ପ୍ରବେଶ ଉତ୍ସବ ଓ ଖଡ଼ି ଛୁଆଁ କାର୍ଯ୍ୟକ୍ରମ

ତୁମୁଡିବନ୍ଧ,୯ା୪(ଦୀପକ କୁମାର ପରାସେଠ):କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଳକ ତୁମୁଡିବନ୍ଧ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମଙ୍ଗଳବାର ପ୍ରବେଶ ଉତ୍ସବ ଓ ଖଡ଼ି ଛୁଆଁ ଶିକ୍ଷା ସଚେତନ ରଥ ପରିକ୍ରମା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହାକୁ ପ୍ରଧାନ ଶିକ୍ଷକ ପ୍ରଭାତ ସାହୁ ପରିଚାଳନା କରିଥିଲେ। ପ୍ରଥମେ ବିଦ୍ୟାଳୟର ପିଣ୍ଡାରେ ଛାତ୍ରୀମାନେ ପାରମ୍ପରିକ ଝୋଟି କାଟି ଶୁଭ କଲସ ରଖି ଧୂପ ଦୀପ ଜାଳି ଶିକ୍ଷା ରଥକୁ ସ୍ବାଗତ କରିଥିଲେ। ଅତିଥି ତୁମୁଡିବନ୍ଧ ସିଆରସିସି ସିପାନା ମାଝୀ, ଶିକ୍ଷକ ତ୍ରିନାଥ ପରାସେଠ ଓ ପଦ୍ମନାଭ ମାଝିଙ୍କୁ ଫୁଲ ତୋଡ଼ା ଦେଇ ସ୍ବାଗତ ସମ୍ବର୍ଦ୍ଧନା କରିଥିଲେ। ଜାତୀୟ ଶିକ୍ଷା ନୀତି ୨୦୨୦ ଅନୁସାରେ ପ୍ରାଥମିକ ବିଦ୍ୟାଳୟରେ ଶିଶୁବାଟିକାରେ ପ୍ରଥମେ ଶିଶୁମାନଙ୍କ ନାମ ଲେଖାଯିବ। ୬ବର୍ଷରୁ ଅଧିକ ବୟସର ଶିଶୁଙ୍କ ପ୍ରଥମ ଶ୍ରେଣୀରେ ନାମ ଲେଖାଇବା ପାଇଁ ସରକାରଙ୍କ ନିର୍ଦ୍ଦେଶ ରହିଛି। ତାହାକୁ କାର୍ଯ୍ୟକାରୀ କରିବା ପାଇଁ ତୁମୁଡିବନ୍ଧ ଗୋଷ୍ଠୀ ଶିକ୍ଷାଧିକାରୀ ପବିତ୍ର ଗଡ଼ତ୍ୟା ଶିକ୍ଷା ରଥ ମାଧ୍ୟମରେ ବ୍ଲକର ପ୍ରତ୍ୟେକ ବିଦ୍ୟାଳୟକୁ ପହଞ୍ଚତ୍ ସଚେତନ କରୁଛନ୍ତି। ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ସହ ଶିକ୍ଷକ ସୀମାଞ୍ଚଳ ନାୟକ, ଶିକ୍ଷୟିତ୍ରୀ ଜୀବଲତା ସେନାପତି, ମିନତି ମହାନ୍ତି ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କମ୍ୟୁନିଟି ସେଣ୍ଟର ସ୍ଥାନାନ୍ତର ଉଦ୍ୟମକୁ ବିରୋଧ: ବିରୋଧ କଲା ଜିଲା ଆଦିବାସୀ କଲ୍ୟାଣ ସଂଘ

ଅମରପାଲି,୧୭/୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଲପଦର ପଞ୍ଚାୟତର ହୋତାପାଲି ( ସୁରଧାପାଲି) ଠାରେ ନିର୍ମାଣ ହେବାକୁ ଥିବା ଏକ କମ୍ୟୁନିଟି ସେଣ୍ଟର...

୧୨ ଘଣ୍ଟିଆ ଦେବଗଡ଼ ବନ୍ଦ: ଆନ୍ଦୋଳନକାରୀଙ୍କୁ ଉଠାଇନେଲା ପୋଲିସ…

ଦେବଗଡ,୧୭।୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୁରୁଣା ଡାକ୍ତରଖାନାରେ ୨୪ ଘଣ୍ଟିଆ ସ୍ବାସ୍ଥ୍ୟସେବା ଦାବିରେ ବନ୍ଦ ଡାକରା ଦେଇଛି ଜିଲା ମହିଳା ଏକତା ମଞ୍ଚ। ସକାଳ ୬ରୁ...

୮ ଦିନ ମଧ୍ୟରେ କିଡନୀ ରୋଗରେ ୩ ଜଣଙ୍କ ମୃତ୍ୟୁ ଘଟଣା: ରକ୍ତ, ପାନୀୟ ଜଳ ନମୁନା ସଂଗ୍ରହ

ଅମରପାଲି,୧୭ା୧୨(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲଶ ବୀରମହାରାଜପୁର ବ୍ଲକର ଉପାନ୍ତ ଅଞ୍ଚଳରେ କିଡ଼ନୀ ରୋଗରେ ୮ ଦିନ ମଧ୍ୟରେ ୩ ଜଣଙ୍କ ମୃତ୍ୟୁ ଘଟିଥିଲା। ଏନେଇ ଧରିତ୍ରୀରେ ଖବର...

ଶୀତ ମହୋତ୍ସବ ହେବ ଉତ୍ସବମୁଖର: ସାଂସ୍କୃତିକ କାର୍ଯ୍ୟକ୍ରମକୁ ଆକୃଷ୍ଟ ପାଇଁ ଲକ୍ଷ୍ୟ

ଦାରିଙ୍ଗବାଡି,୧୭।୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଶୀତ ମହୋତ୍ସବ ନେଇ ତୃତୀୟଥର ପାଇଁ ପ୍ରସ୍ତୁତି ବୈଠକ ବ୍ଲକ ସଭାଗୃହ ଠାରେ ହୋଇଯାଇଛି। ବିଡ଼ିଓ ତଥା...

୬ ମାସରେ ମାତ୍ର ୨ ପ୍ରତିଶତ ଅଗ୍ରଗତି: ଅନିଶ୍ଚିତତା ଘେରରେ ମେଗା ପାନୀୟ ଜଳ ପ୍ରକଳ୍ପର ଭବିଷ୍ୟତ

ଭଞ୍ଜନଗର,୧୭।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ପାଇପ ଜଳ ଯୋଗାଣ ବିଭାଗ ଅଧୀନରେ ରାଜ୍ୟର ସବୁଠୁ ବଡ ମେଗା ପାନୀୟ ଜଳ ଯୋଗାଣ ପ୍ରକଳ୍ପ କାର୍ଯ୍ୟ...

ଧାନରେ ଇନ୍‌ପୁଟ୍‌ ଆସିଷ୍ଟାଣ୍ଟ ହ୍ରାସ, ବଢ଼ିଲା ଅସନ୍ତୋଷ

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଆଉ ୨ଦିନ ପରେ ଜିଲାରେ ଧାନ ସଂଗ୍ରହ ପ୍ରକ୍ରିୟାକୁ ୩ସପ୍ତାହ ପୂରିବ। ଅଥଚ ଏପର୍ଯ୍ୟନ୍ତ...

ସ୍ବାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ, ପ୍ରତାରଣା ପରେ ଫେରିଲେ…ତା’ ପରେ ଯାହା ହେଲା ଜାଣିଲେ…

ଇନ୍ଦୌର,୧୬।୧୨: ମଧ୍ୟପ୍ରଦେଶର ଇନ୍ଦୌରର ଚନ୍ଦନନଗର ଥାନା ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମର ଫାଶରେ ପଡ଼ି ନିଜ ସ୍ବାମୀଙ୍କୁ...

ଚାଷୀଙ୍କ ଖରିଫ ଧାନ ସଂଗ୍ରହ: ଦିଗପହଣ୍ଡିରେ ପ୍ରସ୍ତୁତି ବୈଠକ 

ଦିଗପହଣ୍ଡି,୧୬|୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ କାର୍ଯ୍ୟାଳୟ ସଭାଗୃହ ପରିସରରେ  ଚାଷୀଙ୍କ ଅମଳ ଧାନ ସଂଗ୍ରହ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ମଙ୍ଗଳବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri