାବଶାଳୀ ଶ୍ରେଣୀଗୃହ ଶିକ୍ଷାଦାନ, ଭିତ୍ତିଭୂମି ସୁବିଧା, ବିଦ୍ୟାଳୟ ଏବଂ ଶିଶୁ ସୁରକ୍ଷା, ଡିଜିଟାଲ ଶିକ୍ଷଣ ଏବଂ ଶାସନ ପ୍ରକ୍ରିୟା ଆଦି ୬ଟି ଶ୍ରେଣୀରେ ୭୪ଟି ବିଭିନ୍ନ ଇଣ୍ଡିକେଟର ସହ ଏହି ରିପୋର୍ଟରେ ପ୍ରତ୍ୟକ ଜିଲାକୁ ସର୍ବାଧିକ ୬୦୦ରୁ ବିଭିନ୍ନ ପଏଣ୍ଟ ଦିଆଯାଇଛି। ସ୍କୁଲ ଶିକ୍ଷା କ୍ଷେତ୍ରରେ ଗତ ୨ ବର୍ଷ ମଧ୍ୟରେ ସର୍ବାଧିକ ପ୍ରଗତି କରିଥିବା ରାଜ୍ୟଗୁଡ଼ିକ ମଧ୍ୟରେ ଓଡ଼ିଶା, ହିମାଚଳ ପ୍ରଦେଶ, ତେଲଙ୍ଗାନା, ଚଣ୍ଡିଗଡ଼ ଏବଂ ଗୋଆ ରହିଛନ୍ତି। ସେହିପରି ଗତ ୨ ବର୍ଷ ମଧ୍ୟରେ ଛତିଶଗଡ଼, ପଞ୍ଜାବ ଏବଂ ପଶ୍ଚିମବଙ୍ଗର ସ୍କୁଲ ଶିକ୍ଷା ପ୍ରଦର୍ଶନରେ ତୀବ୍ର ହ୍ରାସ ଘଟିଥିବା ଏହି ରିପୋର୍ଟ କହିଛି। ସମୟ ସହ ସ୍କୁଲ ଶିକ୍ଷା କ୍ଷେତ୍ରରେ ଦେଶର ଶୀର୍ଷ ଏବଂ ନିମ୍ନ ପ୍ରଦର୍ଶନକାରୀ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକ ମଧ୍ୟରେ ବ୍ୟବାଧାନ ହ୍ରାସ ପାଇଥିବା ନେଇ ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

‘ଝିଅଙ୍କୁ ସ୍କର୍ଟ ପିନ୍ଧାଇ ସ୍କୁଲ ଛାଡନ୍ତୁନି’… ସ୍ୱାସ୍ଥ୍ୟମନ୍ତ୍ରୀ ଦେଲେ ଏମିତି ବୟାନ, ହେଉଛି ଚର୍ଚ୍ଚା

କୋଲକାତା,୫।୯: ପଶ୍ଚିମବଙ୍ଗର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ଶରଦ୍ୱତ ମୁଖାର୍ଜୀ ରାଜ୍ୟର ସମସ୍ତ ସ୍କୁଲକୁ ପରାମର୍ଶ ଦେଇଛନ୍ତି ଯେ, ଡେଙ୍ଗୁ ଋତୁରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ହାତ-ଗୋଡ଼ ସମ୍ପୂର୍ଣ୍ଣ ଘୋଡ଼ାଇ ହୋଇ…

ବଞ୍ଜାରା ଗ୍ୟାଙ୍ଗର ୫ ମହିଳାଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୫।୯: ନୟାପଲ୍ଲୀ ପୋଲିସ ଶନିବାର ବଞ୍ଜାରା ଲୁଟେରା ଗ୍ୟାଙ୍ଗର ୫ଜଣ ମହିଳାଙ୍କୁ ଧରିବାରେ ସକ୍ଷମ ହୋଇଛି। ଗରଫ ସମସ୍ତ ମହିଳା ମହାରାଷ୍ଟ୍ରର ବୋଲି ସୂଚନା ମିଳିଛି। ପୋଲିସ…

୫ ଦିନ ହେଲା ‘ଆଜି ନୁହେଁ, କାଲି ଦେବୁ’ କହି ଭଣ୍ଡାଉଛନ୍ତି ଗ୍ୟାସ ବିତରକ: ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତାରୋକ

ରାଜନଗର, ୫।୯(ଭାସ୍କର ରାଉତରାୟ): ଦୀର୍ଘଦିନ ଧରି ରାଜନଗର ଅଞ୍ଚଳରେ ଗ୍ୟାସ ଯୋଗାଣକୁ ନେଇ ଗ୍ରାହକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଗ୍ୟାସ ବିତରକମାନେ ବିଭିନ୍ନ…

ଭୟଙ୍କର! ଏଭରେଷ୍ଟକୁ ତରଳାଉଛି ମଣିଷ ପରିସ୍ରା? ୩୨ ବର୍ଷର ଭାଙ୍ଗିଲା ରେକର୍ଡ, ଦୁଇ ଗୁଣା ସ୍ପିଡ୍‌ରେ ତରଳୁଛି ବରଫ

ନୂଆଦିଲ୍ଲୀ,୫।୯: ମାଉଣ୍ଟ ଏଭରେଷ୍ଟକୁ ନଷ୍ଟ କରୁଛି ମଣିଷର ପରିସ୍ରା! ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଏହା ହିଁ ସବୁଠାରୁ ବଡ଼ ସତ… ଯେଉଁ ଏଭରେଷ୍ଟକୁ ଜିତିବା ପାଇଁ…

ପରିବର୍ତ୍ତନ ହେବ କି RCBର ନାମ? ମୁହଁ ଖୋଲିଲେ ଚେୟାରମ୍ୟାନ ଆର୍ଯ୍ୟମାନ ବିର୍ଲା

ନୂଆଦିଲ୍ଲୀ,୫।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତିଲା। ଏହା ଦଳର ଲଗାତାର ଦ୍ୱିତୀୟ ଟ୍ରଫି। ପୂର୍ବ ସିଜିନ ଆରମ୍ଭ ହେବା ପୂର୍ବରୁ ଫ୍ରାଞ୍ଚାଇଜର…

ନେପାଳ ବନ୍ୟା: ୧୧ ଦିନ ପରେ ଚମତ୍କାର: ପଙ୍କ କାଦୁଅ ଭିତରୁ ଜୀବିତ ଉଦ୍ଧାର ହେଲେ ମହିଳା

କାଠମାଣ୍ଡୁ,୫।୯: ନେପାଳର ନୂଆକୋଟ ଜିଲାର ବେତ୍ରାବତୀ ଅଞ୍ଚଳରେ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟ ସମୟରେ ଏକ ଉଲ୍ଲେଖନୀୟ ଘଟଣା ସାମ୍ନାକୁ ଆସିଛି। ତ୍ରିଶୂଳୀ ନଦୀ ଅଞ୍ଚଳରେ ପ୍ରବଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri